Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ
ପରିବାରର କେତେକ ବ୍ୟତିକ୍ରମ ସୁଧାରିବାକୁ କେନ୍ଦ୍ରକରି ମାନସିକ ସ୍ଥିତି ଠିକ୍‌ ରହିନପାରେ। ଅବଶ୍ୟ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। କିନ୍ତୁ ଅଶ୍ୱିନୀ ନକ୍ଷତ୍ର କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
ବୃଷ
ବୃଷ
ଆପଣଙ୍କ କାର୍ଯ୍ୟ ଦକ୍ଷତାରେ ଭୂୟସୀ ପ୍ରଶଂସା ଓ ପ୍ରୋତ୍ସାହନ ବନ୍ଧୁମାନଙ୍କ ନିକଟରୁ ପାଇ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟାଜନିତ ଟେନସନ୍‌ ଅପରାହ୍ଣରେ ଦୂର ହେବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ କିମ୍ବା ବାଇଦା ପଡ଼ିବାରେ ସାମୟିକ ଆନମନା ରହିପାରନ୍ତି।
ମିଥୁନ
ମିଥୁନ
ମୃଗଶିରା ନକ୍ଷତ୍ର ପରିସ୍ଥିତିର ବଶବର୍ତ୍ତୀ ହୋଇ ଆପଣ କିଛି ମିଥ୍ୟା ପ୍ରତିଶ୍ରୁତି ଦେଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟା କରିପାରନ୍ତି। ସମସ୍ତ ପ୍ରକାରର ସୁବିଧା ରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପାରିପାର୍ଶ୍ୱିକ ପରିବେଶରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ପାରିବାରିକ ସମସ୍ୟା ସୃଷ୍ଟି ହେବାର ସୂଚନା ରହିଛି।
କର୍କଟ
କର୍କଟ
ଶାରୀରିକ ଅସୁସ୍ଥତା କେତେକାଂଶରେ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବାର ଆଶଙ୍କା ରହିଥିବାରୁ ସାବଧାନତା ଅବଲମ୍ବନ କରିବା ଭଲ ହେବ। ଗତକାଲି ଯେଉଁଥି ପାଇଁ ଚିନ୍ତା କରୁଥିଲେ ଆଜି ତାହା ଅଳ୍ପ ବିଳମ୍ବରେ ପାଇବେ। କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ସକାଶେ ଅନ୍ୟମାନଙ୍କ ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ଦୂରସ୍ଥ ସନ୍ତାନଙ୍କ କର୍ମକ୍ଷେତ୍ର ଓ ପାରିବାରିକ ବିଶୃଙ୍ଖଳାକୁ କେନ୍ଦ୍ରକରି ସମସ୍ୟାମୂଳକ ଖବର ମନକୁ ବିଚଳିତ କରିପାରେ। ଏହା ସାଙ୍ଗକୁ ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ନିଆଁରେ ଘିଅ ଢାଳିଲାଭଳି ପରିସ୍ଥିତି ସୃଷ୍ଟି କରିପାରେ। ପରିସ୍ଥିତିର ଗୁରୁତ୍ୱ ଉପଲବ୍ଧି ହୃଦୟଙ୍ଗମ କରି କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ।
କନ୍ୟା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ କାମଗୁଡ଼ିକ ତଦନୁରୂପ ହେବାରେ କୌଣସି ଅସୁବିଧା ରହିବ ନାହିଁ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ବରଂ ବିଶ୍ୱାସ କରି ଉପକୃତ ହେବେ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ହେବ।
ତୁଳା
ତୁଳା
ଆପଣଙ୍କ ସୁଦୂରପ୍ରସାରୀ ଆଶା ଓ କାମନା ଚରିତାର୍ଥ ହେବାର ଅନୁକୂଳ ଅବସର ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିବ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ କୌଶଳରେ କାମଗୁଡ଼ିକୁ ହାସଲ କରବାରେ ସମର୍ଥ ହେବେ। ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। ଆତ୍ମୀୟସ୍ବଜନଙ୍କ ସହାୟତାରେ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ମନରେ ଉଙ୍କି ମାରିପାରେ।
ଧନୁ
ଧନୁ
ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଥିଲେ ମଧ୍ୟ ବିଶେଷ ଗୁରୁତର ହେବାର କୌଣସି ଆଖିଦୃଶିଆ ବିଲକ୍ଷଣ ଦେଖାଯିବ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିବେ, କିନ୍ତୁ ସାମୟିକ ସମୟାନ୍ତରରେ ତାହାର ସରଳ ସମାଧାନ ହୋଇପାରିବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ପରିବାରରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ କିଛିନାକିଛି ସମସ୍ୟା ଲାଗି ରହୁଥିବାରୁ ମନରେ ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତା ଦେଖାଦେଇପାରେ। ହଠାତ୍‌ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ପରିିଲକ୍ଷିତ ହେବାରୁ ବିଚଳିତ ହୋଇପାରନ୍ତି। ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବିଭିନ୍ନ ପ୍ରକାର ବିନୟପୂର୍ଣ୍ଣ କଥା କହିବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଆଜି କର୍ମକ୍ଷେତ୍ରରେ କାମ ହାସଲ କରିବା ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ। ଅଭାବ ଅସୁବିଧା ସମ୍ପର୍କରେ ଉପରିସ୍ଥ ଅଫିସରଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେନି। ପ୍ରତ୍ୟେକ କ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବ ଓ ଶେଷ ସମୟରେ ସଫଳତା ହାସଲ କରିବେ। ନିକଟ ସମ୍ପର୍କୀୟମାନଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି।
ମୀନମୀନ
ଆକସ୍ମିକ ଭାବରେ ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଜମିଜମା ସମସ୍ୟା କିମ୍ବା ବିବାଦୀୟ ପରିସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ୱନାବାଣୀ ମନରେ ଆଶ୍ୱସ୍ତି ଭରିପାରେ। ବ୍ୟବସାୟ, ଆନୁଷ୍ଠାନିକ କାମ, ଦୂରଯାତ୍ରା, ମୂଲ୍ୟବାନ୍‌ ଜିନିଷ କ୍ରୟ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

ଦ୍ରୁତଗାମୀ ଟ୍ରେନ ଦୁର୍ଘଟଣା; ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି

ମାଡ୍ରିଡ,୨୮।୧୦: ସ୍ପେନର କେନ୍ଦ୍ରୀୟ ଅଞ୍ଚଳ ଟୋଲେଡୋରେ ଦୁଇଟି ଦ୍ରୁତଗାମୀ ଟ୍ରେନ ମଧ୍ୟରେ ଏକ ଭୟଙ୍କର ଧକ୍କା ହୋଇଛି। ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣାରେ ପ୍ରାୟ ୪୬ ଜଣଙ୍କର…

କେଉଁ ଧନ ପାଖରେ ସ୍ଥାୟୀ ହୋଇ ରହେ, ଆଉ କେଉଁ ଧନ ରହେ ନାହିଁ, ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ…

ମହାନ ରାଜନେତା, ଅର୍ଥନୀତିଜ୍ଞ ଏବଂ ଜଣେ ଦକ୍ଷ ରଣନୀତିଜ୍ଞ ଭାବରେ ଜଣାଶୁଣା ଆଚାର୍ଯ୍ୟ ଚାଣକ୍ୟ କହିଥିଲେ ଯେ, ଜୀବନରେ ସଫଳତା ହାସଲ କରିବା ପାଇଁ ଯୁବାବସ୍ଥା ଏକ…

ରାଶିଫଳ: ଗୁରୁବାର, ଅକ୍ଟୋବର ୨୯ ତାରିଖ – Daily Horoscope

ମେଷ କର୍ମାଧିପ ଦ୍ୱାଦଶ ଭାବରେ ରହିଥିବାରୁ କାର୍ଯ୍ୟହାନି, କଳହ, ଧନକ୍ଷୟାଦି ଘଟିପାରେ। ଏହା ସାଙ୍ଗକୁ ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ…

ଜେଜେ ମା’ଙ୍କ ଶବ ସତ୍କାର କରି ତୁଠରେ ଗାଧୋଉଥିବାବେଳେ ଚାଲିଗଲା ନାତିଙ୍କ ଜୀବନ, ଲୁହରେ ଭିଜିଲା ପୂରା ଗାଁ

ଜଗନ୍ନାଥପ୍ରସାଦ,୨୮ା୧୦(ବିଭୁ ପ୍ରସାଦ ପଟ୍ଟନାୟକ): ଜେଜେ ମା’ଙ୍କ ମୃତ୍ୟୁ ପରେ ଶବ ସତ୍କାର ସାରି ତୁଠରେ ଗାଧୋଉଥିବା ସମୟରେ ପୋଖରୀରେ ବୁଡ଼ି ନାତିଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ…

ରବୀନ୍ଦ୍ର ଜାଡେଜାଙ୍କ ୪ ବର୍ଷିଆ ଆଧିପତ୍ୟର ଅନ୍ତ; ICC ମାନ୍ୟତାରେ ସାମ୍ନାକୁ ଆସିଲେ ବିଶ୍ୱର ନୂଆ ନମ୍ବର ୧ ଖେଳାଳି

ନୂଆଦିଲ୍ଲୀ,୨୮।୧୦: ଆଇସିସି (ICC) ଟେଷ୍ଟ ଅଲ-ରାଉଣ୍ଡର ମାନ୍ୟତାର ଶୀର୍ଷ ସ୍ଥାନରେ ରବୀନ୍ଦ୍ର ଜାଡେଜାଙ୍କ ଯୁଗର ଅନ୍ତ ଘଟିଛି। ଅକ୍ଟୋବର ୨୮, ବୁଧବାର ପ୍ରକାଶିତ ମାନ୍ୟତା ଅନୁଯାୟୀ, ଜାଡେଜା…

ଅର୍ଣ୍ଣବ ତାଣ୍ଡବ: ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ, ପୋଲ ଉପରେ ଚାଲିଲା ୩ ଫୁଟର ପାଣି

ମୋହନା,୨୮ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବ ପ୍ରଭାବ ଗଜପତି ଜିଲା ମୋହନା ଅଞ୍ଚଳରେ ପଡ଼ିଛି। ଦୁଇଦିନ ହେଲାଣି ତୁହାକୁ ତୁହା ବର୍ଷା ସହ ପବନ ଲାଗି ରହିଛି। ବୁଧବାର ଅପରାହ୍ନ…

ଧୋନି ଅଧିନାୟକ, ବୈଭବ-ଅଭିଷେକ କରିବେ ଓପନିଂ; ଅନାୟା ବାଙ୍ଗର ବାଛିଲେ ଭାରତର ସମସ୍ତ ଫର୍ମାଟ ପାଇଁ Playing XI

ନୂଆଦିଲ୍ଲୀ,୨୮।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ସଞ୍ଜୟ ବାଙ୍ଗରଙ୍କ ଝିଅ ଅନାୟା ବାଙ୍ଗର, ଭାରତ ପାଇଁ ଏକ ‘ସମସ୍ତ ଫର୍ମାଟ’ (Test, ODI ଓ T20)…

କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ୩% ବଢିଲା DA

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ଠିକ ପୂର୍ୱରୁ ମୋଦି ସରକାର ସାଧାରଣ ଜନତାଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?