Posted inRasifala

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ
ଆଜି ନବମ ଚନ୍ଦ୍ର ଯୋଗୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ ଏବଂ ଧର୍ମକାର୍ଯ୍ୟ କରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳକାରଖାନା, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ୍‌ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
ପାପ ଗ୍ରହଯୁକ୍ତ ରବିଙ୍କ କୋଣସ୍ଥିତିରୁ ବନ୍ଧୁଙ୍କ ନିକଟରୁ ଯାହା ପାଉଛନ୍ତି ତାହାକୁ ଗ୍ରହଣ କରିନେବା ଭଲ। ରାହୁ ପ୍ରଭାବରେ ଦୂରଦର୍ଶିତା ଅଭାବରୁ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେବ। ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ। ସାଧାରଣ କଥାରେ ସହକର୍ମୀ କ୍ଷୁବ୍ଧ ହୋଇପାରନ୍ତି। ସାହିତ୍ୟ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି।
ମିଥୁନ
ମିଥୁନ
ରାଶିରେ ମଙ୍ଗଳ ଅବସ୍ଥାନ କରିଥିବାରୁ ଆମତ୍ୀୟମାନେ ବିରୁଦ୍ଧାଚରଣ କରିପାରନ୍ତି। କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ଲାଗି ଦୃଢ଼ ପଦକ୍ଷେପ ନେଲେ ଝମେଲା ବଢ଼ିଯାଇପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ପରିବହନରେ ସଫଳତା ହାସଲ କରିପାରିବେ।
କର୍କଟ
କର୍କଟ
ଷଷ୍ଠସ୍ଥ ଚନ୍ଦ୍ରଙ୍କ ଯୋଗୁ ପୂର୍ବରାଗ ଶୁଝାଇବାକୁ ଯାଇ ସହକର୍ମୀ ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ ଅଭିଯୋଗ ଆଣିବେ। ସ୍ତ୍ରୀଙ୍କ ସହ ଆଲୋଚନା କଲେ ଆଶଙ୍କା ଦୂର ହୋଇଯିବ। ସାମାଜିକ ସ୍ତରରେ ସମ୍ମାନ୍‌ ଲାଭକରିବେ, ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଯିବ।
ସି˚ହ
ସି˚ହ
ବୁଧଯୁକ୍ତ ଶୁକ୍ର ହେତୁ ଆର୍ଥତ୍କ ପରିସ୍ଥିତି ବଦଳିଯିବାରୁ ସମସ୍ୟା ସୃଷ୍ଟି ହୋଇପାରେ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ, ଯାହାକି ସମସ୍ୟାକୁ ବୃଦ୍ଧି କରିବ। ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟହେବେ। କଳା, ସାହିତ୍ୟ, ସଙ୍ଗଠନ ଏବଂ ପ୍ରଶାସନିକ ସ୍ଥିତି ପ୍ରାୟତଃ ଭଲ ରହିବ।
କନ୍ୟା
ରାଶି ପ୍ରତି ତୃତୀୟାଧିପତିଙ୍କ ଦୃଷ୍ଟିଜନିତ ସକାଳୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ। ଆଜି ବୁଝତ୍ବିଚାରି କାମ ନ କଲେ ସମସ୍ୟାକୁ ଡାକିଆଣିବେ। ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗ ବ୍ୟତୀତ ଶୁଖିଲା ଉପଦେଶ ଶୁଣି ବିରକ୍ତ ହେବେ। ବହୁତ ଦିନ ହେଲା ଇଚ୍ଛା କରୁଥିବା ଓ ଆଜି ସୁଦ୍ଧା ପାଇପାରି ନ ଥିବା ଜିନିଷଟି ପାଇ ଖୁସି ହେବେ।
ତୁଳା
ତୁଳା
କର୍ମାଧିପ ସ୍ବଭାବରୁ ଷଷ୍ଠସ୍ଥ ହେତୁ କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ଦୀର୍ଘଦିନର ସମସ୍ୟା ସମାଧାନ ହୋଇଯିବ। ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, ଫଳରେ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାମାଜିକ ସ୍ତରରେ ଥିବା ସମସ୍ୟା ସମାଧାନ କରିବାରେ ସଫଳ ହେବେ।
ବିଛା
ବିଛା
ମୁଖଭାବସ୍ଥ ଚନ୍ଦ୍ର ଯୋଗୁ ହସି ହସି କଥା କହି ସହଜରେ କାମ ହାସଲ କରିବେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ରାଜନୀତିରେ ବେଶ୍‌ ଆଦୃତି ସହ ପ୍ରତିଷ୍ଠା ମିଳିବ। ସାଙ୍ଗଠନିକ କାର୍ଯ୍ୟ, ସଭାସମିତି, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ଧନୁ
ଧନୁ
ଅଷ୍ଟମାଧିପତି ରାଶିରେ ରହିଥିବାରୁ ବିଭିନ୍ନ ସମସ୍ୟା ମଧ୍ୟରେ ଚଳିବାକୁ ପଡ଼ିବ। କିଛି ଗୁପ୍ତକଥା, କଳାଧନ, କଚେରି ମାମଲା ଏବଂ ଘରୋଇ ଆଲୋଚନା ସମ୍ପର୍କରେ ଚିନ୍ତା କରିପାରନ୍ତି। ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବାକୁ ପ୍ରଯନତ୍ କରିପାରନ୍ତି। ପାରିବାରିକ ସମସ୍ୟା ସମାଧାନ କରିବେ କିନ୍ତୁ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।
ମକର
ମକର
ଶନିଙ୍କ ପ୍ରଭାବରେ ଆପଣ ଖର୍ଚ୍ଚାନ୍ତ ହେବେ ସିନା କାମ ଅଟକିବ ନାହିଁ। ମାଲିମକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଟକିଥିବା କାମଟି ସହଜରେ କରିବେ।
କୁମ୍ଭ
କୁମ୍ଭ
ପାପଗ୍ରହ ଶନି ସ୍ବଗୃହରେ ଥିବାରୁ ବିବାଦୀୟ ଘଟଣାରେ ବିଜୟଲାଭ ନିଶ୍ଚିତ। କିନ୍ତୁ କଠିନ ଶ୍ରମଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରି ପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନ୍‌ନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ବନ୍ଧୁଙ୍କ ସହାୟତାରେ ପଡ଼ା, ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମୀନମୀନ

ଆଜି କେନ୍ଦ୍ରସ୍ଥ ଚନ୍ଦ୍ରଜନିତ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ନିଶ୍ଚିତ ପୂରଣ ହୋଇପାରିବ। ଆମତ୍ୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା କାରଣରୁ ମନ ହାଲୁକା ହୋଇଯିବ। ଗତକାଲି ରାତିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଆକସ୍ମିକ ଗସ୍ତ କାର୍ଯ୍ୟକ୍ରମ ବଦଳି ଯାଇପାରେ କିନ୍ତୁ ଆର୍ଥତ୍କ ସ୍ଥିତିରେ ସୁଧାର ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମେ ୧ ତାରିଖ – Daily Horoscope

ମେଷ ଆପଣ ଯେମିତି ଉଚ୍ଚମନା, ଆପଣଙ୍କ କାମଗୁଡିକ ମଧ୍ୟ ସରସ, ସୁନ୍ଦର ରହିବ। ଶୁକ୍ରଙ୍କ ସ୍ଥିତି ଜନିତ ଅଭାବ ରହିବନି ଏବଂ ପାରିବାରିକ ସ୍ଥିତି ମଧ୍ୟ ମନ୍ଦ…

ରାଶିଫଳ: ଗୁରୁବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। କୌଣସି ଖବର ଶୁଣିବା ପରେ ଏକ ଅଜଣା ଆବେଗରେ ମନ ଉଦ୍‌ବେଳିତ ହେବ।…

ରାଶିଫଳ: ବୁଧବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପାରିବାରିକ ଜୀବନକୁ ଶାନ୍ତିପ୍ରଦ ରଖିବା ସହ ଯାତ୍ରାକୁ ସଫଳ କରିବ। କର୍ମକ୍ଷେତ୍ରରେ ସହକର୍ମୀ ଯଥାସାଧ୍ୟ ସାହାଯ୍ୟ କରି ଶ୍ରମ ଲାଘବ କରିବେ। ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଶନି ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ଅସୁସ୍ଥତା ସୃଷ୍ଟିକଲେ ମଧ୍ୟ ଚନ୍ଦ୍ରଙ୍କ ପ୍ରଭାବରେ ବ୍ୟବହାରିକ କୁଶଳତା ଜାରିରହିବ। ସହକର୍ମୀ, ଅଧସ୍ତନ କର୍ମଚାରୀ ଏବଂ ବନ୍ଧୁବର୍ଗଙ୍କ ସହ…

ରାଶିଫଳ: ସୋମବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ସାମାଜିକ କ୍ଷେତ୍ରରେ କେତେକ ଦିଗରୁ ମାନସିକ ଚାପର ସମ୍ମୁଖୀନ ହେବେ। ପାରିବାରିକ ସମସ୍ୟା ସୁଧାରିବା ପାଇଁ ସହୃଦୟ ବ୍ୟକ୍ତିଠାରୁ ସହାୟତା ପାଇବେ। ଗତକାଲିର ଆଲୋଚନା…

ରାଶିଫଳ: ରବିବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ରାଶିରେ ରବି ଉଚ୍ଚସ୍ଥ ହେତୁ ପ୍ରତ୍ୟେକ ସ୍ତରରେ ସମ୍ମାନଜନକ ସ୍ଥିତିରେ ରହିବେ। ସ୍ବାସ୍ଥ୍ୟ ଯେମିତି ଭଲ ରହିବ ମନ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ…

ରାଶିଫଳ: ଶନିବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ ବିଭିନ୍ନ ପ୍ରକାର ସମସ୍ୟା ଲାଗିରହିବା ଯୋଗୁ କର୍ମକ୍ଷେତ୍ରରେ କୌଣସି କାମ ସହଜରେ ସମ୍ପନ୍ନ ହେବନାହିଁ। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ।…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରସ୍ଥ ରବି ଆପଣଙ୍କ ସୁସ୍ଥ ଚିନ୍ତାଧାରା ଓ କାର୍ଯ୍ୟକଳାପକୁ ପ୍ରଭାବିତ କରି ବ୍ୟଥିତ କରାଇପାରନ୍ତି। ଆକସ୍ମିକ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାହିତ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri