Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୦୯ ତାରିଖ – Daily Horoscope

ମେଷ
ଆଜି ଶୁଭଗ୍ରହ ଯୁଚ୍ଛ ଚନ୍ଦ୍ର ଯୋଗୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ। ଅବଶ୍ୟ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣ ଜନିତ ଶାରିରୀକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ା ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିପାରନ୍ତି।
ବୃଷ
ବୃଷ
ସପ୍ତମସ୍ଥ ଚନ୍ଦ୍ର ପ୍ରଭାବରେ ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିବ। ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ନିକଟ ସମ୍ପର୍କୀୟ ମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ତୃତୀୟସ୍ଥ ମଙ୍ଗଳ ଜନିତ ସହକର୍ମୀ କିମ୍ବା ବନ୍ଧୁ, ଆତ୍ମୀୟସ୍ବଜନ କିମ୍ବା ସହକର୍ମୀ ମାନଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟା କୁ କେନ୍ଦ୍ର କରି ମାନସିକ ସ୍ଥିରତା ରହିନପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହୋଇପାରେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିବେ।
କର୍କଟ
କର୍କଟ
ଗୁରୁଯୁକ୍ତ ଚନ୍ଦ୍ର ହେତୁ ସ୍ବାସ୍ଥ୍ୟ ପରିସ୍ଥିତିରେ କୈାଣସି ଉନ୍ନତି ଦେଖାଯାଇ ନ ପାରେ। କୌଣସି ଅତୀତ ଘଟଣା ପ୍ରତି ସିଂହାବଲୋକନ କରି ଅନୁତାପ କରିପାରନ୍ତି। ପ୍ରିୟଜନଙ୍କ ସହାୟତାରେ ଅର୍ଥ ସମ୍ପର୍କୀୟ କୈାଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ।
ସି˚ହ
ସି˚ହ
ବ୍ୟୟଭାବସ୍ଥ ବୁଧ ପ୍ରଭାବରେ ଆଜିର ଅବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିବେ। ଆକସ୍ମିକ ଭାନରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।
କନ୍ୟା
ଏକାଦଶସ୍ଥ ଗ୍ରହ ଯୋଗୁ ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ। କିନ୍ତୁ ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ।
ତୁଳା
ତୁଳା
ଧନସ୍ଥାନରେ ଗୁରୁଚାନ୍ଦ୍ରୀ ଯୋଗ ହେତୁ ଅର୍ଥଲାଭ,ସାମାଜିକ ସମ୍ମାନ ଓ ନୂତନ କାର୍ଯ୍ୟାରମ୍ଭରେ ସଫଳତା ପାଇପାରିବେ। ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାରର ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧିରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। କୌଣସି ଜିନିଷ କ୍ରୟ କରିବା ସକାଶେ ସ୍ଥିର କରିପାରନ୍ତି।
ବିଛା
ବିଛା
ରାଶ୍ୟାଧିପତିଙ୍କ ଦୁର୍ବଳତା କାରଣରୁ ସ୍ବାସ୍ଥ୍ୟ ବିଶେଷ ଭଲ ନରିବା କାରଣରୁ ମନଟା କାହିଁକି କେମିତି କେମିତି ଲାଗିପାରେ। କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ ଯଦ୍ୱାରାକି- ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡିବ।
ଧନୁ
ଧନୁ
ଅଷ୍ଟମସ୍ଥ କର୍ମାଧିପତି ଯୋଗୁ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ କାମଟି ଆଜି ଯଥା ସମୟରେ ହୋଇଯିବ। ଯେ କୌଣସି ପ୍ରତିଯୋଗିତାରେ ଯୋଗଦେଲେ ଅବଶ୍ୟ ସଫଳତା ପାଇବା ଯୋଗୁ ମନ ଖୁସି ରହିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧତ୍କରି ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମକର
ମକର
ସପ୍ତମସ୍ଥ କର୍ମାଧିପତି ଯୋଗୁ ସ୍ଥଗିତ ରହିଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବନ୍ଧୁ ମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନକଲେ ବିବାଦଗ୍ରସ୍ଥ ହୋଇ ପାରନ୍ତି। କଳା, ସାହିତ୍ୟ, ସଂସ୍କୃତି, ଆନୁଷ୍ଠାନିକ କାମ ଓ କ୍ରୀଡା, ଚଳଚ୍ଚିତ୍ରରେ ଉନ୍ନତି କରିବେ। ଟିକିଏ କଥାରେ ରାଗିଯାଇ ଯାହା ପଡିଲା ତାହା କହି ପକାଇବେ।
କୁମ୍ଭ
କୁମ୍ଭ
ମଙ୍ଗଳ ଜନିତ ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ତଥାପି ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘ ଦିନରୁ ଭାଙ୍ଗିପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବାରରେ ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ।
ମୀନମୀନ
ରାହୁ ଚତୁର୍ଥଭାବସ୍ଥ ଯୋଗୁ ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁ ମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେଇପାରନ୍ତି। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି।…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri