Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୬ ତାରିଖ – Daily Horoscope

ମେଷ
ଆପଣଙ୍କୁ ଅନେକ ମାନସିକ ଦ୍ୱନ୍ଦ୍ୱ ଓ ଆଶା, ନିରାଶା ମଧ୍ୟରେ ଦିନଟି କଟଇବାକୁ ପଡିପାରେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ରରେ ସବୁ କାମ ଗୋଳିଆ ରହିବ। ଦ୍ୱିଜା ନକ୍ଷତ୍ରର କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ। ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି।
ବୃଷ
ବୃଷ
ଆପଣା ଲୋକମାନେ ବିରୋଧ କଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରଶାସନ, ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନେ କହିବେ ବହୁତ କିନ୍ତୁ କାମ କଲାବେଳକୁ ପାଖ ମାଡ଼ିବେ ନାହିଁ। ଆଜିର ଯାତ୍ରା, ବାଣିଜ୍ୟ, ସ୍ତ୍ରୀଙ୍କ ସମ୍ପର୍କ ଦିଗରୁ ଲାଭବାନ ହେବେ।
ମିଥୁନ
ମିଥୁନ
ପରିବାରରେ ଭୁଲ୍‌ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଟଙ୍କା ପଇସା ସମ୍ପର୍କିତ ଝମେଲାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତମାନର ଫଳ ମିଳିବ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟରୁ ମନ ଅପରାହ୍ନେ ଖୁସି ରହିବ।
କର୍କଟ
କର୍କଟ
କେତେକ କ୍ଷେତ୍ରରେ ଆପଣ ଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ। ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ସଭାସମିତି, ସାଂଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। କଠିନଶ୍ରମ ଓ ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ସି˚ହ
ସି˚ହ
କର୍ମ କ୍ଷେତ୍ରରେ ବାଧା ଉପୁଜିବ ତଥାପି ବ୍ୟସ୍ତ ହୁଅନ୍ତୁ ନାହିଁ, ଯଥା ସମୟରେ ସବୁ କାମ ଠିକ୍‌ ହୋଇଯିବ। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ରର ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହି ନ ପାରେ। ଗଠନମୂଳକ କାଯର୍‌ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚପ୍ରଶଂସିତ ହେବେ। ଛୋଟ ଛୋଟ କଥାରେ ମଧ୍ୟସ୍ଥତା କଲେ ଅପମାନିତ ହେବାକୁ ପଡ଼ିପାରେ।
କନ୍ୟା
ଆରୋଗ୍ୟଲାଭ କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ଦୀର୍ଘଦିନର ଚେଷ୍ଟା ପରେ ଋଣ ସୂତ୍ରରେ ଆଜି ହିଁ ଅର୍ଥଲାଭର ସମ୍ଭାବନା ରହିଛି। ସ୍ତ୍ରୀଙ୍କ ବରାଦ, ପ୍ରତିଦ୍ୱନ୍ଦ୍ୱୀଙ୍କ କାର୍ଯ୍ୟକଳାପ, ବାଣିଜ୍ୟରେ ପ୍ରତିବନ୍ଧକ ଓ ଯାତ୍ରାରେ ସମସ୍ୟାଜନିତ ଅଶାନ୍ତି ରହିବେ। ଅବଶ୍ୟ ସମ୍ମାନନୀୟ ବ୍ୟକ୍ତିବିଶେଷଙ୍କ ସହାୟତାରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ ସଫଳତା ପାଇବା କଷ୍ଟକର ହୋଇପଡିବ। ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି। ଆର୍ଥତ୍କ ଅଭିବୃଦ୍ଧି ନିମିତ୍ତ ତପତ୍ରତା ପ୍ରକାଶ କରି କେତେକାଂଶରେ ସଫଳତା ପାଇପାରନ୍ତିି।
ବିଛା
ବିଛା
ଚତୁର୍ଥ ଚନ୍ଦ୍ର ଯୋଗୁ ସାଧାରଣ ଘଟଣାରେ ଝଗଡ଼ା ଲାଗିବାର ଆଶଙ୍କା ରହିଛି। ଭୁଲ୍‌ ବୁଝାମଣାରୁ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କଳା , ସାହିତ୍ୟଚର୍ଚ୍ଚା, ଗବେଷଣା, ପ୍ରଶାସନ ଓ ସାଂଗଠନିକ ସେକ୍ଷତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଆକସ୍ମିକ ସମସ୍ୟା କାରଣରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ସମ୍ଭାବନା ରହଛି। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ସାଙ୍ଗକୁ ଆର୍ଥିକ ସ୍ଥିତିରେ ଉନ୍ନତି ମନକୁ ଖୁସି କରାଇବ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବ୍ୟବସାୟ, ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣା ନେଇ ଅଶାନ୍ତି କିମ୍ବା କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେଇପାରେ। ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।ପରୋପକାର ମନୋଭାବରୁ ପଡ଼ୋଶୀମାନେ ପ୍ରଶଂସା କରିପାରନ୍ତି।
କୁମ୍ଭ
କୁମ୍ଭ
ସାମୟିକ ସ୍ବାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବାର ଆଶଙ୍କା ଦେଖାଦେଇପାରେ। ନିଜ ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଘରକୁ ଆଗନ୍ତୁକଙ୍କ ସେବା ଓ ପରୋପକାରରୁ ପ୍ରଶଂସିତ ହେବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବେ।
ମୀନମୀନ
ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ଆର୍ଥିକ ସ୍ବଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଖୁସି ହେବେ। ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତପ୍ତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାମକୁ ଅବହେଳାକରି ସମାଲୋଚିତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri