Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୬ ତାରିଖ – Daily Horoscope

ମେଷ
ଆପଣଙ୍କୁ ଅନେକ ମାନସିକ ଦ୍ୱନ୍ଦ୍ୱ ଓ ଆଶା, ନିରାଶା ମଧ୍ୟରେ ଦିନଟି କଟଇବାକୁ ପଡିପାରେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ରରେ ସବୁ କାମ ଗୋଳିଆ ରହିବ। ଦ୍ୱିଜା ନକ୍ଷତ୍ରର କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ। ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି।
ବୃଷ
ବୃଷ
ଆପଣା ଲୋକମାନେ ବିରୋଧ କଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରଶାସନ, ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନେ କହିବେ ବହୁତ କିନ୍ତୁ କାମ କଲାବେଳକୁ ପାଖ ମାଡ଼ିବେ ନାହିଁ। ଆଜିର ଯାତ୍ରା, ବାଣିଜ୍ୟ, ସ୍ତ୍ରୀଙ୍କ ସମ୍ପର୍କ ଦିଗରୁ ଲାଭବାନ ହେବେ।
ମିଥୁନ
ମିଥୁନ
ପରିବାରରେ ଭୁଲ୍‌ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ। ଟଙ୍କା ପଇସା ସମ୍ପର୍କିତ ଝମେଲାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତମାନର ଫଳ ମିଳିବ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟରୁ ମନ ଅପରାହ୍ନେ ଖୁସି ରହିବ।
କର୍କଟ
କର୍କଟ
କେତେକ କ୍ଷେତ୍ରରେ ଆପଣ ଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ। ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ସଭାସମିତି, ସାଂଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। କଠିନଶ୍ରମ ଓ ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ସି˚ହ
ସି˚ହ
କର୍ମ କ୍ଷେତ୍ରରେ ବାଧା ଉପୁଜିବ ତଥାପି ବ୍ୟସ୍ତ ହୁଅନ୍ତୁ ନାହିଁ, ଯଥା ସମୟରେ ସବୁ କାମ ଠିକ୍‌ ହୋଇଯିବ। ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ରର ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହି ନ ପାରେ। ଗଠନମୂଳକ କାଯର୍‌ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚପ୍ରଶଂସିତ ହେବେ। ଛୋଟ ଛୋଟ କଥାରେ ମଧ୍ୟସ୍ଥତା କଲେ ଅପମାନିତ ହେବାକୁ ପଡ଼ିପାରେ।
କନ୍ୟା
ଆରୋଗ୍ୟଲାଭ କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ଦୀର୍ଘଦିନର ଚେଷ୍ଟା ପରେ ଋଣ ସୂତ୍ରରେ ଆଜି ହିଁ ଅର୍ଥଲାଭର ସମ୍ଭାବନା ରହିଛି। ସ୍ତ୍ରୀଙ୍କ ବରାଦ, ପ୍ରତିଦ୍ୱନ୍ଦ୍ୱୀଙ୍କ କାର୍ଯ୍ୟକଳାପ, ବାଣିଜ୍ୟରେ ପ୍ରତିବନ୍ଧକ ଓ ଯାତ୍ରାରେ ସମସ୍ୟାଜନିତ ଅଶାନ୍ତି ରହିବେ। ଅବଶ୍ୟ ସମ୍ମାନନୀୟ ବ୍ୟକ୍ତିବିଶେଷଙ୍କ ସହାୟତାରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ ସଫଳତା ପାଇବା କଷ୍ଟକର ହୋଇପଡିବ। ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି। ଆର୍ଥତ୍କ ଅଭିବୃଦ୍ଧି ନିମିତ୍ତ ତପତ୍ରତା ପ୍ରକାଶ କରି କେତେକାଂଶରେ ସଫଳତା ପାଇପାରନ୍ତିି।
ବିଛା
ବିଛା
ଚତୁର୍ଥ ଚନ୍ଦ୍ର ଯୋଗୁ ସାଧାରଣ ଘଟଣାରେ ଝଗଡ଼ା ଲାଗିବାର ଆଶଙ୍କା ରହିଛି। ଭୁଲ୍‌ ବୁଝାମଣାରୁ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କଳା , ସାହିତ୍ୟଚର୍ଚ୍ଚା, ଗବେଷଣା, ପ୍ରଶାସନ ଓ ସାଂଗଠନିକ ସେକ୍ଷତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଆକସ୍ମିକ ସମସ୍ୟା କାରଣରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ସମ୍ଭାବନା ରହଛି। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ସାଙ୍ଗକୁ ଆର୍ଥିକ ସ୍ଥିତିରେ ଉନ୍ନତି ମନକୁ ଖୁସି କରାଇବ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବ୍ୟବସାୟ, ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣା ନେଇ ଅଶାନ୍ତି କିମ୍ବା କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେଇପାରେ। ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।ପରୋପକାର ମନୋଭାବରୁ ପଡ଼ୋଶୀମାନେ ପ୍ରଶଂସା କରିପାରନ୍ତି।
କୁମ୍ଭ
କୁମ୍ଭ
ସାମୟିକ ସ୍ବାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବାର ଆଶଙ୍କା ଦେଖାଦେଇପାରେ। ନିଜ ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଘରକୁ ଆଗନ୍ତୁକଙ୍କ ସେବା ଓ ପରୋପକାରରୁ ପ୍ରଶଂସିତ ହେବେ। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବେ।
ମୀନମୀନ
ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ଆର୍ଥିକ ସ୍ବଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଖୁସି ହେବେ। ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତପ୍ତ ହେବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାମକୁ ଅବହେଳାକରି ସମାଲୋଚିତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୧ ତାରିଖ – Daily Horoscope

ମେଷ ରାଶିରେ ରବିଙ୍କ ସହ ଗୁରୁ ଓ ଶୁକ୍ରଙ୍କ ସଂଯୋଗ କାର୍ଯ୍ୟସିଦ୍ଧି ସହ ସମ୍ମାନଜନକ ସ୍ଥିତିରେ ଅବସ୍ଥାପିତ କରିବ। ସାଂଗଠନିକ ସ୍ଥିତି ସୁଦୃଢ଼ ରହିବା ସହ...

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri