Posted inRasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ
ବିଶେଷ ଭ୍ରମଣଜନିତ ଦ୍ୱିଜା ନକ୍ଷତ୍ର ଶାରୀରିକ କ୍ଳାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ। ବନ୍ଧୁ ମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ। ପରିସ୍ଥିତି ଦୁଶ୍ଚିନ୍ତାର କାରଣ ହୋଇପାରେ।
ବୃଷ
ବୃଷ
ଆନୁଷ୍ଠାନିକ କାମ ସକାଶେ ରୋହିଣୀ ନକ୍ଷତ୍ର ସକାଶେ ବିଶେଷ ଭାବେ ଧାଁ ଧଉଡ କରିବାକୁ ପଡିପାରେ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ପୁରାତନ ରୋଗର ପୀଡ଼ା ଅନୁଭବ କରିପାରନ୍ତି। ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବାର ସମ୍ଭାବନା ରହିଛି।
ମିଥୁନ
ମିଥୁନ
ଆର୍ଦ୍ରା ନକ୍ଷତ୍ରର ସମସ୍ୟା ବଢି ବଢି ଯାଉଥିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ। ପରିବାରର ସମସ୍ୟାକୁ ସଂକୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ଶିଳ୍ପ,ବ୍ୟବସାୟ ଓ ପରିବହନ ମଧ୍ୟ ସାମୟିକ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ।
କର୍କଟ
କର୍କଟ
ସହକର୍ମୀଙ୍କ ସହାୟତାରେ ପୁଷ୍ୟା ନକ୍ଷତ୍ର ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା କରିପାରନ୍ତି। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ସି˚ହ
ସି˚ହ
ମନ କଥାକୁ ମନ ଭିତରେ ରଖି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦି ଫିକର କରିବାକୁ ପଡିପାରେ। ପୂର୍ବାଫାଲଗୁନୀ ନକ୍ଷତ୍ର କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ।
କନ୍ୟା
ଶୁକ୍ର ଧନଭାବରୁ ଦୁଃସ୍ଥାନସ୍ଥଜନିତ ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ।
ତୁଳା
ତୁଳା
ପରିସ୍ଥିତିର ଚାପଜନିତ କେତେକ କାମ ବାଧ୍ୟତା ମୂଳକ ଭାବରେ କରିବାକୁ ବାଧ୍ୟ ହେବେ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିବାର ସମ୍ଭାବନା ରହିଛି। ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ପରିସ୍ଥିତି ବଦଳି ଯାଇଥିବା ଫଳରେ ମନଟା କାହିଁକି କେମିତି କେମିତି ଲାଗିବ ଓ ଭଲ ଲାଗିବ ନାହିଁ। ସୁବିଧା ସୁଯୋଗ ଥିଲେ ମଧ୍ୟ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟିର କାରଣ ହେବ।
ଧନୁ
ଧନୁ
ଉତ୍ତରାଷାଢା ନକ୍ଷତ୍ର ସକାଶେ ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ସମସ୍ୟାକୁ ବୃଦ୍ଧି କରି ଦେବାର ଆଶଙ୍କା ମଧ୍ୟ ରହିଛି। ଜମିଜମା କାରବାର କିମ୍ବା ରେଜିଷ୍ଟ୍ରେଶନ ସମ୍ପର୍କୀୟ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି। କ୍ରୀଡା,କଳା, କାରିଗରି ପ୍ରଭୃତି କ୍ଷେତ୍ରର ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ।
ମକର
ମକର
ପ୍ରିୟବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବାରେ କୌଣସି ଅସୁବିଧା ରହିବ ନାହିଁ। କିନ୍ତୁ ଶ୍ରବଣା ନକ୍ଷତ୍ର ପାଖ ପଡୋଶୀ ମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। କଳା,ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ।
କୁମ୍ଭ
କୁମ୍ଭ
ପାରିବାରିକ ସ୍ତରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଶତଭିଷା ନକ୍ଷତ୍ରର ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହେବ। ଯଦି କିଛି ଅସୁବିଧା ଅନୁଭବ କରୁଛନ୍ତି ତେବେ ନିଜର ପ୍ରିୟ ବନ୍ଧୁଙ୍କୁ ମିଶନ୍ତୁ, ସେ ଅବଶ୍ୟ ଆପଣଙ୍କୁ କିଛିଟା ସାହାଯ୍ୟ କରିପାରନ୍ତି।
ମୀନମୀନ
ଆଜି ପରିବାରରେ ସନ୍ତାନମାନଙ୍କର କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ। ଈର୍ଷା ପରାୟଣ ବନ୍ଧୁମାନଙ୍କ ପରୋକ୍ଷ ଶତ୍ରୁତା କାରଣରୁ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇ ପାରନ୍ତି। ରେବତୀ ନକ୍ଷତ୍ର ଜଣେ ବନ୍ଧୁଙ୍କ ନିକଟରୁ କିଛି ଗୁରୁତ୍ୱପୂର୍ଣ୍ଣ କଥା ଶୁଣିବାକୁ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri