Posted inRasifala

ରାଶିଫଳ: ଶୁକ୍ରବାର, ଜାନୁଆରି ୩୧ ତାରିଖ – Daily Horoscope

ମେଷ
କୌଣସି ଅତୀତ ଘଟଣା ମନରେ ବାରମ୍ବାର ଆଲୋଡ଼ନ ସୃଷ୍ଟି କରିବା କାରଣରୁ କୌଣସି କାମ ପ୍ରତି ଉତ୍ସାହ ରହି ନ ପାରେ। ବହୁପୂର୍ବରୁ ସ୍ଥିରୀକୃତ ପ୍ରିୟଜନମାନଙ୍କ ସହ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ଲାଭକରି ଖୁସି ରହିପାରନ୍ତି। ଆପଣଙ୍କ ସୁଖ ସମୃଦ୍ଧିରେ ଈର୍ଷାପରାୟଣ ବ୍ୟକ୍ତିମାନେ ସମସ୍ୟା ସୃଷ୍ଟି ପାଇଁ କ୍ଷେତ୍ର ପ୍ରସ୍ତୁତ କରିପାରନ୍ତି।
ବୃଷ
ବୃଷ
ବହୁ ବିଳମ୍ବରେ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବାମାତ୍ର ମାନସିକ ସ୍ତରରେ ସନ୍ତୁଷ୍ଟ ହୋଇପାରିବେ ନାହିଁ । ଜଣାଶୁଣା ବ୍ୟକ୍ତିଙ୍କ ସହାୟତାରେ ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ଯେତେ ରୋଜଗାର କଲେ କ’ଣ ହେବ, ହାତ ସବୁବେଳେ ଖାଲି ରହିବା ଫଳରେ ମାନସିକ ସ୍ଥିରତା ରହିବ ନାହିଁ ।
ମିଥୁନ
ମିଥୁନ
ଆଜିର କର୍ମକ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ଏଣୁ ଯାହା କିଛି କହିବେ ଭାବିଚିନ୍ତି କହିବା ଓ କରିବା ଭଲ ହେବ । ପ୍ରତ୍ୟେକ କ୍ଷେତ୍ରରେ ବଡ଼ଭାଇପଣିଆ ଦେଖାଇଲେ ଭଲହେବା ବଦଳରେ ମନ୍ଦଫଳ ଭୋଗିବାକୁ ପଡ଼ିପାରେ । ପାରିବାରିକ ତିକ୍ତତା ବୃଦ୍ଧି ପାଇବାକୁ ନେଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା କାରଣରୁ ଆପଣ ଖାଇବା ପିଇବାରେ ଅବହେଳା କରି ନିଜର ସ୍ବାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ, ମାତ୍ର ଭୋଗବିଳାସରେ ବାଧାବିଘ୍ନ ଘଟିପାରେ । ଜିଦ୍‌ରେ ଅଟଳ ରହି କାର୍ଯ୍ୟ ସାଧନ କରିପାରନ୍ତି। କଚେରି ମାମଲା, ଘରୋଇ କଳହ କ୍ଷେତ୍ରରେ ଟେନସନ୍‌ ଦୂର ହେବ ।
ସି˚ହ
ସି˚ହ
ଆଜି ସକାଳୁ ସକାଳୁ ହଠାତ୍‌ ବନ୍ଧୁଙ୍କ ଡାକରା ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପରିବାରରେ କୌଣସି ସଦସ୍ୟଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସ୍ତରରେ ବିଚଳିତ ରହିପାରନ୍ତି। ସଭାସମିତିର ଆଲୋଚନା କାର୍ଯ୍ୟକ୍ରମ ମଧ୍ୟରେ ପରିହାସଯୁକ୍ତ କଥା ସମସ୍ୟା ସୃଷ୍ଟିର କାରଣ ହେବ ।
କନ୍ୟା
ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟରୁ ସମସ୍ୟାର ସରଳ ସମାଧାନ ପୂର୍ବକ ପ୍ରତ୍ୟେକ କାର୍ଯ୍ୟକୁ ଯଥା ସମୟରେ ସମ୍ପନ୍ନ କରିପାରିବେ। ପୂର୍ବାଲୋଚନା ଅନୁଯାୟୀ ବନ୍ଧୁ କଥା ରଖି ଯଥା ସମୟରେ ନିର୍ଦ୍ଦିଷ୍ଟ ସ୍ଥାନରେ ଆସିବେ ଏବଂ ଆପଣଙ୍କ କାମ ସୁବିଧାରେ ହୋଇଯିବ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
ଆଜି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଯେକୌଣସି କାରଣକୁ ନେଇ ଟେନ୍‌ସନ ଲାଗିରହିବ। ଆଖି ନଦେଖା କଥାକୁ ବିଶ୍ୱାସ କରି କୌଣସି ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ହଠାତ୍‌ ଜଣେ ବନ୍ଧୁଙ୍କ ଦର୍ଶନ ପାଇଁ ମନ ଛଟପଟ ହେବ, ଫଳରେ ସବୁ କାମ ଛାଡ଼ି ଦୂରକୁ ଯିବାକୁ ପଡ଼ିପାରେ।
ବିଛା
ବିଛା
ନିଜର ଅବହେଳା କାରଣରୁ କିମ୍ବା ଅସାବଧାନତା ଜନିତ ଦ୍ରବ୍ୟନଷ୍ଟ କିମ୍ବା ଧନ ହାନି ଘଟିପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ । ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ । ସାଂସ୍କୃତିକ କାର୍ଯ୍ୟକ୍ରମ, ସଙ୍ଗୀତ ସମାରୋହ ,ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅଣହେଳା କରିପାରିବେ ନାହିଁ । ମନ ଭଲ ନ ରହିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାହାଙ୍କ ସଙ୍ଗରେ ଯିବାକୁ ବାଧ୍ୟ ହେବେ । ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି । ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ମକର
ମକର
କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କାମକୁ ସହଜରେ ସମାପନ କରିପାରିବେ । ବନ୍ଧୁଙ୍କ ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବାର ସମ୍ଭାବନା ରହିଛି । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି। ନିଜ ଲୋକମାନଙ୍କ ବିଶ୍ୱାସଘାତକତା ଜନିତ କାର୍ଯ୍ୟହାନି ଘଟିପାରେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ପଦକ୍ଷେପ ଗ୍ରହଣ କରିବା କାରଣରୁ ପରିବାରରେ ସୁଖ ଶାନ୍ତି ଫେରିଆସିବ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମୁଣ୍ଡବ୍ୟଥାର କାରଣ ହୋଇପାରେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବାର ଆଶଙ୍କା ରହିଛି। ଆଜି ଆପଣ କୌଣସି ବିବାଦୀୟ ଘଟଣାରେ ଚିହ୍ନା ପଡ଼ିବା ଠିକ୍‌ ହେବନାହିଁ।
ମୀନମୀନ
ଆକସ୍ମିକ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ଆଜି ହଠାତ୍‌ ଆବଶ୍ୟତା ପୂରଣ କରିବା ସକାଶେ ଧାର କରିବାକୁ ପଡ଼ିବ। ଆଜିର କର୍ମକ୍ଷେତ୍ରରେ କ୍ଳାନ୍ତି ଅନୁଭବ କରିବେ । କୌଣସି କାମ ହାସଲ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବାର ଆଶା ରହିଛି। ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବାର ସୂଚନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri