Posted inRasifala

ରାଶିଫଳ: ଶୁକ୍ରବାର, ଜୁନ ୨୧ ତାରିଖ – Daily Horoscope

ମେଷ
ଆଜି କର୍ମଭାବସ୍ଥ ଚନ୍ଦ୍ର ତୃତୀୟଷଷ୍ଠାଧିପ ବୁଧଙ୍କ ଦୃଷ୍ଟିରେ ପାରିବାରିକ ସ୍ବାସ୍ଥ୍ୟ ସମସ୍ୟା କିମ୍ବା ମତା‘ର ଜନିତ କଳହକୁ ନେଇ ଚିନ୍ତିତ କରାଇବ। କିନ୍ତୁ ମୁଖଭାବସ୍ଥ ଶୁକ୍ରଙ୍କ ସୁପ୍ରଭାବରୁ ମନ ଭିତରର ଉତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ସହ ବାକ୍ୟାଳାପ କରିବାରେ ସମର୍ଥ ହେବେ। ମୁହଁ ସାମନାରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା।
ବୃଷ
ବୃଷ
ଚତୁର୍ଥାଧିପ ଚନ୍ଦ୍ରଙ୍କ ନିକଟରୁ ଷଡାଷ୍ଟକ ସ୍ଥିତିରେ ରହିଥିବାରୁ ପରିବାରର ବ୍ୟତିକ୍ରମ ସକାଶେ ମନ ଭଲ ରହିନପାରେ। କିନ୍ତୁ ଚନ୍ଦ୍ରଙ୍କ ଶୁଭଦୃଷ୍ଟି ପ୍ରଭାବରେ କୌଣସି ବନ୍ଧୁ, ସହକର୍ମୀ ସହଯୋଗର ହାତ ବଢାଇବା ଫଳରେ କୌଣସି କାମ ଅଟକିବ ନାହିଁ। ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ।
ମିଥୁନ
ମିଥୁନ
ରାଶିରେ ପାପଗ୍ରହ ଏବଂ ଦ୍ୱିତୀୟସ୍ଥ ବୁଧ ଆପଣଙ୍କ ମନ ଭିତରର ଉତେଜନାକୁ ପ୍ରକାଶ କରିବାକୁ ପଶ୍ଚାଦ୍‌ପଦ୍‌ ହେବେ ନାହିଁ। ଫଳରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ପୂର୍ଣ୍ଣ ଆଶଙ୍କା ରହିଛି। ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ ଆପ୍ୟାୟିତ କରି ଅର୍ଥଲାଭର ମାର୍ଗକୁ ସୁଗମ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ।
କର୍କଟ
କର୍କଟ
ବ୍ୟୟାଧିପତି ତୃତୀୟାଧିପତିଙ୍କ ସହ ଅବସ୍ଥାନ କରି ରାଶିରେ ଥିବାରୁ ବନ୍ଧୁଙ୍କ ପାଇଁ ଖର୍ଚ୍ଚାନ୍ତ ହେବାକୁ ପଡିପାରେ। ଅବଶ୍ୟ ଚନ୍ଦ୍ରଙ୍କ ଦୃଷ୍ଟିରୁ ସୁସ୍ଥ ଚିନ୍ତାଧାରା ହେତୁ ପରିସ୍ଥିତି ପ୍ରତି ସଚେତନ ରହି କାମ କରିବା ଦ୍ୱାରା ପ୍ରତ୍ୟେକ ସମସ୍ୟାକୁ ଟାଳି ଦେଇ ପାରିବେ। ପାରଷ୍ପରିକ ମତଭେଦ କାରଣରୁ ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବ।
ସି˚ହ
ସି˚ହ
ଚନ୍ଦ୍ରଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ବିପରୀତ ରାଜଯୋଗ ଆପଣଙ୍କ କାଯର୍‌ୟସିଦ୍ଧିରେ ସହାୟକ ହେବ। ଆନୁଷ୍ଠାନିକ କାମ ଓ ସଭାସମିତିତରେ ତଥା କ୍ରୀଡ଼ା, କଳା, ସାହିତ୍ୟ ଓ ସଂଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଅଫିସିଆଲି କାମକ୍ଷେତ୍ରରେ ପୂର୍ବରୁ ଲାଗି ରହିଥିବା ସମସ୍ୟାର ସମାଧାନପୂର୍ବକ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ।
କନ୍ୟା
ଏକାଦଶସ୍ଥ ରାଶ୍ୟାଧିପତି ବୃହସ୍ପତିଙ୍କ ନକ୍ଷତ୍ରସ୍ଥ ଯୋଗୁଁ ପାରିବାରିକ,ବ୍ୟବସାୟିକ ତଥା ଯାତ୍ରା ଓ ନୂତନକର୍ମାରମ୍ଭ ପାଇଁ ମନ୍ଦ ହେବନି। କିନ୍ତୁ ଦ୍ୱିତୀୟଭାବ ଗ୍ରହଶୂନ୍ୟତା କାରଣରୁ ଆର୍ଥିକ ସଂକଟ ମଧ୍ୟରେ ଗତି କରିପାରନ୍ତି। ନିଜ ପରିସରରେ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି ଭଳି କଥା କହିପାରେ।
ତୁଳା
ତୁଳା
କର୍ମାଧିପତିଙ୍କ ନକ୍ଷତ୍ରରେ ରାଶ୍ୟାଧିପତି ଅବସ୍ଥାନ କରି ଅଷ୍ଟମସ୍ଥ ଯୋଗୁ କର୍ମଜଞ୍ଜାଳ ବୃଦ୍ଧି ଜନିତ ସ୍ବାସ୍ଥ୍ୟହାନୀ ଘଟିପାରେ। ଶନିକ୍ଷେତ୍ରସ୍ଥ ଚନ୍ଦ୍ର ଯୋଗୁ କାହାକୁ କିଛି ନ କହିଲେ ମଧ୍ୟ ମନ ଭିତରଟା ବିଶେଷ ଭଲ ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ଠାରୁ ଦୂରତା ରଖି କାମ କରିବା ଭଲ ହେବ।
ବିଛା
ବିଛା
ମୁଖଭାବରେ ଶନି ପ୍ରଭାବରୁ ଆପଣଙ୍କ ନୀରବତା ଅନ୍ୟମାନଙ୍କ ସନ୍ଦେହକୁ ଦ୍ୱିଗୁଣିତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆପଣ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କଲେ ସଫଳତା ପାଇବେ।
ଧନୁ
ଧନୁ
କୌଣସି ପ୍ରକାରର ଅସୁବିଧା ନ ଥିଲେ ମଧ୍ୟ ପାପଗ୍ରହଙ୍କ କୁପ୍ରଭାରୁ ଦୈହିକ ଓ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବନାହିଁ। ଫଳରେ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟିହେବାର ସୂଚନା ରହିଛି। କୈାଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ।
ମକର
ମକର
ସପ୍ତମାଧିପତି ଚନ୍ଦ୍ର ସ୍ବଗୃହୀ ହେତୁ ଆଗାମୀ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ବିବାହ ପ୍ରସ୍ତାବ ସମ୍ପର୍କୀୟ ଚିନ୍ତାରେ ଆପଣଙ୍କୁ ନିମଗ୍ନ କରାଇପାରେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନେ କାମ ହାସଲ ସକାଶେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିଲେ ମଧ୍ୟ ପାପଗ୍ରହ କାସରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ସ୍ବଗୃହୀ ଶୁକ୍ର ପ୍ରଭାବରୁ ବନ୍ଧୁ ସମ୍ପର୍କ, ପରିବହନ, ବିବାଦୀୟ ପରିସ୍ଥିତି, ସଭାସମିତି ଓ ଆନୁଷ୍ଠାନିକ କାମରେ ବିଶେଷ ଅସୁବିଧା ହେବନାହିଁ। କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
ଦୈହିକ ସୁସ୍ଥ ସଙ୍ଗକୁ ବନ୍ଧୁମାନଙ୍କ ସାହାଯ୍ୟ,ସହଯୋଗ ଆପଣଙ୍କ କଥା ଓ କାମରେ ସହାୟକ ହେବ। ପିଲା ମାନଙ୍କ ସମସ୍ୟା ଓ ପାଇଁ ମାଧାନ ମନ ଅସ୍ଥିର ରହିବ ଓ ମାନସିକ ବ୍ୟଥା ଅନୁଭବ କରିବେ। ଦୁର୍ବଳ ଓ ପାପଗ୍ରସ୍ଥ ଧନାଧିପତି କାରଣରୁ ପରିସ୍ଥିତିବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri