Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ
ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ଆପଣ ଯାହା ଚାହୁଁଛନ୍ତି ତାହା ପାଇବେ ଏବଂ ଉପରବେଳା ଶୁଭସମ୍ବାଦ ପାଇ ଉଲ୍ଲସିତ ହେବେ। କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ। ବ୍ୟବସାୟୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିବାର ଆଶଙ୍କା ରହିଛି।
ବୃଷ
ବୃଷ
ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଓ ଫେରନ୍ତା ବାଟରେ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦ ମୁକ୍ତ ହେବେ। ବ୍ୟବସାୟିକ କ୍ଷେତ୍ର ସମସ୍ୟାବହୁଳ ହୋଇପାରେ। ଘର ସାଜସଜ୍ଜାରେ କିମ୍ବା ନିର୍ମାଣରେ ସମୟ ଅତିବାହିତ କରିପାରନ୍ତି। ମନର କଥା ମନରେ ରଖି ବନ୍ଧୁଙ୍କୁ ନିଜ କାମରେ ଲଗାଇ ଇଚ୍ଛିତ କାର୍ଯ୍ୟ ହାସଲ କରିବେ।
ମିଥୁନ
ମିଥୁନ
ସବୁ ସୁବିଧା ଥାଇ ମଧ୍ୟ ସମସ୍ୟା ଲାଗିରହିବା ଯୋଗୁ କେତେକ କାମ ସମ୍ପନ୍ନ ନ ହେବା କାରଣରୁ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବେ। ହୋଟେଲ, ଛୋଟ ଦୋକାନୀ, ଲାଭବାନ ହେବେ। ପୂର୍ବ ବିବାଦକୁ କେନ୍ଦ୍ରକରି ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ସମସ୍ୟା ଆସିବ। ପିଲାମାନଙ୍କ କେତେକ ସମସ୍ୟାକୁ ନେଇ ଚିନ୍ତାରେ ରହିବେ।
କର୍କଟ
କର୍କଟ
ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯିବ। ପରିସ୍ଥିତିକୁ ସାମ୍‌ନା କରିବାକୁ ଯାଇ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରିପାରନ୍ତି। ଗତକାଲିର ଯୋଜନାକୁ ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ଼ ଚେଷ୍ଟା କରିପାରନ୍ତି। ତଥାପି କେତେକ କାମ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ସାମାଜିକ ସ୍ତରରେ ଦୃଢ଼ତା ହେତୁ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
କନ୍ୟା
ବିଭିନ୍ନ ପ୍ରକାରର ସମସ୍ୟା କାରଣରୁ ପାରିବାରିକ ଚିନ୍ତା ମନକୁ ଆନ୍ଦୋଳିତ କରିବ। ଦୂରଯାତ୍ରା କରିବାକୁ ପଡ଼ିପାରେ। ପରିବାର ଭିତରେ କଳହ ଲାଗିପାରେ। ଅଚାନକ ଭାବରେ ଅଶୌଚ ସମ୍ବାଦ ଶୁଣି ବିସ୍ମିତ ହୋଇପାରନ୍ତି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରା ବିଳମ୍ବିତ ହୋଇପାରେ। ଧର୍ମାନୁଷ୍ଠାନ କିମ୍ବା ସାଂଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ବ୍ୟବସାୟ ଓ ବାଣିଜ୍ୟରୁ ଅର୍ଥ ଲାଭ ହେତୁ ଖୁସି ରହିବେ। ଉପସ୍ଥିତ ବୁଦ୍ଧି ଖଟାଇ ପରିବାରରେ ଗୋଳମାଳିଆ ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି। ଘର ସାଜସଜ୍ଜା କିମ୍ବା ମରାମତି କାମରେ ସମୟ ଅତିବାହିତ କରିବେ।
ବିଛା
ବିଛା
ଆଜି ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ସତର୍କ ରୁହନ୍ତୁ। ଭ୍ରମଣ ଅବକାଶରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଅର୍ଥ ସମ୍ପର୍କୀୟ ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ମିଳିବ। ଦେବ ଦର୍ଶନର ସୁଯୋଗ ମିଳିବ। ସାହାଯ୍ୟ, ସହଯୋଗର ପ୍ରତିଶ୍ରୁତି ବନ୍ଧୁଙ୍କଠାରୁ ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ଧନୁ
ଧନୁ
ଭୁଲ ବୁଝାମଣା କାରଣରୁ ପରିବାରର ସଦସ୍ୟମାନେ ଆପଣଙ୍କୁ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରି ପାରନ୍ତି। ଅତି ନିଜର ପ୍ରିୟ ବ୍ୟକ୍ତିଟି ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଆପଣଙ୍କ ବିରୋଧ କଥା କହିପାରେ। ପରିବହନରେ ଆକସ୍ମିକ ସମସ୍ୟାକୁ ଅତି ଚତୁରତାର ସହ ସମାଧାନ କରିବେ। ଅବଶ୍ୟ ସ୍ଥାନୀୟ ଜଣାଶୁଣା ଲୋକମାନେ ଆପଣଙ୍କୁ ଏ ଦିଗରେ ସାହାଯ୍ୟ କରିବେ।
ମକର
ମକର
ଆଜିର ଯାତ୍ରାରେ ଅର୍ଥ ପ୍ରାପ୍ତିର ଆଶା ପୂରାମାତ୍ରାରେ ରହିଛି। ଦୁର୍ବଳ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ମତାନ୍ତର ଜନିତ ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ସହ ବୁଝାମଣା ଠିକ୍‌ ରହି ନ ପାରେ। ଚେଷ୍ଟା କରୁଥିବା କାମରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହୁଥିଲେ ମଧ୍ୟ କାମଟିକୁ ଛାଡ଼ି ପାରିବେ ନାହିଁ। ପରୋକ୍ଷ ଭାବରେ ଶତ୍ରୁତା କରୁଥିବା କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇ ପାରନ୍ତି। ହଠାତ୍‌ ଯାତ୍ରା କରିବାକୁ ଯିବାକୁ ମନସ୍ଥ କରି ବାଟରୁ ଫେରି ଆସିବାକୁ ପଡିପାରେ। କର୍ମକ୍ଷେତ୍ରରେ ଘଟଣାଚକ୍ରରେ ପଡି ମିଥ୍ୟା କହିବାକୁ ବାଧ୍ୟ ହୋଇପାରନ୍ତି।
ମୀନମୀନ
ପାଖ ପଡ଼ୋଶୀ କିମ୍ବା ଆତ୍ମୀୟମାନଙ୍କଠାରୁ ଅଯାଚିତ ଭାବେ ସହାୟତା ପାଇବେ। ଅଧସ୍ତନ କର୍ମଚାରୀ କିମ୍ବା ସହକର୍ମୀଙ୍କୁ କଟୁକଥା ପ୍ରୟୋଗ କରି ସୁସମ୍ପର୍କ ହରାଇପାରନ୍ତି। ଈର୍ଷା କରୁଥିବା ଲୋକମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri