Posted inRasifala

ରାଶିଫଳ: ଶୁକ୍ରବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ
ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରୁଥିବାରୁ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଧାର କରଜ କରିବାକୁ ପଡିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଦେଖାଦେବାର ଆଶଙ୍କା ରହିଛି।
ବୃଷ
ବୃଷ
ଶନିଙ୍କ ଦୃଷ୍ଟିରେ ଶୁକ୍ର ରହିଥିବାରୁ କୌଣସି ଜଣେ ବ୍ୟକ୍ତିଙ୍କ ଦ୍ୱାରା ଅର୍ଥହାନିର ଯୋଗ ରହିଛି। ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ କରିବାକୁ ପଡିବ। ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ଧନାଧିପତି ଧନସ୍ଥାନକୁ ଦେଖୁଥିବାରୁ ଅର୍ଥଲାଭ ହେଲେ ମଧ୍ୟ ପାପଗ୍ରହ ପ୍ରଭାବରୁ ଝିନଝଟ୍‌ ଭିତରେ ଗତି କରିବାକୁ ପଡିବ। ସାଧାରଣ କଥାରେ ଉତ୍ତେଜିତ ହେବା ଦ୍ୱାରା ପାଖ ପଡୋଶୀ ମାନଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହି ନ ପାରେ। ମାଲିମକଦ୍ଦମାରେ ବିଚାର ବିଳମ୍ବ ହୋଇପାରେ।
କର୍କଟ
କର୍କଟ
ରାଶିକୁ ଏକାଧିକ ଗ୍ରହ ପ୍ରଭାବିତ କରୁଥିବାରୁ ଅତୀତ ଘଟଣା, ବନ୍ଧୁଙ୍କ ଅବିବେକୀ କାମ, ସହକର୍ମୀଙ୍କ କୂଟନୀତି ଓ ଆମତ୍ୀୟଙ୍କ ବେଖାତିର କଥା ସକାଶେ ଅନୁତାପ କରିପାରନ୍ତି। କର୍ମକ୍ଷେତ୍ରସ୍ଥ ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ।
ସି˚ହ
ସି˚ହ
ଆଜି ଆପଣ କୌଣସି କାମ କରିସାରିବାରେ ଅନୁତାପ କରିବାକୁ ପଡିପାରେ। ଆବଶ୍ୟକୀୟ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିପାରନ୍ତି। ସହକର୍ମୀଙ୍କ ସହ କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ଗଣ ଯୋଗାଯୋଗ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ସାମାନ୍ୟ କଥାରୁ ମତାନ୍ତର ଘଟିଥିବାରୁ ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ସ୍ଥଗିତ କାମଟି ଆଜି ହିଁ ଶେଷ କରିବାକୁ ଭାବୁଥିଲେ ମଧ୍ୟ ତାହା ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ଅନୁଭବ କରିବେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡା ଲାଗିପାରେ। କର୍ମକ୍ଷେତ୍ରରେ, ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ତୃତୀୟସ୍ଥ ଚନ୍ଦ୍ର ମାନସିକ ସ୍ତରକୁ ଶିଥିଳ କରି ରଖିପାରେ। କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ପ୍ରଶାସନିକ ସ୍ତରରେ ଅନ୍ୟମାନଙ୍କୁ ନିଜ କାମରେ ସହଭାଗିତା କରାଇପାରିବେ। ଅତୀତର ବିବାଦକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ବାକ୍‌ବିତଣ୍ଡା ସୃଷ୍ଟି ହେବାର ସୂଚନା ରହିଛି।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଆଜି ଯଥା ସମୟରେ ହୋଇଯିବ। ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତି ଓ ଆନୁଷ୍ଠାନିକ କାମରୁ ମନ ଖୁସୀ ରହିବ।
ମକର
ମକର
ସ୍ଥଗିତ ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ କରିବା ସକାଶେ ବନ୍ଧୁଙ୍କ ସହ ଯୋଗର ଆବଶ୍ୟକତା ଅନୁଭବ କରିବେ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡିବେ। କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରରେ ଉନ୍ନତି କରିବେ । ପ୍ରତ୍ୟାବର୍ତ୍ତନ ପଥରେ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଜମା ଭଲ ସମ୍ପର୍କ ନ ଥିବା ନିଜ ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି କରିପାରିବେ ନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଏକ ଭିନ୍ନ ପରିସ୍ଥିତିରେ ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ
ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ପାରିବାରିକ ସମସ୍ୟା ସମାଧାନ ହୋଇଯିବ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା କି ବ୍ୟସ୍ତତାର କାରଣ ହୋଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଆତ୍ମୀୟମାନଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri