Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ
କର୍ମସ୍ଥାନରେ ଶୁକ୍ର ରହିଥିବାରୁ ସାମଗ୍ରୀକ ସୁଖ, ସୁବିଧା ସଙ୍ଗକୁ ଅର୍ଥ ଓ ସମ୍ମାନ ମିଳିବ। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ମିଳିବ ଓ ଆଗାମୀ ସମୟ ପାଇଁ କେତେକ ମୂଲ୍ୟବାନ ଉପଦେଶ ପାଇବେ। ପରିବାରରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିପାଇଁ ସହାୟକ ହୋଇପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ସାହାଯ୍ୟ ଓ ସହଯୋଗ ଆପଣଙ୍କ କାମକୁ ତ୍ୱରାନ୍ବିତ କରିବ। ଅଯଥା ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ, ବରଂ ଲାଭ ବଦଳରେ କ୍ଷତି ଅଧିକ ହୋଇପାରେ। ପରିବାରର କୌଣସି ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ବନ୍ଧୁଙ୍କ ପରାମର୍ଶରେ ନିଜ ମନ ପସନ୍ଦର ଜିନିଷ କିଣି ଖୁସୀ ରହିବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟା ବିଜଡିତ ରହିବା କାରଣରୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇପାରନ୍ତି। ମାନସିକ ଅସ୍ଥିରତା କାରଣରୁ ଅନ୍ୟମାନଙ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେ ନାହିଁ। ନିଜର କର୍ତ୍ତବ୍ୟନିଷ୍ଠା ଫଳରେ ପରିବାରର ଲୋକମାନଙ୍କ ଠାରୁ ଆଦର, ଶ୍ରଦ୍ଧା ପାଇବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଆଶାନୁରୂପ ଅର୍ଥ, ସମ୍ମାନ, ସହଯୋଗ ନ ପାଇ କ୍ଷୋଭପ୍ରକାଶ କରିପାରନ୍ତି। ପାରିବାରିକ ସ୍ତରରେ ପକ୍ଷପାତିତାକୁ ନେଇ ମାନସିକ ସ୍ତରରେ କଷ୍ଟ ପାଇବାର ଆଶଙ୍କା ରହିଛି। ବନ୍ଧୁଙ୍କ ସହ ଯୁକ୍ତିତର୍କ କରି କଥାକୁ ବେଶି ଦୋହରାଇବା ଠିକ୍‌ ହେବନି। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପ୍ରତିଟି ପଦକ୍ଷେପରେ ସହମତି ଭିତରେ କାମ କଲେ ଉପକୃତ ହେବେ। ସଙ୍ଗଠନ, ରାଜନୀତି, ସଭାସମିତି, ପ୍ରଶାସନ କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। କ୍ରୀଡ଼ା ଓ କଳା, ଚଳଚ୍ଚିତ୍ର ପ୍ରଭୃତି ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମରୁ ଓହରି ପାରିବେ ନାହିଁ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି ତାହା ସାମାନ୍ୟ ବିଳମ୍ବରେ ପାଇବେ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡିପାରନ୍ତି। ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରି ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
ଆଜି ଆପଣଙ୍କୁ ଅନ୍ୟମାନଙ୍କ କଥା ଓ କାର୍ଯ୍ୟକଳାପ ଆପଣଙ୍କୁ ଭଲ ଲାଗି ନ ପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବେ। ଆନୁଷ୍ଠାନିକ କ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ତ ହେବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହିବ ନାହିଁ। କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବେ। ସାମାଜିକ ସ୍ତରରେ ଦେଖାଦେଇଥିବା ସମସ୍ୟାକୁ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ଟେନସନ୍‌ କିିଛି ମାତ୍ରାରେ କମିଯିବ। ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ କରିବା କଷ୍ଟକର ହୋଇପଡିବ। ନିଜର ସତର୍କତା ଅଭାବରୁ ଧନ ହାନୀ ଘଟିପାରେ। ସଭାସମିତି କିମ୍ବା ବନ୍ଧୁଙ୍କଠାରୁ ପ୍ରଶଂସା ପାଇପାରନ୍ତି।
ମକର
ମକର
ସ୍ବାସ୍ଥ୍ୟରେ ଉନ୍ନତି, ବିବାଦୀୟ ଘଟଣାର ବିଜୟୀ ଏବଂ ବାଣିଜ୍ୟ, ବ୍ୟବସାୟରେ ଲାଭବାନ୍‌ ହେବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ବାରମ୍ବାର ପ୍ରତିବନ୍ଧକ ଲାଗି ରହୁଥିବାରୁ ଲକ୍ଷ୍ୟପ୍ରାପ୍ତିରେ ବାଧା ସୃଷ୍ଟି ହୋଇପାରେ।
କୁମ୍ଭ
କୁମ୍ଭ
ଆଜି ଦିନଟିରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ। ଲେଖାପଢା, ପ୍ରଶାସନ, ପରିବହନ, ନିର୍ମାଣ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ନିଜର ସ୍ବାର୍ଥ ସାଧନ ପାଇଁ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିପାରନ୍ତି। ବନ୍ଧୁମାନଙ୍କ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେ, ଯାହାକି ଆପଣଙ୍କୁ ବହୁତ କ୍ଷେତ୍ରରେ ସାହାଯ୍ୟ କରିବ।
ମୀନମୀନ
କୌଣସି ନୂତନ କାମ ଆରମ୍ଭ କରବାକୁ ମନ ବଳାଇ ପାରନ୍ତି। କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ, ଅବଶ୍ୟ ବନ୍ଧୁମାନଙ୍କ ସାହାଯ୍ୟ ଦ୍ୱାରା ହିଁ ସମ୍ଭବ ହୋଇପାରେ। ଖଳ ଲୋକଙ୍କ ଦ୍ୱାରା ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବାର ଆଶଙ୍କାକୁ ଏଡିହେବ ନାହିଁ। ଆବଶ୍ୟକୀୟ ଅର୍ଥ ସକାଶେ ଧାର ସୂତ୍ରରେ ପାଇବାକୁ ଚେଷ୍ଟା କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri