Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ
ଆଜି ଭାଗ୍ୟସ୍ଥାନରେ ପଞ୍ଚଗ୍ରହକୂଟ ମାନସିକ ସ୍ତରକୁ ବିଭ୍ରାନ୍ତ କରାଇବ। ଦୀର୍ଘ ସମୟ ଧରି ପାରିବାରିକ ଅସ୍ଥିରତା ଲାଗି ରହିବା କାରଣରୁ କୌଣସି କାମରେ ମନ ଲାଗିବ ନାହିଁ। କର୍ମକ୍ଷେତ୍ରରେ ପୂର୍ବ ଯୋଜନା ଅନୂଯାୟୀ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡିପାରେ। ଅଫିସ୍‌ କାମରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ବୃଷ
ବୃଷ
ଚନ୍ଦ୍ରଙ୍କ ସମେତ ଅଷ୍ଟମରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ କୌଣସି କ୍ଷେତ୍ରରେ ପ୍ରତିବାଦ କଲେ ଅପଦସ୍ତ ହେବେ। ଦୂରଯାତ୍ରା ସକାଶେ ବ୍ୟବସାୟିକ କ୍ଷେତ୍ର ପାଇଁ ଅସୁବିଧା ହେବ ନାହିଁ। ସ୍ତ୍ରୀଙ୍କ ପ୍ରେରଣା ଓ ସହଯୋଗରୁ ଉପକୃତ ହୋଇପାରନ୍ତି। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତି ବଶତଃ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ ।
ମିଥୁନ
ମିଥୁନ
ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟାକଲେ ନୈରାଶ୍ୟ ହେବାକୁ ପଡିପାରେ । କର୍ମକ୍ଷେତ୍ରରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବା ସଙ୍ଗକୁ ମାନସିକ ସ୍ତରରେ ମଧ୍ୟ ଚାପଗ୍ରସ୍ତ ହେବାକୁ ପଡିପାରେ। ଆର୍ଥିକ ସ୍ଥିତି ମନ୍ଦ ନ ଥିଲେ ମଧ୍ୟ ପୁରୁଣା ଲୋନ୍‌ର ପରିଶୋଧ ଚିନ୍ତା ମନକୁ ଆକ୍ରାନ୍ତ କରି ରଖିବ ।
କର୍କଟ
କର୍କଟ
ଗ୍ରହପ୍ରଭାବରୁ କର୍ମକ୍ଷେତ୍ରରେ ସମ୍ମାନ, ସଦିଚ୍ଛା ସହ ଗସ୍ତକାର୍ଯ୍ୟକ୍ରମ ବଢିଯାଇପାରେ । ନିଜର ବିଚାରବୁଦ୍ଧି ହରାଇ ଅନ୍ୟମାନଙ୍କ କଥାରେ ଭଳି କୈାଣସି କାମ କଲେ ଅସୁବିଧାରେ ପଡିବେ। ଯେକୈାଣସି କ୍ଷେତ୍ରରେ ମଧ୍ୟ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ପାରିବାରିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିପାରନ୍ତି।
ସି˚ହ
ସି˚ହ
ଏକାଦଶରେ ରାହୁ ଓ ରବି କେନ୍ଦ୍ରସ୍ଥ ଯୋଗୁଁ ସମ୍ପୂର୍ଣ୍ଣ ଭାବରେ ସମସ୍ୟା ମୁକ୍ତ ନ ହେଲେ ମଧ୍ୟ କେତେକାଂଶରେ ହାଲୁକା ମନେ କରିବେ । କ୍ରୀଡା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ ।
କନ୍ୟା
ମୁଖ ଭାବରେ ମଙ୍ଗଳ ଓ ବୁଧ ହେତୁ ବ୍ୟବହାରରେ ସତର୍କତା ଅବଲମ୍ବନ ନକଲେ ଅଯଥା ସମ୍ପର୍କହାନୀ ଘଟିପାରେ । ଆର୍ଥିକ ସମସ୍ୟା ସୁଧାରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ସ୍ତ୍ରୀ ପ୍ରତିଦ୍ୱନ୍ଦ୍ୱୀ, ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ ତଥାପି ଉନ୍ନତ ଚିନ୍ତା ଓ ସେବା ମନୋଭାବରୁ ପ୍ରସଂଶିତ ହେବେ ।
ତୁଳା
ତୁଳା
ଏକାଧିକଗ୍ରହ ଭାଗ୍ୟସ୍ଥାନକୁ ଦେଖୁଥିବାରୁ କୈାଣସି ନୂତନ କର୍ମାରମ୍ଭ କୈାଣସି ପୁରୁଣା କଥାକୁ ମନେ ପକାଇ ଭାବବିଭୋର ହୋଇପାରନ୍ତି। ଅଭାବ ନ ଥିଲେ ମଧ୍ୟ ପରିସ୍ଥିତିବଶତଃ କୌଣସି ଜିନିଷ ସହଜଲଭ୍ୟ ନ ହୋଇପାରେ । କର୍ମକ୍ଷେତ୍ରରେ ଆପଣ ନିଜର କଳା କୌଶଳ ପ୍ରୟୋଗ କରି ସଫଳତା ପାଇବେ ।
ବିଛା
ବିଛା
ଆଜିର ଦୁର୍ବଳ ରବି ଓ ଏକାଧିକ ଗ୍ରହ ମଧ୍ୟରେ ଚନ୍ଦ୍ର ମନରେ ହତାଶାଭାବ ସଂଚାର କରିପାରେ । ଅନ୍ୟମାନଙ୍କ କଥା ଓ କାମର ତାଳମେଳ ନ ରହିବା ଆପଣଙ୍କ ସକାଶେ ଦୁଃଶ୍ଚିନ୍ତାର ମାତ୍ରାକୁ ବଢାଇ ଦେବ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଅବଶ୍ୟ ଜ୍ୟେଷ୍ଠା କାର୍ଯ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ରାଶିରେ ଏକାଧିକଗ୍ରହ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ଦୋଷତ୍ରୁଟି ଖୋଜି ବୁଲିଲେ କାର୍ଯ୍ୟହାନୀ ସଙ୍ଗକୁ ଶତ୍ରୁତା ବଢିଯିବ । କୈାଣସି ଜିନିଷର ଅଭାବକୁ କେନ୍ଦ୍ରକରି ଉନ୍ନୟନ ମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ସ୍ବାସ୍ଥ୍ୟ ପୂର୍ବବତ୍‌ ଠିକ୍‌ ରହିବ ମାତ୍ର ପାରିବାରିକ କୌଣସି ସମସ୍ୟାରେ ନିଜେ ସାମିଲ ହୋଇ ଅନ୍ୟମନସ୍କ ରହିପାରନ୍ତି।
ମକର
ମକର
କିଛି ଭଲ ଓ ମନ୍ଦର ମିଶ୍ରିତ ଅନୁଭୂତିକୁ ନେଇ ଦିନଟି ଅତିବାହିତ ହେବ। କୌଣସି କାମରେ ବାରମ୍ବାର ପ୍ରତିବନ୍ଧକ ଘଟିବା କାରଣରୁ ସାମୟିକ ମନଦୁଃଖ ହୋଇପାରେ। ଆଜିର ଯାତ୍ରା, ବାଣିଜ୍ୟ, ହାତକୁ ନେଇଥିବା କାମ, କଚେରି ମାମଲା, ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅବଶ୍ୟ ମିଳିବ । ତଥାପି ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ ।
କୁମ୍ଭ
କୁମ୍ଭ
ଆଜି ଯାହା ଚାହୁଁଛନ୍ତି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ । କିନ୍ତୁ ଅନ୍ୟମାନେ ପରୋକ୍ଷ ଭାବରେ ତାହା କରାଇ ନ ଦେବାକୁ ଚେଷ୍ଟା କରିପାରନ୍ତି। ଏଣେ ପାରିବାରିକ କ୍ଷେତ୍ରରେ କିଛିଟା ସମସ୍ୟା ଆସିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କୈାଶଳପ୍ରୟୋଗ କରି ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ କାମ ହାସଲ କରିବେ।
ମୀନମୀନ
ପ୍ରତ୍ୟେକ କାମ ନିର୍ଦ୍ଦିଷ୍ଟ ସମୟରେ କରିନପାରିବା କାରଣରୁ ମାନସିକ ସ୍ତରରେ ଗ୍ଳାନି ଅନୁଭବ କରିପାରନ୍ତି। କିଛି ସମସ୍ୟା ସମାଧାନ କରିବା ବେଳକୁ ଅନ୍ୟ ଏକ ସମସ୍ୟା ଆସିବ ଯାହାକି ଆପଣଙ୍କୁ ସାମାନ୍ୟ ବ୍ୟସ୍ତ ଓ ବିବ୍ରତ ମଧ୍ୟରେ ଚଳିବାକୁ ପଡିବ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri