Posted inRasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ
ରାହୁଯୁକ୍ତ ଚନ୍ଦ୍ରଜନିତ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହି ନ ପାରେ। ଦ୍ୱିଜା ନକ୍ଷତ୍ର ସକାଶେ ଅର୍ଥ ଲାଭ, ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିବ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ଉପକୃତ ହେବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ଶନି ଓ ରବିଙ୍କ ପାରଷ୍ପରିକ ଶତ୍ରୁତାଜନିତ ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ। ଆଶା କରୁଥିବା ଦିଗରୁ ଅର୍ଥ ପାଇବା ସହ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି। ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହିଁ।
ମିଥୁନ
ମିଥୁନ
ସପ୍ତମସ୍ଥ କେତୁ ଯୁକ୍ତ ବୃହସ୍ପତି ହେତୁ ଯାତ୍ରାରେ ଲକ୍ଷ୍ୟ ହାସଲ କରିବା କଷ୍ଟକର ହୋଇପାରେ। ନିଜର ଇଚ୍ଛା ଅନୁଯାୟୀ କେତେକ କାମ ସକାଶେ ପରିବାର ଭିତରୁ ସମାଲୋଚିତ ହେବାକୁ ପଡିବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା କୌଣସି ସମସ୍ୟା ଆସିପାରେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି।
କର୍କଟ
କର୍କଟ
ଦ୍ୱାଦଶସ୍ଥ ଗ୍ରହଜନିତ ଆଜି ଆର୍ଥିକ ସ୍ଥିତି ବହୁତ ଭଲ ରହିବ କିନ୍ତୁ ଦୂରଯାତ୍ରା ସହ ଖଚ୍ଚାନ୍ତ ମଧ୍ୟ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ, ଯାହାଦ୍ୱାରା ଦ୍ୱନ୍ଦ୍ୱରେ ପଡି ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ବନ୍ଧୁ ଜରିଆରେ ଆକସ୍ମିକ ଭାବରେ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହୋଇପାରନ୍ତି।
ସି˚ହ
ସି˚ହ
ରବି ଓ ଚନ୍ଦ୍ର ଷଡାଷ୍ଟକ ସ୍ଥିତିରେ ରହିଥିବାରୁ ସମସ୍ୟା ଆସିଲେ ମଧ୍ୟ ଆପଣ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ। ଅପରାହ୍ନରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ମନ ଭଲ ରହି ନ ପାରେ। ଅବଶ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ।
କନ୍ୟା
ଆଜି ଆପଣଙ୍କ କାମ ସକାଶେ ବନ୍ଧୁମାନଙ୍କ ସାହାଯ୍ୟ ଓ ସହଯୋଗରୁ ଉତ୍ସାହିତ ହେବେ। ବୁଝାମଣା ଠିକ୍‌ ନ ରହିବା କାରଣରୁ କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଘର ଲୋକମାନଙ୍କୁ ଉପେକ୍ଷା କରି ପରକଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ଅନୁତାପ କରିବାକୁ ପଡିପାରେ।
ତୁଳା
ତୁଳା
ନିଜର ସମସ୍ୟା ବିଷୟରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇପାରନ୍ତି। ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଦେଖାଦେଇପାରେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
ଅଷ୍ଟମାଧିପତି ଚତୁର୍ଥସ୍ଥ ହେତୁ ପରିବାରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। କଳା, ସାହିତ୍ୟ,ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ ସ୍ଥଗିତକାର୍ଯ୍ୟ ଆରମ୍ଭ କରିବା ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ଧନୁ
ଧନୁ
କର୍ମାଧିପ ବୁଧ ସ୍ବରାଶିରୁ ଷଷ୍ଠସ୍ଥ ଯୋଗୁ ଆଜିର କର୍ମକ୍ଷେତ୍ରରେ ଆଲୋଚନା ଅମୀମାଂସୀତ ରହିପାରେ। ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ। ଶତ୍ରୁତା କାରଣରୁ ନିକଟ ସମ୍ପର୍କୀୟମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।
ମକର
ମକର
ମଙ୍ଗଳଗ୍ରହ ନିଜରାଶି ମେଷରୁ ଅଷ୍ଟମରେ ଥିବାରୁ ଆଜି ସାଧାରଣ କଥାକୁ କେନ୍ଦ୍ର କରି କଳହର ସମ୍ମୁଖୀନ ହୋଇପାରନ୍ତି। ଅତ୍ୟାବଶ୍ୟକ ଜିନିଷଗୁଡିକୁ ଆଣିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ। ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ।
କୁମ୍ଭ
କୁମ୍ଭ
ରାଶିରେ ବୁଧ ଓ ଧନସ୍ଥାନରେ ଶୁକ୍ରଥିବାରୁ ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପାଖ ପଡୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କିନ୍ତୁ ପରିବାରରେ ପୈତୃକ ସମ୍ପତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି।
ମୀନମୀନ
ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିଥିଲେ ମଧ୍ୟ ବିଶେଷ ଅସୁବିଧା ହେବନାହିଁ । ଗତକାଲିଠାରୁ ନିଜର ଲୋକ ମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। କର୍ମକ୍ଷେତ୍ରରେ ଈର୍ଷାପର ବନ୍ଧୁମାନେ ସମ୍ମୁଖରେ ନୀରବ ରହି ପଛରେ ବହୁତ କଥା କହିବେ। ପାଖପଡୋଶୀଙ୍କ ସହାୟତାରେ ଅର୍ଥାଭାବ କେତେକାଂଶରେ ଦୂରୀଭୂତ ହୋଇଯିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri