Posted inRasifala

ରାଶିଫଳ: ଶୁକ୍ରବାର, ମେ ୩୦ ତାରିଖ – Daily Horoscope

ମେଷ
ବିଭିନ୍ନ ସମସ୍ୟା ବିଜଡ଼ିତ ରହି କାର୍ଯ୍ୟହାନି, ମନସ୍ତାପ ଓ ବିବାଦରେ ଲିପ୍ତ ରହିପାରନ୍ତି। ପାରିବେଶିକ କୁପ୍ରଭାବରେ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କିତ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ଅସୁବିଧା ହେବ ନାହିଁ। ଭ୍ରାତୃ ସମ୍ପର୍କ, ବନ୍ଧୁପ୍ରୀତି, ଅର୍ଥପ୍ରାପ୍ତି , ଯାତ୍ରା ଓ ଆଲୋଚନା ଫଳପ୍ରଦ ହୋଇପାରେ।
ବୃଷ
ବୃଷ
ଆପଣ ଅନ୍ୟମାନଙ୍କୁ ମନେଇ ନିଜ ଆଡ଼କୁ ଆକର୍ଷିତ କରିବା ପାଇଁ ଚେଷ୍ଟା କରି ସଫଳ ହେବେ। କିନ୍ତୁ କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ନିକଟ ଅତୀତରେ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। କୃତ୍ତିକା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଭଲ ଲାଭ ପାଇବେ ା
ମିଥୁନ
ମିଥୁନ
ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବେ। ଭ୍ରମଣ, ରାଜନୀତି, ପ୍ରଶାସନ, ସଭାସମିତି, ଲେଖାପଢ଼ା, ଯାତ୍ରା ପାଇଁ ଦିନଟି ଭଲ। ଅପରାହ୍ନେ ଅସମର୍ଥିତ ସୂତ୍ରରୁ ଭୁଲ୍‍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ କେତେକାଂଶରେ ଉପକୃତ ହେବେ।
କର୍କଟ
କର୍କଟ
ରାହୁଙ୍କ କୁପ୍ରଭାବରେ ଅଶାନ୍ତ ମନ ନେଇ ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କଲେ ପାରିବାରିକ ସମସ୍ୟା ବଢିଯିବ। ବନ୍ଧୁଙ୍କ ନିକଟରୁ କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆନୁଷ୍ଠାନିକ କାମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ। ଆତ୍ମୀୟମାନଙ୍କ ପରାମର୍ଶ ନେଇ କାମ କଲେ ଉପକୃତ ହେବେ।
ସି˚ହ
ସି˚ହ
ପୂର୍ବର କଳହକୁ ନେଇ ନିଜର ଆତ୍ମୀୟ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। ବିଳମ୍ବରେ କାମଗୁଡିକ ଠିକ୍‍ ଭାବରେ ସମ୍ପନ୍ନ ହେବାରୁ ମନସ୍ତାପ କରିପାରନ୍ତି। ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ବାକ୍ଷରିତ ହେବାର ସୂଚନା ରହିଛି।
କନ୍ୟା
ପୂର୍ବ ବିବାଦକୁ କେନ୍ଦ୍ରକରି କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ ଓ ସାହାଯ୍ୟ ସହଯୋଗ ମିଳିବ। ଶତ୍ରୁତା କରୁଥିବା ବ୍ୟକ୍ତି ପଛରେ ନାନାଦି କଥା କହିପାରନ୍ତି। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଆପଣଙ୍କୁ ଦୌଡ଼ିବାକୁ ପଡ଼ିପାରେ।
ତୁଳା
ତୁଳା
ପାରିବାରିକ ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ। ଅତ୍ୟଧିକ ପରିଶ୍ରମ ଜନିତ ସାମୟିକ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। କାର୍ଯ୍ୟହାସଲ ଲାଗି ବିଶେଷ ଅର୍ଥ ବ୍ୟୟ କରି ଦୁଃଖିତ ହେବେ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଲେଖାପଢ଼ା, ନିର୍ମାଣ, ଗବେଷଣାରୁ ପ୍ରଶଂସିତ ହୋଇପାରନ୍ତି ।
ବିଛା
ବିଛା
କର୍ମକ୍ଷେତ୍ରରେ ମିତ୍ରବନ୍ଧୁମାନଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ ଏବଂ ପରୋକ୍ଷ ଶତ୍ରୁତା କାମକୁ ବିଶୃଙ୍ଖଳିତ କରିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କଲେ ଉପକୃତ ହୋଇପାରନ୍ତି।
ଧନୁ
ଧନୁ
ପରିବାର ସହ ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁମିଳନ ସାଙ୍ଗକୁ ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତିର ସମ୍ଭାବନା ରହିଛି। ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବା ଦ୍ୱାରା ସୁଫଳ ମିଳିପାରିବ। ଭ୍ରମଣଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ଭାବପ୍ରବଣତାର ବଶବର୍ତ୍ତୀ ହୋଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲାଭଳି କାମ କରିବା ଠିକ୍‍ ହେବ ନାହିଁ ।
ମକର
ମକର
ଯାତ୍ରା ସମୟରେ କୌଣସି ଅପରିଚିତ ବ୍ୟକ୍ତିଙ୍କ ଦ୍ୱାରା କାମ ହାସଲର ମଉକା ପାଇବେ । ଆଲୋଚନା ପରିସରରେ ଯୁକ୍ତିତର୍କ କାରଣରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଶ୍ରବଣା ନକ୍ଷତ୍ରର ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହେବ। ଅନ୍ୟମାନଙ୍କ ସହଯୋଗ ଅଭାବରୁ ଅଫିସରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ା
କୁମ୍ଭ
କୁମ୍ଭ
ଆଶା କରିଥିବା ଧାର୍ମିକ କାର୍ଯ୍ୟ, ବନ୍ଧୁ, ସହକର୍ମୀଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନଙ୍କ ଭୁଲ୍‍ ଧାରଣକୁ ବଦଳାଇ ପାରିବେ ନାହିଁ। ବ୍ୟବସାୟିକ, ସାମାଜିକ, ନୂତନପ୍ରକଳ୍ପ ସମ୍ପର୍କିତ ଯୋଜନାକୁ କାର୍ଯ୍ୟକାରୀ କରାଇନେବେ। ବସ୍ତ୍ରଭୂଷଣ, ଅର୍ଥ ଓ ସମ୍ମାନ ଲାଭ କରିବେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧା ଭୋଗିବେ।
ମୀନମୀନ

ଆଜି କର୍ମକ୍ଷେତ୍ରରେ ସହଜରେ କାମ ହାସଲ କରପାରିବେ। ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ ଓ ସଭାସମିତିରେ ସଫଳତା ହାସଲ କରିବେ। ଉତ୍ତରଭାଦ୍ରପଦ ନକ୍ଷତ୍ର ସକାଶେ ପରୋକ୍ଷ ଶତ୍ରୁତା ମନକୁ ବିଚଳିତ


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri