Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ
ଆଜି କାର୍ଯ୍ୟବ୍ୟସ୍ତତା କାରଣରୁ ଅଧିକାଂଶ ସମୟ ମନ ଅସ୍ଥିର ରହିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପରିବାରରେ ପିଲାଙ୍କ ସମସ୍ୟା ବିଷୟ ନେଇ ମାନସିକ ସ୍ଥିତି ବିପନ୍ନ ରହିପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ଯୋଜନା ଚିନ୍ତା କରିପାରନ୍ତି।
ବୃଷ
ବୃଷ
ଆଶା କରିଥିବା ଦିଗରୁ ଅର୍ଥଲାଭ ସଙ୍ଗକୁ କାର୍ଯ୍ୟସିଦ୍ଧି ଘଟିବ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ସମସ୍ୟା ସୃଷ୍ଟିର ଆଶଙ୍କା ରହିଛି। କଚେରି ମାମଲା କ୍ଷେତ୍ରରେ ସନ୍ତୋଷଜନକ ଫଳ ପାଇବେ। ବନ୍ଧୁଙ୍କ ସମସ୍ୟା ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶା ପୂରଣ ହୋଇଯିବ।
ମିଥୁନ
ମିଥୁନ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ସ୍ବାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା କରିପାରନ୍ତି। ପାରିବାରିକ ସମସ୍ୟା ସମାଧାନ ଓ କଳା, ସାହିତ୍ୟ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ସାମାଜିକ ସ୍ତରରେ କେତେକ କଥା ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଅତୀତକଥାକୁ ଚିନ୍ତା କରି କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଅଫସ୍‌ରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ। ସାହିତ୍ୟ, ସାମ୍ବାଦିକତା, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବାରୁ ମାନସିକ ଭାରସାମ୍ୟ ହରାଇପାରନ୍ତି। ଘର କଥା ମନକୁ ବେଶି ଆନ୍ଦୋଳିତ କରିବା ସଙ୍ଗକୁ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ। ପଡୋଶୀଙ୍କ ସହୃଦୟତାରୁ କାମ ହାସଲ ପୂର୍ବକ ଉପକୃତ ହେବେ।
କନ୍ୟା
ପାରିବାରିକ ପରିସ୍ଥିତି ଗମ୍ଭୀର ରହିବଏବଂ କ୍ରୋଧବଶତଃ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କଲେ ପରିସ୍ଥିତି ବେଶୀ ବିଗିଡିଯିବ। ଆତ୍ମୀୟମାନଙ୍କ ସହ ସଦ୍ଭାବ ଅକ୍ଷୁଣ୍ଣ ରହିବା ହେତୁ ସାମାନ୍ୟ ମାନସିକ ଶାନ୍ତିଲାଭ କରିପାରନ୍ତି। କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ।
ତୁଳା
ତୁଳା
ଶରୀରଚର୍ଚ୍ଚାର ଅଭାବ ଓ ଅବହେଳା ଜନିତ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଗୃହ ସମସ୍ୟା ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ବିବାଦୀୟ ବ୍ୟକ୍ତିଙ୍କ ସହ ସମ୍ପର୍କକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ବୃଦ୍ଧି ପାଇପାରେ। ବନ୍ଧୁଙ୍କ ସମ୍ପର୍କରେ କୌଣସି ଖବର ପାଇ ବିସ୍ମିତ ହୋଇପାରନ୍ତି।
ବିଛା
ବିଛା
ଅନ୍ୟମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। କୌଣସି ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେବାର ସୁଯୋଗ ଜୁଟିପାରେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ରାଜନୀତି, ପ୍ରଶାସନ ପାଇଁ ଦିନଟି ବହୁତ ଭଲ। ଦିନଭରି ପରିଶ୍ରମ କରି ଆଶାନୁଯାୟୀ ପ୍ରାପ୍ତି ସନ୍ତୋଷଜନକ ହେବନାହିଁ।
ଧନୁ
ଧନୁ
ପ୍ରତ୍ୟେକ ପରିସ୍ଥିତିରେ ମନର ବଳ ଖୁବ୍‌ ଟାଣ ରହିବ କିନ୍ତୁ ଜିଦ୍‌ରେ ଅଟଳ ରହିଲେ ସମସ୍ୟା ବଢିଯାଇପାରେ। ମନ ଭିତରେ ବସା ବାନ୍ଧି ରହିଥିବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି। ଅଧିକାଂଶ କ୍ଷେତ୍ରରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି।
ମକର
ମକର
ବନ୍ଧୁଙ୍କ ପରାମର୍ଶରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରି ପାରନ୍ତି। କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି। ସତ୍‌ସଙ୍ଗ, ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟ ପ୍ରତି ରୁଚି ବଳିପାରେ ା ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କଥା କହି କାମ ହାସଲରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ଆଲୋଚନା ପରିସରରେ ବିବାଦୀୟ ମନ୍ତବ୍ୟ ଦେଇ ଶତ୍ରୁତା ଅର୍ଜନ କରିପାରନ୍ତି। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ଦୈନନ୍ଦିନ ଜୀବବନଯାତ୍ରାରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ନିଜେ ହିଁ କ୍ଷତିରେ ପଡିବେ।
ମୀନମୀନ
ଆଜି ଆପଣ ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡିବ। କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ବନ୍ଧୁମାନଙ୍କ ସହାୟତାରୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ କିନ୍ତୁ ଯାଇ ପାରିବେ ନାହିଁ। ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri