Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ
ବଳବାନ୍‌ ଚନ୍ଦ୍ର ପ୍ରଭାବରେ ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା,ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ବ୍ୟବସାୟ,ପରିବହନରେ ସମସ୍ୟା ମୁକ୍ତ ରହିବେ। ଅଟକି ରହିଥିବା କାମକୁ ପୂରା ଦମରେ କରିବାପାଇଁ ନିଷ୍ପତି ନେଇପାରନ୍ତି। ଆନୁଷ୍ଠାନିକ କାମ, ସାମାଜିକ ସମ୍ପର୍କରେ ଉନ୍ନତି ସହ ବିଳାସ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ।
ବୃଷ
ବୃଷ
ଆଜିର ଗ୍ରହସ୍ଥିତି ପ୍ରଭାବରେ ପରକୁ ଆପଣାର କରି କାମ ହାସଲରେ ସମର୍ଥ ହେବେ। କିନ୍ତୁ ମୃଗଶିରା ନକ୍ଷତ୍ରାଧିପ ମଙ୍ଗଳଙ୍କ ଦୁର୍ବଳତା ଜନିତ ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତି ଲାଗି ରହିବ। ଦେବ ଦର୍ଶନର ସୁଯୋଗ ମିଳିପାରେ। ଜମିଜମା କାରବାର, ରାଜନୀତି ଓ କ୍ରୀଡ଼ା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ମିଥୁନ
ମିଥୁନ
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ବୃହସ୍ପତିଙ୍କ ଦୋଷରୁ ନିର୍ଦ୍ଧିଷ୍ଟ ସମୟରେ କାମ ଗୁଡିକ ନହୋଇପାରିବା କାରଣରୁ ବ୍ୟସ୍ତ ହେବେ। ଋଣ ଭାରରେ ଅତିଷ୍ଠ ହେବାକୁ ପଡିବ ଓ ତାହାହିଁ ଦୁଃଶ୍ଚିନ୍ତାର କାରଣ ହେବାର ସୂଚନା ରହିଛି। ହଠାତ୍‌ କୌଣସି ହୃଦୟବାନ ବ୍ୟକ୍ତିଙ୍କ ସହାୟତାରୁ କାର୍ଯ୍ୟସିଦ୍ଧି ଘଟିବ।
କର୍କଟ
କର୍କଟ
ସ୍ବସ୍ଥାନପାଳ ଶନି ଷଷ୍ଠଭାବସ୍ଥ ଯୋଗୁ ପରୋକ୍ଷଶତ୍ରୁତା ହେତୁ ଭଲ କାମ କଲେ ମଧ୍ୟ ସମାଲୋଚିତ ହେବା ବ୍ୟତୀତ କିଛି ଲାଭ ହେବନି। ଅନ୍ୟମନସ୍କ ରହି ବିଭିନ୍ନ ପ୍ରକାରର ସମସ୍ୟାକୁ ଡାକି ଆଣି ପାରନ୍ତି। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ସି˚ହ
ସି˚ହ
ଏକାଧିକ ଗ୍ରହ ଧନସ୍ଥାନସ୍ଥ ହେତୁ ବିଭିନ୍ନ ଦିଗରୁ ଅର୍ଥସଂଗ୍ରହ କରିପାରିବେ। କୌଣସି ନୂତନ କାମର ଯୋଜନା କରିବେ ଓ ସଫଳତା ମଧ୍ୟ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ, ଯାହାକି ସମସ୍ୟାର କାରଣ ହୋଇପାରେ। ମନୋରଞ୍ଜନ କାର୍ଯ୍ୟକ୍ରମ କିମ୍ବା ସଭାସମିତି ରେ ସଫଳତା ହାସଲ କରିବେ।
କନ୍ୟା
ଗ୍ରହଯୋଗର ସୁପ୍ରଭାବରେ ଯେଉଁ କାମରେ ହାତଦେଲେ ମଧ୍ୟ ସଫଳତା ନିଶ୍ଚିତ ପାଇପାରିବେ। ଆଜି ଏକ ଭିନ୍ନ ପରିସ୍ଥିତିରେ ବାନ୍ଧବୀଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ସହ ଅର୍ଥ ସମ୍ପର୍କୀୟ ସମସ୍ୟା ସୁଧାରିନେବେ। ବିବାଦୀୟ ଘଟଣାରେ ବିଜୟଲାଭ ସୁନିଶ୍ଚିତ।
ତୁଳା
ତୁଳା
ଅଷ୍ଟମସ୍ଥ ଚନ୍ଦ୍ର ମନରେ ଅସ୍ଥିରତା ସୃଷ୍ଟି କରିବ ଅବଶ୍ୟ ଆର୍ଥିକ ଦିଗରୁ କୌଣସି ଅସୁବିଧା ହେବନାହିଁ। କୌଣସି ନୂତନ କର୍ମାରମ୍ଭ କରିବେ ଓ ଏଥିରେ ବନ୍ଧୁ ପରିଜନ ମାନଙ୍କ ସହଯୋଗ ଅବଶ୍ୟ ମିଳିବ। ବ୍ୟୟ ଭାର କ୍ରମଶଃ କମି ଆସିବା ସଙ୍ଗକୁ ନିର୍ମାଣ ଓ ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ବିଛା
ବିଛା
କେତେକ କ୍ଷେତ୍ରରେ ନୈରାଶ୍ୟଜନକ ପରିସ୍ଥିତି ମାନସିକ ଅସୁସ୍ଥତାର କାରଣ ସାଜିପାରେ। କୌଣସି କାମରେ ବ୍ୟସ୍ତତା ବଢିଯାଇପାରେ କିନ୍ତୁ କୌଣସି ଅସୁବିଧା ହେବ ନାହିଁ। ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଦିଗଟି ମନ୍ଦ ହେବନି। ଆଜି ଘରୋଇ ବରାଦ ଅନୁଯାୟୀ କିଛି ମନୋରଞ୍ଜନ ଜିନିଷ କ୍ରୟ କରିବେ।
ଧନୁ
ଧନୁ
ଆଜି ହଠାତ୍‌ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବାରୁ ମନୋବଳ ସାମାନ୍ୟ ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନ, କଳା, ସାହିତ୍ୟ,ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ। କର୍ମକ୍ଷେତ୍ରରେ ବିଶିଷ୍ଟବ୍ୟକ୍ତିମାନଙ୍କ ମାଧ୍ୟମରେ ଉପଯୁକ୍ତ ଭାବେ ସମ୍ମାନିତ ହୋଇ ପାରନ୍ତି।
ମକର
ମକର
ଚନ୍ଦ୍ରଙ୍କ ଶୁଭତ୍ୱ କାରଣରୁ ପାରିବାରିିକ ସମସ୍ୟାର ସରଳ ସମାଧାନ କରି ମନକୁ ହାଲୁକା କରିବେ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବା ସଙ୍ଗକୁ ନିକଟ ସମ୍ପର୍କୀୟମାନଙ୍କ ସହ କୈାଣସି ନୂତନ କର୍ମାରମ୍ଭର ଯୋଜନା ପ୍ରସ୍ତୁତ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିବନ୍ଧକ ଲାଗି ରହିବ।
କୁମ୍ଭ
କୁମ୍ଭ
ନୀଚ୍ଚସ୍ଥ ଶୁକ୍ର ଜନିତ ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ଅନୁତାପ କରିବେ। ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ। କଳା, ସାହିତ୍ୟରେ ଉନ୍ନତି କରିବା ସଙ୍ଗକୁ ନିଜର କୃତି ଓ କୃତିତ୍ୱ କାରଣରୁ ପ୍ରଶଂସିତ ମଧ୍ୟ ହେବେ। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ।
ମୀନମୀନ
ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ମଧ୍ୟରେ ଗତି କରିବା ସହ କାର୍ଯ୍ୟହାନୀ କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧାର କାରଣ ନବୁଝତ୍ କାମ କଲେ ହଇରାଣ ହେବାକୁ ପଡିବ। ଆଜି ଦିନଟିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ ଏପରିକି ଯାତ୍ରାକାଳୀନ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?