Posted inRasifala

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope

ମେଷ
ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନକଲେ ପରେ ଅନୁତାପ କରିବାକୁ ପଡିବ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ବନ୍ଧୁଙ୍କ ଜରିଆରେ ପାଇବେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟାର ସମାପ୍ତି ଘଟିବ।
ବୃଷ
ବୃଷ
ପଡୋଶୀମାନେ ସହଯୋଗର ହାତ ବଢାଇବେ ଓ କାମଟି ସୁବିଧାରେ ହୋଇଯିବ। ଅଫିସରେ କିମ୍ବା ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ। ଆନଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟଚ୍ଛିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ସନ୍ତାନ ହେତୁକ ପୀଡା କିମ୍ବା ଅନୁପସ୍ଥିତିର ଅଭାବ ଅନୁଭବ କରିବେ।
ମିଥୁନ
ମିଥୁନ
ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାମଟି ମଧ୍ୟ କରିବେ। ବିଶେଷ ଭାବରେ ପ୍ରଶାସନ, ପ୍ରକାଶନ, ରାଜନୀତି, ସଙ୍ଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ। ସ୍ତ୍ରୀଙ୍କ ସୌହାର୍ଦ୍ଦରୁ ପାରିବାରିିକ ଜୀବନ ସୁଖ ସନ୍ତୋଷରେ କଟିବ। କେତେକ କ୍ଷେତ୍ରରେ ଯେଷାକୁ ତାଷା ନୀତିରେ କାମ କରିବେ।
କର୍କଟ
କର୍କଟ
ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକମାନଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଆକସ୍ମିକ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହୋଇପାରନ୍ତି। ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ। କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତା ରେ ସଫଳତା ଅର୍ଜନ କରିବେ।
ସି˚ହ
ସି˚ହ
ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି। କ୍ରୀଡା, କଳା, ସାହିତ୍ୟ ଓ ସଂଙ୍ଗୀତ କ୍ଷେତ୍ରରେ ସମସ୍ୟାଗୁଡିକର ସରଳ ସମାଧାନ କରିବାରେ ସଫଳ ହେବେ। କଚେରି ମାମଲାର ଶୁଣାଣିରୁ ମନ ଖୁସୀ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭବାନ ହେବେ।
କନ୍ୟା
ଦୀର୍ଘ ଦିନରୁ ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି ଭଳି କଥା କହିପାରେ। ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ। ଆଜିର ଯାତ୍ରାରେ ଅଭିଳଷିତ କାମ ମଧ୍ୟ ହୋଇଯିବ। ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ତୁଳା
ତୁଳା
ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବ, ଫଳରେ ନିଜ କାମଗୁଡିକୁ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ। ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିଯିବ। ଶିଳ୍ପ, ବାଣିଜ୍ୟ ଓ ଅର୍ଥ ସମ୍ବନ୍ଧିତ କାମରେ ସଫଳତା ପାଇବେ।
ବିଛା
ବିଛା
ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ। ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରିବେ। ନିଜ ପରିବାରର ସଦସ୍ୟ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ଘରୋଇ ବ୍ୟାପାରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବ।
ଧନୁ
ଧନୁ
ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ। ଅଫିସରେ ସହକର୍ମୀ ମାନଙ୍କ ସହ ମିଷ୍ଟାଳାପରେ ମାତିରହିବେ ଓ ସମୟ ଅବଶ୍ୟ ଖୁସୀରେ କଟିଯିବ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ମକର
ମକର
ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ଆପଣଙ୍କ ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ,ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ। ବନ୍ଧୁଙ୍କ ପ୍ରତାରଣାପୂର୍ଣ୍ଣ କଥାରେ ମନ ଅସ୍ଥିର ରହିବ।
କୁମ୍ଭ
କୁମ୍ଭ
ତର୍କବିତର୍କ କାରଣରୁ ସାଧାରଣ କଥାରେ ହଠାତ୍‌ କଳହ ସୃଷ୍ଟି ହୋଇପାରେ। ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁ ମାନଙ୍କ ସାହାଯ୍ୟ ଭିକ୍ଷା କରି ପାରନ୍ତି। କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ। ପରିସ୍ଥିତି ବଶତଃ ଧାର, କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ। ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ନତୁବା ସମସ୍ୟା ଉପୁଜିପାରେ। କୌଣସି ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଖାଲରେ ପଡି ପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Rasifala View All

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri