Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ
ଆଜି ଦୁଃସ୍ଥାନସ୍ଥ ନୀଚ୍ଚସ୍ଥ ଚନ୍ଦ୍ର ହେତୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟାଇବାକୁ ପଡ଼ିପାରେ। ଦୂରଯାତ୍ରା, ଶିଳ୍ପ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ଘଟିବ। ଭୁଲ ବୁଝାମଣାଜନିତ ପାରିବାରିକ ଅଶାନ୍ତି ସାଙ୍ଗକୁ ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ଦିନଟିରେ ନିଜ ଲୋକଙ୍କ ବିରୋଧ ସାଙ୍ଗକୁ ବିଭିନ୍ନ ପ୍ରକାରର ଅଭାବ,ଅସୁବିଧାର ସାମ୍‌ନା କରିବାକୁ ପଡ଼ିପାରେ। କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। କିଛି ମୂଲ୍ୟବାନ୍‌ ଜିନିଷ କିଣିବା କାରଣରୁ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ମିଥୁନ
ମିଥୁନ
ଆର୍ଦ୍ରା ନକ୍ଷତ୍ର ପାଇଁ ଅର୍ଥ ସଙ୍କଟ ଲାଗି ରହିଥିଲେ ମଧ୍ୟ ଆବଶ୍ୟକ ସମୟରେ ତାହା ପୂରଣ କରିବାରେ ସମର୍ଥ ହେବେ। ଘରୋଇ କାମରେ ବୟସ୍କ ବ୍ୟକ୍ତିମାନେ ସାହାଯ୍ୟ ପୂର୍ବକ ସହାନୁଭୂତି ପ୍ରକାଶ କରିବେ। ଯାତ୍ରା ସମୟରେ ଚୋରି, ପକେଟମାର କିମ୍ବା ନିଜର ଅସାବଧାନତା କିମ୍ବା ଅନ୍ୟମନସ୍କ ହେତୁ ଧନ ହାନିର ସୂଚନା ରହିଛି।
କର୍କଟ
କର୍କଟ
ପରିସ୍ଥିତି ପ୍ରତି ସଚେତନ ହୋଇ କାମ କରିବା ଦ୍ୱାରା କାର୍ଯ୍ୟ ହାସଲ ସାଙ୍ଗକୁ ବିଭିନ୍ନ ପ୍ରକାର ସୁବିଧା ଉପଭୋଗ କରିପାରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାମରେ ସାହାଯ୍ୟ ସକାଶେ ବନ୍ଧୁଙ୍କୁ ସାହାଯ୍ୟ ଭିକ୍ଷା କରିବାକୁ ପଡିପାରେ। ଅଶ୍ଳେଷା ନକ୍ଷତ୍ର ଶିଳ୍ପ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ସୁଫଳ ପାଇବେ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ରହିଥିବା ବିଷମତା କାହା ସମ୍ମୁଖରେ ପ୍ରକାଶ କରିପାରିବେ ନାହିଁ। ବାଣିଜ୍ୟ ଓ ବ୍ୟବସାୟରେ ପ୍ରତିବନ୍ଧକ ଦେଖାଦେବାରୁ ବ୍ୟସ୍ତତା ବଢ଼ିଯିବ। ସଭାସମିତିରେ ସମର୍ଥନ କିମ୍ବା ଆନୁଷ୍ଠାନିକ କାମରେ ସହଯୋଗ କାରଣରୁ ପ୍ରଶଂସିତ ହେବେ। ମଘା ନକ୍ଷତ୍ର ଅଭାବ ଅସୁବିଧା ମଧ୍ୟରେ କୈାଣସି କାମ ଅଟକିବ ନାହିଁ।
କନ୍ୟା
ଦୀର୍ଘଦିନରୁ ଅଟକି ରହିଥିବା କାମକୁ ପୂରାଦମରେ କରିଚାଲିବେ ତଥାପି ନିର୍ଦ୍ଦିଷ୍ଟ ସମୟରେ ତାହା ସମ୍ପନ୍ନ ନ ହୋଇପାରେ। ପୂର୍ବାଫାଲଗୁନୀ ନକ୍ଷତ୍ରର ସାଧାରଣ କଥାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ସାଂଗଠନିକ କ୍ଷେତ୍ରରେ କିଛି ନୂତନ ଦିଗ୍‌ଦର୍ଶନ ଦେଇ ଲୋକମାନଙ୍କ ପ୍ରିୟଭାଜନ ହେବେ।
ତୁଳା
ତୁଳା
ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହିବ ନାହିଁ। କର୍ମକ୍ଷେତ୍ରରେ ଯେତେ ରାଗିଥିଲେ ମଧ୍ୟ ବନ୍ଧୁଙ୍କ ସାମ୍ନାରେ କିଛି କହିପାରିବେ ନାହିଁ। ସ୍ବାତୀ ନକ୍ଷତ୍ର ସକାଶେ ପାନମସଲା, ତେଜରାତି ଦୋକାନ, ହୋଟେଲ ଓ ଷ୍ଟେସନେରି ବ୍ୟବସାୟରୁ ଭଲ ଲାଭ ହେବ। ରାଜନୀତି ଓ ପ୍ରଶାସନିକ କ୍ଷେତ୍ରରେ ଅସ୍ଥିରତା ଲାଗି ରହିବ।
ବିଛା
ବିଛା
ଚନ୍ଦ୍ରଙ୍କ ଦୁର୍ବଳତା କାରଣରୁ ଯେତେ ପାଇଲେ ମଧ୍ୟ ମନରେ ସନ୍ତୋଷ ଆସିପାରିବ ନାହିଁ। କୈାଣସି ଅଭାବ ଅସୁବିଧା ନ ଥିଲେ ମଧ୍ୟ କ’ଣ ହେଲା ଏଣୁତେଣୁ ଗୁଡାଏ ବେକାର କଥାରେ ମନ ଅଶାନ୍ତ ରହିବ। ଭକ୍ତି ପ୍ରଦର୍ଶନ କରୁଥିବା କେତେକ ବ୍ୟକ୍ତି ପଛରେ ଗାଳିମନ୍ଦ ପୂର୍ବକ ବିଭିନ୍ନ ପ୍ରକାର ଅଶାଳୀନ ମନ୍ତବ୍ୟ ପ୍ରଦାନ କରିପାରନ୍ତି।
ଧନୁ
ଧନୁ
ଆଜି ଉତ୍ତରାଷାଢା ନକ୍ଷତ୍ର ଅଯଥା ଖର୍ଚ୍ଚାନ୍ତ ହେବା କାରଣରୁ ମାନସିକ ସ୍ତର ଉତ୍ତେଜିତ ରହିପାରେ। ଘରେ ଅଶାନ୍ତିର ବାତାବରଣ ସାଙ୍ଗକୁ କର୍ମକ୍ଷେତ୍ରରେ ଉତ୍ତେଜନା, ଜମିଜମା କଳହକୁ ମଧ୍ୟ ଏଡି ହେବନି। ଆନୁଷ୍ଠାନିକ କାମ, କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସମ୍ମାନିତ ହେବେ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ।
ମକର
ମକର
ସାମାନ୍ୟ ବିଳମ୍ବରେ ଅଭିଳାଷ ପୂରଣ ହେବ, ତଥାପି ମନରେ ବିଭିନ୍ନ ଦୁର୍ଭାବନା ସ୍ଥାନ ପାଇବ। ଯେଉଁ କାମ କରିବାକୁ ମନସ୍ଥ କରିଛନ୍ତି, ତାହା ଯଥାଶୀଘ୍ର ହୋଇଯିବ। ବନ୍ଧୁଙ୍କ ସାହାଯ୍ୟରେ ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ରୋଗ ଶଯ୍ୟାରେ ପଡିଥିବା ସମ୍ପର୍କୀୟଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ।
କୁମ୍ଭ
କୁମ୍ଭ
କାମର ଚାପ ବୃଦ୍ଧି କାରଣରୁ ଘର କାମ ଛାଡି ଉପରିସ୍ଥଙ୍କ ନିର୍ଦ୍ଦେଶରେ କାମ କରିବାକୁ ବାଧ୍ୟହେବେ। ଶତଭିଷା ନକ୍ଷତ୍ର ଅସାବଧାନତାରୁ କୌଣସି ଦବ୍ର୍ୟ ନଷ୍ଟ ହୋଇପାରେ। ସାମାଜିକ ସ୍ତରରେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। କଳା, ସାହିତ୍ୟ ସମସ୍ୟାକୁ ସମାଧାନ କରିବେ ଏବଂ ଅଭିଳାଷ ପୂର୍ଣ୍ଣ ହେବ।
ମୀନମୀନ

ପ୍ରତ୍ୟେକ କାର୍ଯ୍ୟରେ କିଛିନା କିଛି ପ୍ରତିବନ୍ଧକକୁ ସାମ୍ନା କରିବାକୁ ପଡ଼ିପାରେ। ଉତ୍ତରାଭାଦ୍ର ନକ୍ଷତ୍ର ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ଚିନ୍ତାରେ ପଡ଼ିବେ। ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସାହିତ୍ୟ ଚର୍ଚ୍ଚା, ଶାସ୍ତ୍ରାଲୋଚନା, ସତ୍‌ସଙ୍ଗ, ଆଧ୍ୟାମତ୍ିକ ଚିନ୍ତନ କ୍ଷେତ୍ରରେ ସହଯୋଗ ଲାଭ କରି ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri