Posted inRasifala

ରାଶିଫଳ: ସୋମବାର, ଜାନୁୟାରୀ ୨୦ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରୁ ଅର୍ଥନୈତିକ ଅଭିବୃଦ୍ଧି, ଗୃହଜମି ଲାଭ, ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟି ହେବ । କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ନିୟନ୍ତ୍ରଣ ମଧ୍ୟରେ ରହିବା ସହ ଆମତ୍ୀୟଙ୍କ ସହୃଦୟତାରୁ ଖୁସି ରହିବେ। ବିତର୍କଜନିତ ପରିବାରରେ ଅର୍ଥ ସମ୍ପର୍କକୁ ନେଇ କିମ୍ବା ଅଫିସ୍‌ରେ ସହକର୍ମୀଙ୍କ ସହ ବିବାଦ ଦେଖାଦେଇ ପାରେ। ଆନୁଷ୍ଠାନିକ କାମରେ ନିଜର ପତିଆରା ବୃଦ୍ଧି ପାଇବ।
ବୃଷ
ବୃଷ
ସପ୍ତମସ୍ଥ ଗ୍ରହ ପ୍ରଭାବରେ ଆଜିର ଯାତ୍ରା ପ୍ରୀତିପ୍ରଦ ରହିବ ଓ ଏବଂ ଯେଉଁ କାମରେ ଯାଉଛନ୍ତି ସେଥିରେ ସଫଳତା ନିଶ୍ଚିତ ପାଇବେ। ପରିବାରରେ ପିଲାମାନଙ୍କ ସମସ୍ୟା ବିଷୟକୁ ନେଇ ମନରେ ସରସତା ରହି ନ ପାରେ। ଆକସ୍ମିକ ଭାବରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିବାର ସୂଚନା ରହିଛି।
ମିଥୁନ
ମିଥୁନ
ରବି ଓ ବୁଧଙ୍କ ସ୍ଥାନସ୍ଥିତିରୁ ଭାଇ, ବନ୍ଧୁ ଓ ପଡୋଶୀଙ୍କ ସହ ଅର୍ଥକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ। ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ଯୋଗ ଦେଇ ପାରନ୍ତି। କଳା, କ୍ରୀଡା ଓ ସଭାସମିତିରେ ସମ୍ମାନିତ ହେବେ।
କର୍କଟ
କର୍କଟ
ସାମଗ୍ରିକ ଦୃଷ୍ଟିକୋଣରୁ ପ୍ରତ୍ୟେକ କ୍ଷେତ୍ରରେ ସୁଫଳ ଲାଭକରିବା ସହ ଦିନଟି ସ୍ମରଣୀୟ ରହିବ। ଅଶ୍ଳେଷା ନକ୍ଷତ୍ର କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ପାଇବା କାରଣରୁ ଘରୋଇ କାମରେ ସମୟ ଦେଇ ପାରିବେ ନାହିଁ। ସାଙ୍ଗସାଥୀମାନଙ୍କ ସହ ଦେବଦର୍ଶନ ଓ ଭ୍ରମଣ ସାଙ୍ଗକୁ କୌଣସି ନୂତନ ଜିନିଷ କିଣିବାକୁ ମନ ବଳାଇବେ।
ସି˚ହ
ସି˚ହ
ଶନି କ୍ଷେତ୍ରସ୍ଥ ରାଶ୍ୟାଧିପ ରବି ହେତୁ ସ୍ବାସ୍ଥ୍ୟ ସମସ୍ୟା ମନକୁ ବିଚଳିତ କରିପାରେ । ଏହା ସାଙ୍ଗକୁ କର୍ମକ୍ଷେତ୍ରରେ ମଧ୍ୟ କେତେକ ଆକସ୍ମିକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିବ । ଅଫିସରେ କିମ୍ବା କାମରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। କାରିଗରି, ପରିବହନ, ବ୍ୟବସାୟ ଓ ଫଳ ଦୋକାନୀ ଆଜି ବିଶେଷ ଭାବେ ଲାଭବାନ ହେବେ ।
କନ୍ୟା
ସ୍ବଭାବରୁ ବୁଧ ଅଷ୍ଟମସ୍ଥ ଯୋଗୁ ଆଜିର ଦୈନିକଚର୍ଯ୍ୟା ଓ କର୍ମକ୍ଷେତ୍ର ଶୃଙ୍ଖଳିତ ରହିବନାହିଁ। ଅବଶ୍ୟ ଚିତ୍ରା ନକ୍ଷତ୍ର ସକାଶେ ପାଖ ପଡ଼ୋଶୀଙ୍କ ନିକଟରୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଆମତ୍ୀୟମାନଙ୍କୁ ଭଲକଥା କହିଲେ ମଧ୍ୟ ଅନ୍ୟମାନେ ତାହାକୁ ଭୁଲ୍‌ ବୁଝିବେ। ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ।
ତୁଳା
ତୁଳା
ଧନାଧିପ କର୍ମାଧିପତି ସହ ଧନସ୍ଥ ଯୋଗୁ ଅର୍ଥର ପ୍ରାଚୁର୍ଯ୍ୟ ମଧ୍ୟରେ ନୂଆ ନୂଆ କାମର ପରିକଳ୍ପନା କରିବେ। କିନ୍ତୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ,ଏଣୁ ସତର୍କତାର ସହ କିଛି ମନ୍ତବ୍ୟ ଦେବା ଭଲ ହେବ। ସମ୍ୟକ୍‌ ନମ୍ରତା ଓ ନୀରବତା ମାଧ୍ୟମରେ ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଦୂରେଇ ପାରିବେ ।
ବିଛା
ବିଛା
ଆଜି ମନ ଅନୁଯାୟୀ କାମ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ । ଅଫିସ୍‌ କାମରେ କୌଣସି ମହିଳାଙ୍କ ତରଫରୁ ସମସ୍ୟା ଆସି ପାରେ । ପରୋକ୍ଷ ଭାବେ ଆପଣଙ୍କ ଶତ୍ରୁମାନେ ସମସ୍ୟା ସୃଷ୍ଟି କରିବା ସକାଶେ ଯୋଜନା କରିପାରନ୍ତି। ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ସନ୍ଦେହ ଓ ଭୁଲ୍‌ ଧାରଣାରୁ ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଯୁକ୍ତିତର୍କ ଲାଗିବାର ସୂଚନା ରହିଛି । ପୂର୍ବାଷାଢ଼ା ନକ୍ଷତ୍ର ବନ୍ଧୁମାନଙ୍କ ସହ ଭ୍ରମଣ, କ୍ରୀଡ଼ା କାର୍ଯ୍ୟକ୍ରମରେ ନିଜକୁ ମଜ୍ଜାଇ ରଖି ଅର୍ଥର ଅପବ୍ୟୟ କରିପାରନ୍ତି। ବିତର୍କ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିବା ସହ ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଭଲ।
ମକର
ମକର
ପ୍ରତିକୂଳଗ୍ରହସ୍ଥିତି ପ୍ରତ୍ୟେକ କାମକୁ ଗଡ୍‌ବଡ୍‌ କରିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପଛକୁ ରହି କାମ କରିବା ଭଲ ହେବ, ଅବଶ୍ୟ ଦିନଟି ଉତ୍ତରାଷାଢା ନକ୍ଷତ୍ର ପାଇଁ ମନ୍ଦ ହେବନି । ହଠାତ୍‌ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଅନ୍ତରଙ୍ଗ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ଅନୁ ଭବ କରି ଦୁଃଖ ପ୍ରକାଶ କରିପାରନ୍ତି।
କୁମ୍ଭ
କୁମ୍ଭ
ପାପଯୁକ୍ତ ବୃ ହସ୍ପତି ଯୋଗୁ କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । କ୍ରୀଡା, ସାହିତ୍ୟ, ସଙ୍ଗୀତ, କଳା, ଚଳଚ୍ଚି ତ୍ରରେ ସମସ୍ୟା ସମାଧାନ ହୋଇଯିବ । ପରିବହନ, ଯାନ୍ତ୍ରିକ ଶିଳ୍ପ, ଅଳଙ୍କାର ଦୋକାନୀ, ବିଶେଷ ଭାବରେ ଲାଭବାନ୍‌ ହେବେ । ଇଚ୍ଛା ନ ଥାଇ ମଧ୍ୟ ପରିସ୍ଥିତିରେ ପଡି ଅନାବଶ୍ୟକ ଅର୍ଥବ୍ୟୟ କରିବାକୁ ବାଧ୍ୟ ହୋଇପାରନ୍ତି।
ମୀନମୀନ
ବିଭିନ୍ନ ପ୍ରକାର ନୂତନ ଯୋଜନା କରି ପରିସ୍ଥିତିକୁ ସୁଧାରି ନେବାର ପ୍ରଯନତ୍ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ବ୍ୟବସାୟିକ ସ୍ଥିତି ପୂର୍ବପରି ରହିବା ସାଙ୍ଗକୁ ଧାର ସୂତ୍ରରେ ଅର୍ଥ ପାଇବେ। ଯାତ୍ରା ସଫଳ ହେବ ଏବଂ ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri