Posted inRasifala

ରାଶିଫଳ: ସୋମବାର, ଜୁନ ୧୭ ତାରିଖ – Daily Horoscope

ମେଷ
କେନ୍ଦ୍ରକୋଣାଧିପଙ୍କ ଅଷ୍ଟମଭାବ ସଂସ୍ଥିତି ବନ୍ଧୁମିଳନ ସଙ୍ଗକୁ ଆର୍ଥିକ ଅଭିବୃଦ୍ଧି କରାଇବ। ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା, ନୂତନ ପ୍ରେମ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ।
ବୃଷ
ବୃଷ
ସପ୍ତମାଧିପତି ନିଜଭାବରୁ ଅଷ୍ଟମସ୍ଥ ହୋଇ ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନୀ, ବ୍ୟବସାୟିକ ଦିଗପ୍ରତି ସମସ୍ୟା ସୃଷ୍ଟି କରିବେ। ନୂତନ ଘର ତିଆରି, ଯାନ ବାହାନ ମରାମତି, ସଭା ସମିତିରୁ ଉପକୃତ ହେବେ। ମାତ୍ର କୌଣସି ପାରିବାରିକ ବ୍ୟତିକ୍ରମ କାରଣରୁ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ। କର୍ମକ୍ଷେତ୍ରରେ ଗତକାଲି ଘଟି ଯାଇଥିବା ଘଟଣାର ମୋଡ ବଦଳି ଯାଇପାରେ।
ମିଥୁନ
ମିଥୁନ
ସ୍ବଗୃହରେ ବଳବାନ୍‌ ବୁଧ ବୁଦ୍ଧିବଳ ଖଟାଇ ଅସାଧ୍ୟ ସାଧନ କରିବେ। ବନ୍ଧୁପରିଜନମାନଙ୍କ ସହ ଦୂରଯାତ୍ରା, ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ଲାଭ କରାଇବେ। ଚନ୍ଦ୍ରଙ୍କ ଦୁର୍ବଳତା କାରଣରୁ ମନରେ ଅସ୍ଥିରତା ରହିଲେ ମଧ୍ୟ ଘର, ଜମିଜମା,ପୁରୁଣା ଗାଡି, ଯାନ୍ତ୍ରିକ ଜିନିଷ କିଣିବା କିମ୍ବା ବିକିବା ସକାଶେ ମନ ବଳାଇବେ। ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କର୍କଟ
କର୍କଟ
ଏକାଦଶ ଭାବକୁ ଶୁଭଗ୍ରହଙ୍କ ଦୃଷ୍ଟି ଆପଣଙ୍କ ଆଶା ପୂରଣରେ ସାହାଯ୍ୟ କରିବ। ଯେ କେଣସି ପରିସ୍ଥିତି ଆସୁନା କାହିଁକି ଆପଣ କୈାଣସି କଥାକୁ ଖାତିର ନ କରି ଆଗକୁ ମାଡି ଚାଲିବେ। ଟଙ୍କା ପଇସା,ନେବା ଆଣିବା, ଦିଆନିଆ କ୍ଷେତ୍ରରେ ସତର୍କ ରୁହନ୍ତୁ, ନତୁବା କ୍ଷତିରେ ପଡିବେ। ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
କର୍ମାଧିପ ସ୍ବଗୃହରେ ଏବଂ ଭାଗ୍ୟାଧିପ ଏକାଦଶରେ ଯୋଗୁ ପରିବାରରେ ବିଭିନ୍ନ ସମସ୍ୟା ଲାଗି ରହିଥିଲେ ମଧ୍ୟ କୈାଣସି କାମ ଅଟକିବ ନାହିଁ। ପରିସ୍ଥିତିକୁ ଲକ୍ଷ୍ୟକରି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅବଶ୍ୟ କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଶଂରେ ଭଲ ରହିବ। ବ୍ୟବସାୟ,ବାଣିଜ୍ୟ, ପରିବହନରୁ ଭଲ ଲାଭ ପାଇବେ।
କନ୍ୟା
ରାଶି ପ୍ରତି ଶନିଙ୍କ ଦୃଷ୍ଟି ସ୍ବାସ୍ଥ୍ୟହାନୀର କାରଣ ହେବ। ବାରମ୍ବାର ପ୍ରତିବନ୍ଧକର ସାମ୍‌ନା କରିବା ହେତୁ କାମ ଗୁଡିକ ଠିକ୍‌ ଭାବେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ। ଆକସ୍ମିକ ଭାବରେ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। ରାଜନୀତିରେ, କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ।
ତୁଳା
ତୁଳା
ଅଷ୍ଟମଭାବସ୍ଥ ରାଶ୍ୟାଧିପ ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ ଦୈହିକ ସୁସ୍ଥତା ପ୍ରଦାନ କରିବେ। ନିଜ ସଂସ୍ଫର୍ଶରେ ଆସୁଥିବା ବନ୍ଧୁ ମାନଙ୍କ ପରାମର୍ଶ ଗ୍ରହଣ କଲେ ବିଶେଷ ପରିମାଣରେ ଉପକୃତ ହେବେ। ଆଜି କାମ ଗୁଡିକ ସୁରୁଖୁରୁରେ ହୋଇ ଯିବ ମାତ୍ର ପରିବାରରେ ତର୍କ ବିତର୍କ ଲାଗି ରହିବା କାରଣରୁ ଭ୍ରାତୃ ସଂମ୍ପର୍କ ଭଲ ରହି ନ ପାରେ। ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।
ବିଛା
ବିଛା
ଭାଗ୍ୟାଧିପ ରାଶିସ୍ଥ ହେତୁ ବନ୍ଧୁ ମାନଙ୍କ ମାଧ୍ୟମରେ ସୁଖ, ସୌଭାଗ୍ୟ ପ୍ରଦାନ କରିବେ। ପ୍ରତ୍ୟେକ ସ୍ତରରେ ସୁନ୍ଦର କଥା ମାଧ୍ୟମରେ ବନ୍ଧୁଙ୍କୁ ଆପଣାର କରି ପାରିବେ। କୈାଣସି ଘଟଣା ନ ବୁଝି କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପାଖ ପଡୋଶୀମାନେ କ୍ରୋଧ ପ୍ରକାଶ କରିପାରନ୍ତି। ଆଜି ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ଧନୁ
ଧନୁ
ରାଜଯୋଗ ପ୍ରଭାବରେ ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ନିଶ୍ଚିତ ପାଇବେ। କାର୍ଯ୍ୟବ୍ୟସ୍ତତା ହେତୁ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଆଶ୍ୱସ୍ଥି ଲାଭ କରିବେ। ପରିବାର ମଧ୍ୟରେ ନିଜର ମନୋଭାବକୁ ହଠାତ୍‌ ପ୍ରକାଶ କରନ୍ତୁ ନାହିଁ, ଯାହାକି ହଠାତ୍‌ କୌଣସି ସମସ୍ୟା ସୃଷ୍ଟି ହୋଇପାରେ।
ମକର
ମକର
ଶନିଙ୍କ କୁପ୍ରଭାବରୁ ଦୈହିକ ଅସୁସ୍ଥତା ଲାଗି ରହିଲେ ମଧ୍ୟ ଅନ୍ୟମାନଙ୍କର ସାହାଯ୍ୟ ନେଇ କାମ ହାସଲ କରିବେ। କର୍ମକ୍ଷେତ୍ରରେ ଆଲୋଚନା କାଳରେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ବନ୍ଧୁଙ୍କ ସହ ନୂତନ ସମ୍ପର୍କ ସ୍ଥାପନ ହୋଇପାରେ। ଗୁରୁଜନଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟା ସମାଧାନ ଘଟିବ ।
କୁମ୍ଭ
କୁମ୍ଭ
ରାଶ୍ୟାଧିପତିଙ୍କ ଦୃଷ୍ଟିରୁ ସ୍ବାସ୍ଥ୍ୟ ପୂର୍ବପରି ରହିବ ଅବଶ୍ୟ ବିଶେଷ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଯାହାକୁ ଯାହା କିମ୍ବା ଯେଉଁଠି ଯାହା କହିବେ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେବ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ଲାଗି ରହିବା କାରଣରୁ ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ସାଂସ୍କୃତିକ କାର୍ଯ୍ୟକ୍ରମରେ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ।
ମୀନମୀନ
ଉଚ୍ଚବର୍ଗର ଲୋକମାନଙ୍କ ସାହାଯ୍ୟରେ ପୂର୍ବରୁ ଲାଗି ରହିଥିବା ସମସ୍ୟା ଦୂରେଇବାରେ ସମର୍ଥ ହେବେ। ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଥିଲେ ମଧ୍ୟ ବ୍ୟବସାୟ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ରାଜନୀତି ଓ ସାଂଗଠନିକ ସ୍ତରରେ ଉଚ୍ଚ ପଦାଧିକାରୀଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି। ଆତ୍ମୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

ରାଶିଫଳ: ରବିବାର, ମେ ୧୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। କୃତ୍ତିକା ନକ୍ଷତ୍ରକୁ ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା କାମ କରିବା…

ରାଶିଫଳ: ଶନିବାର, ମେ ୯ ତାରିଖ – Daily Horoscope

ମେଷ ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ କୌଣସି କାମ ଅଟକି ରହିବନାହିଁ। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ। ଦ୍ୱିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri