Posted inRasifala

ରାଶିଫଳ: ସୋମବାର, ଜୁନ୍ ୨୨ ତାରିଖ – Daily Horoscope

ମେଷ
ଆଜି ରବି ଆରଦ୍ରା ନକ୍ଷତ୍ରରେ ରହିଥିବାରୁ ଆପଣଙ୍କ ବିଚାରଧାରା ଓ ନିଷ୍ପତ୍ତି ଠିକ୍‌ ରହି ନ ପାରେ ।  ପରିବାରରେ ସନ୍ତାନମାନଙ୍କ ଶିକ୍ଷା,ସ୍ବାସ୍ଥ୍ୟ ଓ ସମସ୍ୟା ବିଷୟ ନେଇ ମାନସିକ ସ୍ତରରେ ବିଚଳିତ ରହିବେ ।  ତଥାପି କର୍ମକ୍ଷେତ୍ରରେ ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ ।
ବୃଷ
ବୃଷ
ଚନ୍ଦ୍ର ପାପଗ୍ରହ ରାହୁ ନକ୍ଷତ୍ରସ୍ଥ ଯୋଗୁ ବିଭିନ୍ନ ଦୁଶ୍ଚିନ୍ତା କାରଣରୁ ମାନସିକ ସ୍ଥିତି ଭଲ ରହିବନାହିଁ ।  ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାରର ଘରୋଇ ଝମେଲା ଲାଗି ରହିବ ।  ଅବଶ୍ୟ ବାଣିଜ୍ୟ ଓ ବ୍ୟବସାୟ, ପରିବହନ, ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।
ମିଥୁନ
ମିଥୁନ
ଆଜି ଘାତବାର କାରଣରୁ ବାରାଧିପ ସ୍ବରାଶିରେ ସ୍ବାସ୍ଥ୍ୟହାନିର କାରଣ ହୋଇପାରନ୍ତି ।  ତଥାପି ମୃଗଶିରା ନକ୍ଷତ୍ରର ସାମୟିକ ଅସୁବିଧା ମଧ୍ୟରେ ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ ।  ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କର କଥାକୁ ଠିକ୍‌ ଭାବେ ବୁଝି ପାରିବେ ନାହିଁ, ଫଳରେ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି ।
କର୍କଟ
କର୍କଟ
ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଆପଣେଇ ନେଇ କାମ ହାସଲ କରିପାରିବେ ।  କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି ।  ବ୍ୟବସାୟ, ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କାମ ସ୍ଥଗିତ ରହିବ ନାହିଁ ।
ସି˚ହ
ସି˚ହ
ରବି ଓ ବୃହସ୍ପତି ଷଡାଷ୍ଟକରେ ଅବସ୍ଥାନ କରିଥିବାରୁ ବିଶିଷ୍ଟବ୍ୟକ୍ତିଙ୍କ ସହ ମତାନ୍ତରର ଆଶଙ୍କା ରହିଛି ।  ପରିସ୍ଥିତି ବିଶେଷ ଭଲ ନ ହେଲେ ମଧ୍ୟ ମନ୍ଦ ହେବନି ।  ଦେହ ଭଲ ରହିଲେ ମଧ୍ୟ କଠିନ ପରିଶ୍ରମ କିମ୍ବା ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ ।  କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ
କନ୍ୟା
ସତ୍‌ସଙ୍ଗ, ଧାର୍ମିକ ବାତାବରଣ, ସାଂଗଠନିକ କାର୍ଯ୍ୟ କିମ୍ବା ସାମୂହିକ କାମରେ ତପତ୍ରତା ପ୍ରକାଶ କରିବେ ।  ତଥାପି କୌଣସି ଦୁଷ୍ଟଲୋକଙ୍କ କଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ହଇରାଣ ହେବାକୁ ପଡିପାରେ ।  କାମରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ ।
ତୁଳା
ତୁଳା
ପାପଗ୍ରହଯୁକ୍ତ ରବିଙ୍କ ଦୋଷରୁ ଆବଶ୍ୟକ ସମୟରେ କୌଣସି ମୂଲ୍ୟବାନ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି ।  କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ । ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ଆଶାନୁରୂପ ସଫଳତା ପାଇବେ ।
ବିଛା
ବିଛା
ଚନ୍ଦ୍ର ଅଶୁଭଗ୍ରହ ମଧ୍ୟସ୍ଥ ହେତୁ ପ୍ରତ୍ୟେକ କ୍ଷେତ୍ରରେ ନକାରାମତ୍କ ଚିନ୍ତାଧାରା ଅଶାନ୍ତିର କାରଣ ପାଲଟିଯିବ ।  କ୍ରୋଧର ବଶବର୍ତ୍ତୀ ହୋଇ ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ ।  ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି ।
ଧନୁ
ଧନୁ
ଉପୁଜିଥିବା ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ ।  ପାଖ ପଡୋଶୀମାନଙ୍କ ସହାୟତାରେ ସାୟାହ୍ନେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ ।  ସମସ୍ୟାକୁ ଈର୍ଷାପରାୟଣ ବ୍ୟକ୍ତିମାନେ ବଢାଇ ଦେଇପାରନ୍ତି ।  ବନ୍ଧୁଙ୍କ ନିକଟରେ ଦୀର୍ଘଦିନରୁ ବାକି ରହି ଆସିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ ।
ମକର
ମକର

ଦୁଃସ୍ଥନସ୍ଥ ଏକାଧିକଗ୍ରହ କାରଣରୁ ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ ।  କିଛି କହିବା ଅପେକ୍ଷା ନୀରବତା ଅବଲମ୍ବନ କରି ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରିବା ଭଲ ହେବ ।  ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି ।

କୁମ୍ଭ
କୁମ୍ଭ
ଦୀର୍ଘଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ ।  ବନ୍ଧୁ ପାରିବାରିକ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିପାରନ୍ତି ।  କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।  ନିର୍ମାଣ କାର୍ଯ୍ୟ କିମ୍ବା ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ ।
ମୀନମୀନ

କୌଣସି ଏକ ନିର୍ଦ୍ଦିଷ୍ଟ କାମ ସକାଶେ ବ୍ୟସ୍ତ ରହିଥିବା ସମୟରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟିହୋଇପାରେ ।  ଫଳତଃ ଅଟକି ରହିଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ । ଅନାବଶ୍ୟକ ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri