Posted inRasifala

ରାଶିଫଳ: ସୋମବାର, ଜୁନ୍ ୨୨ ତାରିଖ – Daily Horoscope

ମେଷ
ଆଜି ରବି ଆରଦ୍ରା ନକ୍ଷତ୍ରରେ ରହିଥିବାରୁ ଆପଣଙ୍କ ବିଚାରଧାରା ଓ ନିଷ୍ପତ୍ତି ଠିକ୍‌ ରହି ନ ପାରେ ।  ପରିବାରରେ ସନ୍ତାନମାନଙ୍କ ଶିକ୍ଷା,ସ୍ବାସ୍ଥ୍ୟ ଓ ସମସ୍ୟା ବିଷୟ ନେଇ ମାନସିକ ସ୍ତରରେ ବିଚଳିତ ରହିବେ ।  ତଥାପି କର୍ମକ୍ଷେତ୍ରରେ ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ ।
ବୃଷ
ବୃଷ
ଚନ୍ଦ୍ର ପାପଗ୍ରହ ରାହୁ ନକ୍ଷତ୍ରସ୍ଥ ଯୋଗୁ ବିଭିନ୍ନ ଦୁଶ୍ଚିନ୍ତା କାରଣରୁ ମାନସିକ ସ୍ଥିତି ଭଲ ରହିବନାହିଁ ।  ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ପ୍ରକାରର ଘରୋଇ ଝମେଲା ଲାଗି ରହିବ ।  ଅବଶ୍ୟ ବାଣିଜ୍ୟ ଓ ବ୍ୟବସାୟ, ପରିବହନ, ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ ।
ମିଥୁନ
ମିଥୁନ
ଆଜି ଘାତବାର କାରଣରୁ ବାରାଧିପ ସ୍ବରାଶିରେ ସ୍ବାସ୍ଥ୍ୟହାନିର କାରଣ ହୋଇପାରନ୍ତି ।  ତଥାପି ମୃଗଶିରା ନକ୍ଷତ୍ରର ସାମୟିକ ଅସୁବିଧା ମଧ୍ୟରେ ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ ।  ଦ୍ୱନ୍ଦ୍ୱରେ ପଡ଼ି ବନ୍ଧୁମାନଙ୍କର କଥାକୁ ଠିକ୍‌ ଭାବେ ବୁଝି ପାରିବେ ନାହିଁ, ଫଳରେ ଓଲଟା ବୁଝି ମନକୁ ଭାରାକ୍ରାନ୍ତ କରିପାରନ୍ତି ।
କର୍କଟ
କର୍କଟ
ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଆପଣେଇ ନେଇ କାମ ହାସଲ କରିପାରିବେ ।  କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି ।  ବ୍ୟବସାୟ, ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କାମ ସ୍ଥଗିତ ରହିବ ନାହିଁ ।
ସି˚ହ
ସି˚ହ
ରବି ଓ ବୃହସ୍ପତି ଷଡାଷ୍ଟକରେ ଅବସ୍ଥାନ କରିଥିବାରୁ ବିଶିଷ୍ଟବ୍ୟକ୍ତିଙ୍କ ସହ ମତାନ୍ତରର ଆଶଙ୍କା ରହିଛି ।  ପରିସ୍ଥିତି ବିଶେଷ ଭଲ ନ ହେଲେ ମଧ୍ୟ ମନ୍ଦ ହେବନି ।  ଦେହ ଭଲ ରହିଲେ ମଧ୍ୟ କଠିନ ପରିଶ୍ରମ କିମ୍ବା ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ ।  କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ
କନ୍ୟା
ସତ୍‌ସଙ୍ଗ, ଧାର୍ମିକ ବାତାବରଣ, ସାଂଗଠନିକ କାର୍ଯ୍ୟ କିମ୍ବା ସାମୂହିକ କାମରେ ତପତ୍ରତା ପ୍ରକାଶ କରିବେ ।  ତଥାପି କୌଣସି ଦୁଷ୍ଟଲୋକଙ୍କ କଥାରେ ପଡି ଭୁଲ୍‌ ମାର୍ଗର ଅନୁସରଣ କରି ହଇରାଣ ହେବାକୁ ପଡିପାରେ ।  କାମରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ ।
ତୁଳା
ତୁଳା
ପାପଗ୍ରହଯୁକ୍ତ ରବିଙ୍କ ଦୋଷରୁ ଆବଶ୍ୟକ ସମୟରେ କୌଣସି ମୂଲ୍ୟବାନ ଜିନିଷଟି ନ ପାଇ ବନ୍ଧୁଙ୍କ ଉପରେ ରାଗିପାରନ୍ତି ।  କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ । ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ ଆଶାନୁରୂପ ସଫଳତା ପାଇବେ ।
ବିଛା
ବିଛା
ଚନ୍ଦ୍ର ଅଶୁଭଗ୍ରହ ମଧ୍ୟସ୍ଥ ହେତୁ ପ୍ରତ୍ୟେକ କ୍ଷେତ୍ରରେ ନକାରାମତ୍କ ଚିନ୍ତାଧାରା ଅଶାନ୍ତିର କାରଣ ପାଲଟିଯିବ ।  କ୍ରୋଧର ବଶବର୍ତ୍ତୀ ହୋଇ ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ ।  ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି ।
ଧନୁ
ଧନୁ
ଉପୁଜିଥିବା ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ ।  ପାଖ ପଡୋଶୀମାନଙ୍କ ସହାୟତାରେ ସାୟାହ୍ନେ ଅର୍ଥ ଓ ସମ୍ମାନ ଲାଭ ହୋଇପାରେ ।  ସମସ୍ୟାକୁ ଈର୍ଷାପରାୟଣ ବ୍ୟକ୍ତିମାନେ ବଢାଇ ଦେଇପାରନ୍ତି ।  ବନ୍ଧୁଙ୍କ ନିକଟରେ ଦୀର୍ଘଦିନରୁ ବାକି ରହି ଆସିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ ।
ମକର
ମକର

ଦୁଃସ୍ଥନସ୍ଥ ଏକାଧିକଗ୍ରହ କାରଣରୁ ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ ।  କିଛି କହିବା ଅପେକ୍ଷା ନୀରବତା ଅବଲମ୍ବନ କରି ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରିବା ଭଲ ହେବ ।  ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି ।

କୁମ୍ଭ
କୁମ୍ଭ
ଦୀର୍ଘଦିନ ହେଲା ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ ।  ବନ୍ଧୁ ପାରିବାରିକ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିପାରନ୍ତି ।  କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।  ନିର୍ମାଣ କାର୍ଯ୍ୟ କିମ୍ବା ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ ।
ମୀନମୀନ

କୌଣସି ଏକ ନିର୍ଦ୍ଦିଷ୍ଟ କାମ ସକାଶେ ବ୍ୟସ୍ତ ରହିଥିବା ସମୟରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟିହୋଇପାରେ ।  ଫଳତଃ ଅଟକି ରହିଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ । ଅନାବଶ୍ୟକ ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ରହିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri