Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୦୯ ତାରିଖ – Daily Horoscope

ମେଷ
ଆଜି କୌଣସି କ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ଅପେକ୍ଷା କରିଥିବା ଖବରଟି ମଧ୍ୟାହ୍ନପରେ ପାଇବେ। ଦ୍ୱିଜା ପାଇଁ ଆଦର ଅଭ୍ୟର୍ଥନା ମିଳିବ ଏବଂ ସବୁରି ସଦିଚ୍ଛା ମିଳିବ।
ବୃଷ
ବୃଷ
ପରିବାରରେ ପାରସ୍ପରିକ ଦୋଷଦର୍ଶିତା ହେତୁ ପାରିବାରିକ ପରିସ୍ଥିତି ଗୋଳମାଳିଆ ରହିବ । ବେପରୁଆ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି । ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡିପାରେ । ଅର୍ଥର ଅଭାବ ପୂରଣ ଦିଗରେ ଚେଷ୍ଟିତ ହେବେ, ଅବଶ୍ୟ କିଛିଟା ରିହାତି ପାଇବେ।
ମିଥୁନ
ମିଥୁନ
ବନ୍ଧୁମାନଙ୍କ ସାହାଯ୍ୟରେ ଆଜି ଅଭିଳଷିତ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ କିନ୍ତୁ ମନରେ ଶାନ୍ତି କିମ୍ବା ସନ୍ତୋଷ ଆସିବ ନାହିଁ । ବ୍ୟବସାୟରେ ଶାଖା ପ୍ରଶାଖା ବଢିବାର ପ୍ରଯତ୍ନ କରିବେ ଏବଂ ଆଶା ମଧ୍ୟ ପୂରଣ ହେବାରେ ଅସୁବିଧା ରହିବ ନାହିଁ । କିନ୍ତୁ ରାହୁଙ୍କ ନକ୍ଷତ୍ର ଆରଦ୍ରା ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଏବଂ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ । ନୂତନ କର୍ମାରମ୍ଭ ପ୍ରୀତିପଦ ହେବ, ମାତ୍ର ସମସ୍ୟା ଛାଡିବ ନାହିଁ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ମନ୍ଦ ହେବନି ଏବଂ ହାତକୁ ନେଇଥିବା କାମଗୁଡିକ ସରଳ ଓ ସହଜରେ ସମ୍ପନ୍ନ ହୋଇପାରିବ।
ସି˚ହ
ସି˚ହ
ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପାରିବାରିକ କ୍ଷେତ୍ରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ । ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଏବଂ ଅର୍ଥ ସଂକଟ ଦୂରେଇ ଯିବ । ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡିପାରନ୍ତି।
କନ୍ୟା
ସହକର୍ମୀଙ୍କ ସହାୟତାରେ ଆର୍ଥିକ ସମସ୍ୟାକୁ ସୁଧାରି ନେବେ ଏବଂ କର୍ମକ୍ଷେତ୍ର ସ୍ବାଭାବିକ ରହିବ । ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଚିନ୍ତା କରିଥିବା କାମଗୁଡିକ ଠିକ୍‌ଭାବେ ସମ୍ପନ୍ନ ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ତୁଳା
ତୁଳା
ଆଜି ନୂତନ କର୍ମାରମ୍ଭ, ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ବହୁତ ଭଲ । ମାତ୍ର ଯାହା କଲେ ମଧ୍ୟ ଖର୍ଚ୍ଚାନ୍ତ ହେବେ ଏବଂ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ବ୍ୟସ୍ତତା ବୃଦ୍ଧିପାଇବ। ଚିତ୍ରା ନକ୍ଷତ୍ର କେତେକ ସୁଯୋଗ ହରାଇ ମୁଣ୍ଡରେ ହାତ ଦେଇ ବସିବେ।
ବିଛା
ବିଛା
ଆପଣଙ୍କ ବିକ୍ଷିପ୍ତ ମନ ଓ କଳୁଷିତ ଚିନ୍ତାଧାରା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ମିଥ୍ୟାପବାଦରେ ନିନ୍ଦିତ ହେବେ । ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ସମ୍ପର୍କୀୟ ଜଣେ ସାହାଯ୍ୟର ପ୍ରତିଶ୍ରୁତି ଦେବେ ା ଯାତ୍ରା ସମୟରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ।
ଧନୁ
ଧନୁ
ଆଜିର ଗ୍ରହଯୋଗ ପ୍ରଭାବରେ ସମସ୍ତ ପ୍ରକାର ଅଭିଳାଷକୁ ପୂରଣ କରିବା ଦିଗରେ ଅନୁକୂଳ ପରିବେଶ ସୃଷ୍ଟି କରିବ ।ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ। ଖଳ ଲୋକମାନଙ୍କ ହାବୁଡରୁ ଅପମାନଜନକ ସ୍ଥିତିରୁ ଖସି ଯାଇପାରନ୍ତି। ଆନୁଷ୍ଠାନିକ କାମ କିମ୍ବା ଘରୋଇ କ୍ଷେତ୍ରରେ ଭୁଲ୍‌ କାମ କରି ପଶ୍ଚାତ୍ତାପ କରିବେ।
ମକର
ମକର
ଆଜି ହିଁ ସମ୍ପୂର୍ଣ୍ଣ କରିବାକୁ ଭାବୁଥିବା କାମଟି କଷ୍ଟକର ହୋଇଯିବ । କିନ୍ତୁ ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, ବିବାଦ, କଚେରି ମାମଲା, କ୍ରୀଡା ପ୍ରଭୃତିରୁ ସଫଳତା ମିଳିବ। ଜମିଜମା ବିବାଦ କ୍ରମଶଃ ଜଟିଳ ଆକାର ଧାରଣ କରିବ। ପାରିବାରିକ କ୍ଷେତ୍ରରେ ନିଜର ସୀମା ଭିତରେ ଜଗି ରଖି ଚଳିବା ଭଲହେବ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସୁଯୋଗ ଆପଣା ଛାଏଁ ଆସିବ କିନ୍ତୁ ପରକ୍ଷଣରେ ପରୋକ୍ଷ ଶତ୍ରୁତାଜନିତ ପାଣି ଫୋଟକା ପରି ମିଳାଇ ଯାଇପାରେ। ସଭାସମିତି ଓ ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ହାସଲ କରିବେ । ବନ୍ଧୁଙ୍କ ପାଖରେ ଅସୁବିଧା ଜଣାନ୍ତୁ, ସାହାଯ୍ୟ ମଧ୍ୟ ପାଇବେ। ବ୍ୟବସାୟିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ମୀନମୀନ
ହାତକୁ ନେଇଥିବା କାମଗୁଡିକ ଅବଶ୍ୟ ହୋଇଯିବ, ମାତ୍ର ଏଥିସକାଶେ କଠିନ ପରିଶ୍ରମ କରିବାକୁ ପଡିପାରେ। କଳା, ସାହିତ୍ୟ, ଆଲୋଚନା, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ। ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ଆଶଙ୍କା ଉପୁଜିପାରେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri