Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୧୮ ତାରିଖ – Daily Horoscope

ମେଷ
କଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ବ୍ୟୟ ଅଟକଳ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ହୋଟେଲ ଶିଳ୍ପ,ଛୋଟ ଦୋକାନରୁ ସୁଫଳ ମିଳିବ। ଅଫିସ୍‌ କାମରେ ବୁଝାମଣା ନେଇ ସହମତି ଦେଖାଦେଇପାରେ। ପ୍ରକାଶନ, ପ୍ରଶାସନ, ସଙ୍ଗଠନ ଓ ରାଜନୈତିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ବୃଷ
ବୃଷ
ଆଜି ଶ୍ରୁତିମଧୁର କଥା ମାଧ୍ୟମରେ ଅନ୍ୟମାନଙ୍କୁ ପ୍ରଭାବିତ କରିବାରେ ସମର୍ଥ ହେବେ। ଅଟକିର ରହିଯାଇଥିବା କାମ ଗୁଡିକ ସୁବିଧାରେ ନହେଉଥିବା କାରଣରୁ ମନ ଭଲ ରହିନପାରେ। ସଭା ସମିତି, କଚେରି ମାମଲା, ଚୁକ୍ତିପତ୍ର ଓ କଳା ସାହିତ୍ୟରେ ପ୍ରସଂଶିତ ହେବେ। ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ ।
ମିଥୁନ
ମିଥୁନ
ମଧ୍ୟାହ୍ନ ପରେ ପରେ ପରିବାରରେ ଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ବନ୍ଧୁଙ୍କ ପରାମର୍ଶକୁ ଯଦି ଗ୍ରହଣ କରିବେ ତେବେ ସ୍ଥଗିତ କାମକୁ ତ୍ୱରାନ୍ବିତ କରି ପାରନ୍ତି। ବସ୍ତ୍ର ଓ ଅଳଙ୍କାର, ଔଷଧ ପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିବା କ୍ଷେତ୍ରରେ ଖର୍ଚ୍ଚାନ୍ତ ହେବାକୁ ପଡିବ। ଯାତ୍ରା ସମୟରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାର ଆଶଙ୍କା ରହିଛି।
କର୍କଟ
କର୍କଟ
ଆଜି ସକାଳୁ ସକାଳୁ ଘରୋଇ କାମ ସଙ୍ଗକୁ ଅଫିସ୍‌ କାମର ଜାଳ ବଢିଯିବ, ଫଳରେ ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ। ଭୁଲ୍‌ ବୁଝାମଣାବଶତଃ ବହୁତ ଦିନରୁ ଭାଙ୍ଗିଯାଇଥିବା ସମ୍ପକଟି ପୁନଃ ପ୍ରତିଷ୍ଠିତ ହେବ, ଫଳରେ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାମ ହାସଲ।
ସି˚ହ
ସି˚ହ
ଆର୍ଥିକ ଉନ୍ନତି ଓ କାର୍ଯ୍ୟ ହାସଲରୁ ଖୁସୀ ରହିବେ। କିନ୍ତୁ ଯେତିକି ପାଇବେ ତାହା ଠାରୁ ବହୁ ଗୁଣରେ ଖର୍ଚ୍ଚାନ୍ତ ମଧ୍ୟ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ ଠାରୁ କିଛି ଖବର ଶୁଣି କିମ୍ବା ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ଲାଗି ରହିଥିବା ବିବାଦୀୟ ଘଟଣାରେ ଅବଶ୍ୟ ବିଜୟୀ ହେବେ।
କନ୍ୟା
ଦିନଟିରେ ମନ ଖୁସୀ ହେଲା ଭଳି କଥା କହି ଅନ୍ୟମାନଙ୍କର ପ୍ରିୟଭାଜନ ହେବେ। ରପ୍ତାନୀ ବାଣିଜ୍ୟ, ଜମିଜମା ବ୍ୟବସାୟ ଓ ସାମ୍ବାଦିକତା ତଥା ଏଜେନ୍ସିପରୁ ଖୂସି ରହିବେ। କର୍ମକ୍ଷେତ୍ରରୁ ଅଚାନକ ଭାବରେ ଆଶା କରୁଥିବା ଶୁଭ ସମ୍ବାଦ ଶୁଣି ପାରନ୍ତି। ସାମାଜିକ ସ୍ତରରେ ଅନ୍ୟାୟ ବିରୋଧରେ ଲଢିଲେ ସମର୍ଥନ ପାଇବେ ନାହିଁ।
ତୁଳା
ତୁଳା
ଘରୋଇ ସମସ୍ୟା ସମାଧାନ ନ ହୋଇପାରିବା କାରଣରୁ ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକଶେ ଚିନ୍ତା କରି ପାରନ୍ତି। ଦୀର୍ଘ ଦିନରୁ ରହିଆସିଥିବା ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ପୁରାଣ ପଠନ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।
ବିଛା
ବିଛା
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ବିଭିନ୍ନ ଦିଗରୁ ରୋଜଗାର କିଛି କମ୍‌ ହେବନି। ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇ ଖୁସୀ ହେବେ। କାମରେ ଅବହେଳା କରିବା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟି ହେବ ଓ କଟକ୍ତି ଶୁଣିବାକୁ ପଡିପାରେ। ପରିବାରରେ ଭୁଲ୍‌ ବୁଝାମଣା ଅଶାନ୍ତିର କାରଣ ହୋଇପାରେ।
ଧନୁ
ଧନୁ
ଦିନଟି ଆପଣଙ୍କ ପାଇଁ ଆଜି ସବୁ ପ୍ରକାର ଅନୁକୂଳ ପରିବେଶ ଓ ପରିସ୍ଥିତି ସୃଷ୍ଟି କରିବାରେ ସହାୟକ ହେବ। ଦୀର୍ଘ ଦିନର ଅପୂରଣୀୟ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ମାତ୍ର ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ।
ମକର
ମକର
ଆନୁଷ୍ଠାନିକ କାମରେ ସଫଳତା ଦିଗକୁ ମନ ବଳାଇପାରନ୍ତି। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବାକୁ ପଡିପାରେ। ନିର୍ମାଣ, କଳା,ସାହିତ୍ୟ, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରୁ ଖୂସି ରହିବେ। ଆଜି ଫେରିବା ବାଟରେ କୌଣସି ଅଚିହ୍ନା ଲୋକ ସେହିମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରି ପାରନ୍ତି।
କୁମ୍ଭ
କୁମ୍ଭ
ଆଜିର ସମୟ ବନ୍ଧୁ ମାନଙ୍କ ସହ ଆଲୋଚନାରେ ଅତିବାହିତ ହେବ। ଶିଳ୍ପ, ବ୍ୟବସାୟରେ ଶିଥିଳତା ଦେଖାଦେବ। ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ ଏବଂ ପାରିବାରିକ କ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ନିର୍ମାଣ କାମ ଧିମେଇ ଯିବ ଓ ଆବଶ୍ୟକତା ପୂରଣ ପାଇଁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ।
ମୀନମୀନ
ଆଜି ଯାହାକୁ ଯାହା କହିବେ କିମ୍ବା କରିବେ ତାହା ସମସ୍ତଙ୍କର ମନକୁ ପାଇବ। କିନ୍ତୁ କୌଣସି ବିଜାତୀୟ ବ୍ୟକ୍ତି ଜଣେ ଅସହଯୋଗ କରିପାରେ, ମାଲିମକଦ୍ଦମାରୁ ଚିନ୍ତାକୁଳ ହୋଇପାରନ୍ତିି କିନ୍ତୁ ବନ୍ଧୁଙ୍କ ସହ ଆଲୋଚନା ପରେ ଆଶ୍ୱସ୍ଥି ଲାଭ କରିବେ। ରାଜନୀତି, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri