Posted inRasifala

ରାଶିଫଳ: ସୋମବାର ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ
ଆଜି ରାଶ୍ୟାଧିପତି ସହ ଅନ୍ୟ ଦୁଇଟି ଗ୍ରହଙ୍କ ସମାବେଶ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି । ପରିବାରରେ ସାମାନ୍ୟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ସମସ୍ୟାଜନିତ ଟେନ୍‌ସନ ସୃଷ୍ଟି କରିବ । ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇ ଖୁସି ହୋଇପାରନ୍ତି ।
ବୃଷ
ବୃଷ
ସ୍ବଗୃହୀ ଶୁକ୍ର ପ୍ରଭାବରେ ଆରୋଗ୍ୟଲାଭ କରିବେ ଏବଂ ବନ୍ଧୁଙ୍କ ପରାମର୍ଶରୁ ଆଶ୍ୱସ୍ତି ଲାଭ କରିପାରନ୍ତି ।
ଶିଳ୍ପ, ବାଣିଜ୍ୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ । ବନ୍ଧୁସମ୍ପର୍କରେ ଉନ୍ନତି ଘଟିବ ଏବଂ ଫଳପ୍ରଦ ଆଲୋଚନା କରିପାରନ୍ତି । ଗଠନମୂଳକ ପରାମର୍ଶ ଦେଇ ବନ୍ଧୁ ଗହଣରେ ପ୍ରଶଂସିତ ହୋଇପାରନ୍ତି ।

ମିଥୁନ
ମିଥୁନ
ରାଶିରେ ବଳବାନ୍‌ ରାହୁ ଏବଂ ଭାଗ୍ୟସ୍ଥ ବୁଧ ଯୋଗୁ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି,ଆପଣଙ୍କ ଚେଷ୍ଟା କଦାପି ନିଷ୍ଫଳ ହେବନାହିଁ । ଭାଇ,ବନ୍ଧୁ କିମ୍ବା ପଡୋଶୀମାନଙ୍କ ସହ ଆଲୋଚନା ଫଳପ୍ରଦ ହେବ । ନିର୍ମାଣାଧୀନ କାମ ଓ ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସୂଚନା ରହିଛି ।
କର୍କଟ
କର୍କଟ
ଚନ୍ଦ୍ର ଏବଂ ମଙ୍ଗଳଙ୍କ ଉଚ୍ଚାବସ୍ଥାନ ଆପଣଙ୍କ କାର୍ଯ୍ୟସିଦ୍ଧି, ଆର୍ଥିକ ଉନ୍ନତି ସହ ବନ୍ଧୁସମ୍ପର୍କକୁ ଦୃଢ଼ୀଭୂତ କରିବ । ଅତୀତର ଘଟଣାଗୁଡିକର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି । ଅର୍ଥଲାଭ କରିବା ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ମନେଇ କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ ।
ସି˚ହ
ସି˚ହ
ସାମାନ୍ୟ ଅସ୍ଥିରତା ଲାଗି ରହିଲେ ମଧ୍ୟ ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିବାରୁ ଆଶ୍ୱସ୍ତି ଅନୁଭବ କରିବେ ।
ପଦସ୍ଥବ୍ୟକ୍ତିଙ୍କ ପରାମର୍ଶରେ କର୍ମକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍‌ ବିଚାର କରିପାରନ୍ତି । ସାମାଜିକ ସ୍ତରରେ କୌଣସି ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ।
କନ୍ୟା
ଗତକାଲିଠାରୁ ଆପଣ ଯେଉଁଥିପାଇଁ ଚିନ୍ତିତ ରହିଛନ୍ତି,ଆଜି ସେଥିରୁ ଅନେକାଂଶରେ ହାଲୁକା ଅନୁଭବ କରିବେ । ଅଫିସରେ ଭାବପ୍ରବଣବଶତଃ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରିବା ଠିକ୍‌ ହେବନାହିଁ । ବନ୍ଧୁଙ୍କ ସହ ସମ୍ପର୍କରୁ ସୁଫଳ ମିଳିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଓ ପରିବହନ ସମସ୍ୟାରେ ଜଡିତ ହୋଇପାରନ୍ତି ।
ତୁଳା
ତୁଳା
ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ଆଲୋଡନ ଅସ୍ଥିରତାର କାରଣ ହୋଇପାରେ । ବନ୍ଧୁମାନଙ୍କ ଜରିଆରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ ।ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇଥିବାରୁ ଚିନ୍ତାମୁକ୍ତ ହୋଇପାରନ୍ତି ।
ବିଛା
ବିଛା
ପାପଗ୍ରହଯୁକ୍ତ ତୃତୀୟଭାବ ପ୍ରଭାବରେ ବନ୍ଧୁଙ୍କ ଉପରେ ଅଯଥା ରାଗ କିମ୍ବା ଅଭିମାନ କରି ଚୁପ୍‌ ରହିଲେ କ୍ଷତିରେ ପଡିବେ । ବିଶିଷ୍ଟ ବ୍ୟକ୍ତିମାନଙ୍କ ଅନୁରୋଧରେ ସାମାଜିକ କାର୍ଯ୍ୟରେ ଯୋଗଦେଇପାରନ୍ତି । ଅଧିକାଂଶ ସମୟ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି ।
ଧନୁ
ଧନୁ
ପାଖ ପଡ଼ୋଶୀଙ୍କ ସହାୟତାରେ ପାରିବାରିକ ଅସ୍ଥିରତା ଦୂର ହେବା ସାଙ୍ଗକୁ ମନର ବଳ ଖୁବ୍‌ ଟାଣ ରହିବ । ଶନି ଓ ବୃହସ୍ପତି ଏକତ୍ର ଯୋଗୁ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି ।
ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଭ୍ରାତୃ ସମ୍ପର୍କରେ କିଛିଟା ବ୍ୟତିକ୍ରମ ହେବାର ସୂଚନା ରହିଛି ।
ମକର
ମକର
ପାରିବେଶିକ ଅସ୍ଥିରତା କାରଣରୁ ମାନସିକ ଅଶାନ୍ତି ଦେଖାଦେଇପାରେ । ବାହାର ସ୍ଥାନରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନତୁବା ଅଦଳବଦଳ ହୋଇଯାଇପାରେ । ଘରର ବ୍ୟତିକ୍ରମ କଥା କହି ବନ୍ଧୁଙ୍କ ସାହାଯ୍ୟ ସହଯୋଗ ଲୋଡ଼ିପାରନ୍ତି । ଶିଳ୍ପ, ବାଣିଜ୍ୟ, ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ବାହାରିବେ ସେଥିରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।
ପାରିବାରିକ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିପାରେ  ବନ୍ଧୁମାନଙ୍କଠାରୁ ସମାଲୋଚିତ ହେବେ ।ସମସ୍ୟାକୁ ସୁଧାରି ନେବା ସକାଶେ ପରିବାରର ବ୍ୟକ୍ତିବିଶେଷଙ୍କ ସମର୍ଥନ ମିଳିବ ।
ମୀନମୀନ
ଉଚ୍ଚାରୋହୀ ରବି ଓ ମଙ୍ଗଳ ପ୍ରଭାବରେ ସରକାରୀ ସ୍ତରରୁ ଆର୍ଥିକ ସାହଯ୍ୟ ଲାଭକରି କେତେକାଂଶରେ ଖୁସି ରହିବେ । ଆକସ୍ମିକ ଭାବରେ ବନ୍ଧୁମାନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି । ଆରମ୍ଭ କରିଥିବା କାମଟିକୁ ଶେଷ କରିପାରିବେନି । ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri