Posted inRasifala

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ
ଉଚ୍ଚସ୍ଥ ରବି ପ୍ରଭାବରେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ କାମ ହାସଲ କରିବେ । ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । ବନ୍ଧୁ ଗହଣରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ । ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସୁଫଳ ପାଇବେ ।
ବୃଷ
ବୃଷ
ଶୁକ୍ର ଓ ବୁଧ ରାଶିରେ ଥିବାରୁ ଆଶା କରୁଥିବା ଦିଗରୁ ଅର୍ଥ ପାଇ ଖୁସି ହେବେ । ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି ।
ମିଥୁନ
ମିଥୁନ
ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ । ଏହାର କୁପରିଣାମ ସ୍ବରୂପ ପରିବାର ମଧ୍ୟରୁ ନିଜ ଲୋକମାନଙ୍କ ଦ୍ୱାରା ସମାଲୋଚିତ ହେବାକୁ ପଡିବ । ଅଗ୍ରଗତି ବେଶ୍‌ ଦ୍ରୁତ ହେବ ଓ ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
କର୍କଟ
କର୍କଟ
ଚନ୍ଦ୍ର ଯୁକ୍ତ କେତୁ ଯୋଗୁଁ ଦ୍ୱନ୍ଦ୍ୱରେ ପଡି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନି । ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉସତ୍ାହିତ ହେବେ । ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ,ଏଣୁ ସାବଧାନତା ଆବଶ୍ୟକ । ଆଜିର ପ୍ରତ୍ୟୁଷ ଯାତ୍ରା, ମାଙ୍ଗଳିକ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ ।
ସି˚ହ
ସି˚ହ
ଗ୍ରହସ୍ଥିତି କାରଣରୁ ସାମାଜିକ କ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସାହାଯ୍ୟ, ସହଯୋଗ ପାଇ ପାରିବେ । ଖୋଜୁଥିବା ଜିନିଷ ହଠାତ୍‌ ଅତି ନିକଟରୁ ପାଇଯିବେ । ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।
କନ୍ୟା
ଚତୁର୍ଥଭାବସ୍ଥ କେତୁଯୁକ୍ତ ଚନ୍ଦ୍ର ହେତୁ ଅନ୍ୟମାନଙ୍କ ସମସ୍ୟାମୂଳକ ଅଭିଶାପ ଆଶୀର୍ବାଦରେ ପରିଣତ ହୋଇଯିବ । ଜୀବନରେ ବିଲୁପ୍ତ ସ୍ନେହ, ଶ୍ରଦ୍ଧା ଓ ଆଦରର ସଦ୍‌ଭାବ ଆକସ୍ମିକ ଅନୁଭବ କରିବେ । କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି ।
ତୁଳା
ତୁଳା
ପରିବାର ସ୍ଥାନସ୍ଥ ଯୋଗୁଁ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । ବନ୍ଧୁଙ୍କ ନିକଟରୁ ପାଇବାକୁ ଥିବା ଜିନିଷଟି ନ ପାଇ ନିରାଶ ହେବେ । ପାରିବାରିକ ଅଶାନ୍ତି ହେତୁକ ମାନସିକ କୌଣସି କାମ ଉସତ୍ହପ୍ରଦ ହେବ ନାହିଁ । ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ବିଛା
ବିଛା
ଶନିଙ୍କ ପ୍ରଭାବରେ ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାରକରଜ କରି ଆବଶ୍ୟକତା ଚଳାଇ ନେବେ । କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ ।
ଧନୁ
ଧନୁ
ଭାଗ୍ୟାଧିପଙ୍କ ସୁପ୍ରଭାବରେ ଆଜି ପାରିବାରିକ କ୍ଷେତ୍ର, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । କଠୋର କଥା କହିବା କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ । ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ମକର
ମକର
ଆଜି ଗୁରୁଶୌରୀ ଯୋଗରେ ଘରର କେତେକ ଅତ୍ୟାବଶ୍ୟକ ଜିନିଷଗୁଡିକୁ ଆଣିବାକୁ ବାଧ୍ୟ ହେବେ । ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ । ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ଏବଂ ଦୂରଯାତ୍ରାର ସୁଯୋଗ ମଧ୍ୟ ପାଇବେ । କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହେବେ ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ । ବନ୍ଧୁମାନଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଅତି ଭଲ ପାଉଥିବା ସମ୍ପର୍କୀୟା ଭାଇ କିମ୍ବା ପଡୋଶୀଟିର ମନୋଭାବ ବଦଳିଯିବ ।
ମୀନମୀନ

ମଙ୍ଗଳଙ୍କ ଦୃଷ୍ଟିରେ ଶୁକ୍ରଙ୍କ ଯୋଗୁ ନିଜର ଲୋକ ମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି । ନିକଟ ସମ୍ପର୍କୀୟଙ୍କ ସହାୟତାରେ ବାଣିଜ୍ୟ,ବ୍ୟବସାୟରେ ସଫଳତା ହାସଲ କରିବେ । ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହି, ଫଳରେ ଅଶାନ୍ତିର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri