Odisha Elections 2024
Posted inRasifala

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ
ଉଚ୍ଚସ୍ଥ ରବି ପ୍ରଭାବରେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ କାମ ହାସଲ କରିବେ । ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । ବନ୍ଧୁ ଗହଣରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ । ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସୁଫଳ ପାଇବେ ।
ବୃଷ
ବୃଷ
ଶୁକ୍ର ଓ ବୁଧ ରାଶିରେ ଥିବାରୁ ଆଶା କରୁଥିବା ଦିଗରୁ ଅର୍ଥ ପାଇ ଖୁସି ହେବେ । ବନ୍ଧୁଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି ।
ମିଥୁନ
ମିଥୁନ
ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ । ଏହାର କୁପରିଣାମ ସ୍ବରୂପ ପରିବାର ମଧ୍ୟରୁ ନିଜ ଲୋକମାନଙ୍କ ଦ୍ୱାରା ସମାଲୋଚିତ ହେବାକୁ ପଡିବ । ଅଗ୍ରଗତି ବେଶ୍‌ ଦ୍ରୁତ ହେବ ଓ ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।
କର୍କଟ
କର୍କଟ
ଚନ୍ଦ୍ର ଯୁକ୍ତ କେତୁ ଯୋଗୁଁ ଦ୍ୱନ୍ଦ୍ୱରେ ପଡି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନି । ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉସତ୍ାହିତ ହେବେ । ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ,ଏଣୁ ସାବଧାନତା ଆବଶ୍ୟକ । ଆଜିର ପ୍ରତ୍ୟୁଷ ଯାତ୍ରା, ମାଙ୍ଗଳିକ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ ।
ସି˚ହ
ସି˚ହ
ଗ୍ରହସ୍ଥିତି କାରଣରୁ ସାମାଜିକ କ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସାହାଯ୍ୟ, ସହଯୋଗ ପାଇ ପାରିବେ । ଖୋଜୁଥିବା ଜିନିଷ ହଠାତ୍‌ ଅତି ନିକଟରୁ ପାଇଯିବେ । ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ ।
କନ୍ୟା
ଚତୁର୍ଥଭାବସ୍ଥ କେତୁଯୁକ୍ତ ଚନ୍ଦ୍ର ହେତୁ ଅନ୍ୟମାନଙ୍କ ସମସ୍ୟାମୂଳକ ଅଭିଶାପ ଆଶୀର୍ବାଦରେ ପରିଣତ ହୋଇଯିବ । ଜୀବନରେ ବିଲୁପ୍ତ ସ୍ନେହ, ଶ୍ରଦ୍ଧା ଓ ଆଦରର ସଦ୍‌ଭାବ ଆକସ୍ମିକ ଅନୁଭବ କରିବେ । କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି ।
ତୁଳା
ତୁଳା
ପରିବାର ସ୍ଥାନସ୍ଥ ଯୋଗୁଁ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । ବନ୍ଧୁଙ୍କ ନିକଟରୁ ପାଇବାକୁ ଥିବା ଜିନିଷଟି ନ ପାଇ ନିରାଶ ହେବେ । ପାରିବାରିକ ଅଶାନ୍ତି ହେତୁକ ମାନସିକ କୌଣସି କାମ ଉସତ୍ହପ୍ରଦ ହେବ ନାହିଁ । ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ବିଛା
ବିଛା
ଶନିଙ୍କ ପ୍ରଭାବରେ ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାରକରଜ କରି ଆବଶ୍ୟକତା ଚଳାଇ ନେବେ । କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ ।
ଧନୁ
ଧନୁ
ଭାଗ୍ୟାଧିପଙ୍କ ସୁପ୍ରଭାବରେ ଆଜି ପାରିବାରିକ କ୍ଷେତ୍ର, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । କଠୋର କଥା କହିବା କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ । ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ମକର
ମକର
ଆଜି ଗୁରୁଶୌରୀ ଯୋଗରେ ଘରର କେତେକ ଅତ୍ୟାବଶ୍ୟକ ଜିନିଷଗୁଡିକୁ ଆଣିବାକୁ ବାଧ୍ୟ ହେବେ । ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ । ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ ଏବଂ ଦୂରଯାତ୍ରାର ସୁଯୋଗ ମଧ୍ୟ ପାଇବେ । କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବସ୍ତ୍ୟ ହେବେ ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ । ବନ୍ଧୁମାନଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ କିଛି ଅସୁବିଧା ହେବ ନାହିଁ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଅତି ଭଲ ପାଉଥିବା ସମ୍ପର୍କୀୟା ଭାଇ କିମ୍ବା ପଡୋଶୀଟିର ମନୋଭାବ ବଦଳିଯିବ ।
ମୀନମୀନ

ମଙ୍ଗଳଙ୍କ ଦୃଷ୍ଟିରେ ଶୁକ୍ରଙ୍କ ଯୋଗୁ ନିଜର ଲୋକ ମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇ ପାରନ୍ତି । ନିକଟ ସମ୍ପର୍କୀୟଙ୍କ ସହାୟତାରେ ବାଣିଜ୍ୟ,ବ୍ୟବସାୟରେ ସଫଳତା ହାସଲ କରିବେ । ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହି, ଫଳରେ ଅଶାନ୍ତିର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୨୧ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବ୍ୟବସାୟରେ ସୁଫଳ ପ୍ରଦାନ କରିବ। ସ୍ବାସ୍ଥ୍ୟ ଓ ପାରିବାରିକ ଦିଗଟି ଭଲ ରହିବ ଏବଂ...

ରାଶିଫଳ: ସୋମବାର, ମେ ୨୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ଅନ୍ୟମନସ୍କତା ଯୋଗୁ କେତେକ ବ୍ୟତିକ୍ରମ ଆଶଙ୍କା ରହିଛି। ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ...

ରାଶିଫଳ: ରବିବାର, ମେ ୧୯ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସ୍ଥଗିତ କାମର ପୁନରୁଦ୍ଧାର ପାଇଁ ଉଚ୍ଚ ପଦାଧିକାରୀ ସହଯୋଗର ପ୍ରତିଶ୍ରୁତି ଦେଇପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେବାରୁ ମନ ଭଲ...

ରାଶିଫଳ: ଶନିବାର, ମେ ୧୮ ତାରିଖ – Daily Horoscope

ମେଷ ଆଜି ଦୁଃସ୍ଥାନସ୍ଥ କେତୁ ଯୁକ୍ତ ଶୁକ୍ର ବିଶେଷ ଭ୍ରମଣ ଓ ଖର୍ଚ୍ଚାନ୍ତ ହେତୁ ଅଶାନ୍ତ ରହିବେ। ପାରିବାରିକ ସମସ୍ୟା, ଯାନବାହନରେ କ୍ଷତିର ସମ୍ମୁଖୀନ ହୋଇପାରନ୍ତି।...

ରାଶିଫଳ: ଶୁକ୍ରବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କଲ୍ୟାଣଚନ୍ଦ୍ର ପ୍ରଭାବରୁ ସୁସ୍ଥ ମାନସିକତା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବ। ପ୍ରଶାସନ କିମ୍ବା...

ରାଶିଫଳ: ଗୁରୁବାର, ମେ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାଜନିତ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ ସାମାଜିକସ୍ତରରେ ନିଜକୁ ଠିକ୍‌ ଭାବେ ଚଳାଇନେଇ ପାରିବେନାହିଁ। ଶନିଦୃଷ୍ଟ...

ରାଶିଫଳ: ବୁଧବାର, ମେ ୧୫ ତାରିଖ – Daily Horoscope

ମେଷ ଆଜି ସବୁ ଭଲ ହେଲେ ମଧ୍ୟ ସ୍ପଷ୍ଟବାଦିତା ଯୋଗୁ ଅନ୍ୟମାନଙ୍କ ଚକ୍ଷୁଶୂଳ ହେବେ। ବାଣିଜ୍ୟ, ଯୋଗାଯୋଗ, ବନ୍ଧୁଙ୍କୁ ପ୍ରତୀକ୍ଷା ଏବଂ କାର୍ଯ୍ୟାରମ୍ଭ କ୍ଷେତ୍ରରେ ବ୍ୟତିକ୍ରମର...

ରାଶିଫଳ: ମଙ୍ଗଳବାର, ମେ ୧୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସାହାଯ୍ୟ, ସହଯୋଗ ଲାଭକରି ହାତକୁ ନେଇଥିବା କାମ ସମ୍ପନ୍ନ କରିପାରିବେ। ବନ୍ଧୁଙ୍କ ପରାମର୍ଶରେ ପରିବାରର ସହମତି ନେଇ କୌଣସି ଦୀର୍ଘମିଆଦୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri