Posted inRasifala

ରାଶିଫଳ:ମଙ୍ଗଳବାର , ଅଗଷ୍ଟ ୧୫ ତାରିଖ – Daily Horoscope

ମେଷ
ଆଜି ଆବଶ୍ୟକ ଜିନିଷ ନ ଆଣିପାରିବା କାରଣରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତି ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ। ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। ଉପରିସ୍ଥଙ୍କ ଆଦେଶପ୍ରାପ୍ତପୂର୍ବକ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ।
ବୃଷ
ବୃଷ
ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ହେତୁ ଟେନ୍‌ସନ ଲାଗି ରହିବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତା ବଢ଼ାଇଦେବ। ବନ୍ଧୁମାନଙ୍କଠାରୁ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
ମିଥୁନ
ମିଥୁନ
ଆଜି ବିଭିନ୍ନ ଧନ୍ଦା କରିବା ସକାଶେ ସହକର୍ମୀମାନେ ଉସତ୍ାହିତ କରିବେ। ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜିପାରନ୍ତି, ଯାହାକି ଆପଣଙ୍କ ସକାଶେ ହିତକର ହେବ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ମାଲିମକଦ୍ଦମାରେ କାର୍ଯ୍ୟ ହାସଲ କରିନେବା ସକାଶେ ନୂତନ ଦିଗ ପ୍ରତି ଚିନ୍ତା କରିପାରନ୍ତି।
କର୍କଟ
କର୍କଟ
ଆଜି ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟିହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉସତ୍ାହିତ ହେବେ। ଗୁପ୍ତ ଶତ୍ରୁମାନଙ୍କ ସକ୍ରିୟତା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ଆଜି ଯେତେ ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। ସାମାଜିକ ସ୍ତରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଏକା ସାଙ୍ଗରେ ବହୁ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖାଦେଇପାରେ।
କନ୍ୟା
ଟଙ୍କା ବାକି ରଖିଥବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯିବ। ଭୁଲ୍‌ କାମରୁ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହୋଇପାରେ। ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବା ସମ୍ଭାବନା ରହିଛି। ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିବେ।
ତୁଳା
ତୁଳା
ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ। ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ୍‌ ଦ୍ରବ୍ୟ ଆଣିପାରନ୍ତି।
ବିଛା
ବିଛା
ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ, କିନ୍ତୁ କିଛି ଅସୁବିଧା ହେବନି। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସଫଳତା ମିଳିପାରେ। ସାଙ୍ଗମାନଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ।
ଧନୁ
ଧନୁ
ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ। ପରିବହନ, ଆମଦାନୀ କାରବାର, କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ।
ମକର
ମକର
ସହକର୍ମୀମାନଙ୍କ ସହୃଦୟତାରୁ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇପାରନ୍ତି। ପ୍ରକାଶନ, ସାହିତ୍ୟ ଚର୍ଚ୍ଚା ଓ ପ୍ରଶାସନିକ ଆଲୋଚନା, ଗଠନମୂଳକ କାମ, କ୍ଷେତ୍ରରୁ ଶୁଭଫଳ ପାଇବେ। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ୍‌ ହେବେ। ପାରିବାରିକ ସ୍ତରରେ ଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।
କୁମ୍ଭ
କୁମ୍ଭ
ଆଜିର ସବୁ କାମ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବା ସମ୍ଭାବନା ରହିଛି। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ନିକଟସ୍ଥ ବ୍ୟକ୍ତିବିଶେଷଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୁତ୍ରକନ୍ୟାହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି।
ମୀନମୀନ

ସମସ୍ୟା ସମାଧାନ ହେବା କାରଣରୁ ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହିବ। ଆର୍ଥିକ ସମସ୍ୟା ସାମୟିକ ଭାବରେ ମନକୁ ଭାରାକ୍ରାନ୍ତ କରିବ। କୌଣସି ବନ୍ଧୁ କିଛି ଖବର ନ ଦେଇ ହଠାତ୍‌ ଆସିବେ। ଆମତ୍ୀୟମାନେ ବିଶ୍ୱାସଘାତକତା କରିପାରନ୍ତି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଙ୍ଗଠନରେ ସାମୟିକ ସମସ୍ୟା ଲାଗି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁନ୍ ୧୭ ତାରିଖ – Daily Horoscope

ମେଷ କେନ୍ଦ୍ରକୋଣାଧିପଙ୍କ ଅଷ୍ଟମଭାବ ସଂସ୍ଥିତି ବନ୍ଧୁମିଳନ ସଙ୍ଗକୁ ଆର୍ଥିକ ଅଭିବୃଦ୍ଧି କରାଇବ। ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ।…

ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳଙ୍କ ପ୍ରଭାବରେ ଦୈହିକ ସୁସ୍ଥତା ସହ କର୍ମକ୍ଷେତ୍ର ଏବଂ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‍ବୁଦ୍ଧ ହୋଇ ନୂତନ ଉତ୍ସାହର…

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri