Posted inRasifala

ରାଶିଫଳ:ସୋମବାର, ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ନୈରାଶ୍ୟ କ୍ରମଶଃ ଦୂରେଇଯିବା ସଙ୍ଗକୁ ନିଜ ପରିସରରୁ ସମ୍ମାନ, ପ୍ରତିଷ୍ଠା ଲାଭ କରିବେ । ଆପଣଙ୍କ ଉପସ୍ଥିତି ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟ ମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିପାରେ। ଏକ ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି।
ବୃଷ
ବୃଷ
ବହୁବିଧ ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗତ୍ଲାଭଳି ଅନୁଭବ କରିବେ। ଅଫିସ୍‌ରେ ଅନ୍ୟ ମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ସମସ୍ୟା କମିବା ବଦଳରେ ବିଶେଷ ଭାବେ ବୃଦ୍ଧି ପାଇବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ର ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ଦୈନିକ ଜୀବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ ।
ମିଥୁନ
ମିଥୁନ
ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ଉଦ୍ୟମକୁ ସାକାର କରିବାରେ ସାହାଯ୍ୟ କରିବ। ପରିବାର ଭିତରେ ସମ୍ପର୍କ ହାନି ଘଟିପାରେ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କଲେ ମଧ୍ୟ ସଂଯମତାର ଅଭାବ ଓ ଧନହାନୀ ଦୁଃଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ହାତକୁ ନେଇଥିବା କାମଟିକୁ ସୁରୁଖୁରୁରେ କରି ପାରିବା କାରଣରୁ ଟେନସନ୍‌ କିିଛି ମାତ୍ରାରେ କମିଯିବ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୈାଣସି ନୀଚ୍ଚ ଜାତିର ବ୍ୟଚ୍ଛି ମୂଖ୍ୟ ଭୂମିକା ଗ୍ରହଣ କରିବେ । ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳରେ ଆଲୋଚନା ଅମୀମାଂସିତ ରହିବ ।
ସି˚ହ
ସି˚ହ
ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ। ତଥାପି ଯେ କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ । ଆଲୋଚନା କାଳରେ ସତକଥା କହି ବିବାଦ ଘେରରେ ପଡି ପାରନ୍ତି, ଏଣୁ ଭାବିଚିନ୍ତି କରନ୍ତୁ। ଆନୁଷ୍ଠାନିକ କାମ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ ।
କନ୍ୟା
ନିଜେ ଠିକ୍‌ ଥିଲେ ମଧ୍ୟ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ହଠାତ୍‌ କୈାଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ। ପାରିବାରିକ କ୍ଷେତ୍ରରେ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ଯୋଗୁ ଚିନ୍ତା କରି ପାରନ୍ତି। ଉପର ଅଧିକାରୀମାନେ ଆପଣଙ୍କ ସହଯୋଗ ଆଶା କରି ପାରନ୍ତି।
ତୁଳା
ତୁଳା
ଆଜିର ଯାତ୍ରା, ନୂତନ କର୍ମାରମ୍ଭ, ସରକାରୀ କାମ ସକାଶେ ବହୁତ ଶୁଭଫଳ ପାଇବେ । କର୍ମକ୍ଷେତ୍ରରେ ଛୋଟବଡ ସମସ୍ୟାର ସରଳ ସମାଧାନ କରି ଏକପ୍ରକାର ଆନନ୍ଦ ଅନୁଭବ କରିବେ। ଜଣେ ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ଅତୀତର କେତେକ କଥାକୁ ଚିନ୍ତାକରି କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ ।
ବିଛା
ବିଛା
ଆଜକୁ ଅଳ୍ପ କେତେଦିନ ହେଲା ଯାହା ଖୋଜୁଛନ୍ତି ଓ ଆଶା କରଛନ୍ତି ଆଜି ତାହା ଅବଶ୍ୟ ଆଜି ଅପରାହ୍ନରେ ପାଇବେ । ହାତକୁ ନେଇଥିବା କାମଗୁଡିକ ଯଥା ସମୟରେ ସମ୍ପନ୍ନ ହେବ କିନ୍ତୁ ଆପଣ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ । ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେଇପାରନ୍ତି।
ଧନୁ
ଧନୁ
ସାହାଯ୍ୟ ସହଯୋଗ ଲାଭକରି ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ପାଖ, ପଡୋଶୀଙ୍କ ଶ୍ଳେଷାମତ୍କ କଥାକୁ ଠିକ୍‌ ଭାବେ ବୁଝିବା କଷ୍ଟକର ହୋଇପାରେ । ନୁତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ । ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ଆମତ୍ୀୟମାନେ ପାଖ ମାଡିବେ ନାହିଁ ।
ମକର
ମକର
ଆଜି କୌଣସି ଜିନିଷ ପାଇବାକୁ କେନ୍ଦ୍ର କରି ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ପରିବାରର ପରିସ୍ଥିତିକୁ ଆଖି ଆଗରେ ରଖି ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ,ଏହି କାରଣରୁ ପାଖ ମାଡିବେ ନାହିଁ। ପିତା କିମ୍ବା ମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଙ୍କିବା କାରଣରୁ ଆଶ୍ୱସ୍ଥି ଅନୁଭବ କରିବେ।
କୁମ୍ଭ
କୁମ୍ଭ
ଦୀର୍ଘ ଦିନର ଆଶା ପୂରଣ ହେବ ଏବଂ ଅର୍ଥ ପାଇବା ସଙ୍ଗକୁ ଅଧାପନ୍ତରିଆ କାର୍ଯ୍ୟଟିକୁ ପୂର୍ଣ୍ଣାଙ୍ଗ କରି ପାରିବେ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅଶାନ୍ତି ବଢିଯିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରୁହନ୍ତୁ ନତୁବା ହରାଇପାରନ୍ତି। ଦୀର୍ଘ ଦିନର ଶତ୍ରୁତା କେତେକ ସମସ୍ୟା ସୃଷ୍ଟି କରିବାର ଆଶଙ୍କା ମନରେ ଜାଗ୍ରତ ହୋଇପାରେ ।
ମୀନମୀନ
କର୍ମ କ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡି ଯାଇଥିବ । ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରି ପାରନ୍ତି। ଆଦୌ ଦେଉ ନ ଥିବା ବ୍ୟକ୍ତିଙ୍କ ନିକଟରୁ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବନ୍ଧୁମାନଙ୍କ ମଧ୍ୟରେ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

ରାଶିଫଳ: ଶନିବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ମଙ୍ଗଳ ନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ଯାହା ଭାବୁଥିଲେ ତାହା ଆଜି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଯାତ୍ରା, ଆଲୋଚନା, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri