ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ

ଗୋପାଳପୁର,୨୭ା୯- ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବ୍ରହ୍ମପୁର ଗସ୍ତ କାର୍ଯ୍ୟକ୍ରମରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଶନିବାର ପରିବର୍ତ୍ତେ ଶୁକ୍ରବାର ଗୋପାଳପୁରରେ ଥିବା ଆର୍ମି ଏଡି କଲେଜରେ ରାଷ୍ଟ୍ରପତି ପହଞ୍ଚତ୍ବେ। ସ୍ବତନ୍ତ୍ର ବିମାନ ଯୋଗେ ସେ ନୂଆଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ସେଠାରୁ ହେଲିକପ୍ଟରରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟା ୩୦ମିନିଟ୍‌ରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ରେ ପହଞ୍ଚତ୍ବେ। ସେଠାରୁ କଡ଼ା ସୁରକ୍ଷା ବଳୟରେ ବାହାରି ଆର୍ମି ଏଡି କଲେଜରେ ପହଞ୍ଚତ୍ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୧୨ ପ୍ଲାଟୁନ ଫୋର୍ସ ସହିତ ୧ ଶହ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ମୁତୟନ କରାଯାଇଥିବା ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ସୂଚନା ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ ଓ ଗୋଇନ୍ଦା ବିଭାଗର ଅଧିକାରୀମାନେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ରେ ପହଞ୍ଚତ୍ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିଲେ । ଏହି ଅବସରରେ କାର୍‌କେଡ୍‌ ମକ୍‌ଡ୍ରିଲ ମଧ୍ୟ ହୋଇଥିଲା। ଏଥିରେ ବାୟୁସେନାର ଏକ ସ୍ବତନ୍ତ୍ର ହେଲିକପ୍ଟର ଆସିଥିଲା। ଏଥିସହ ବମ୍‌ସ୍କ୍ବାଡ୍‌ ଓ ସନ୍ଧାନୀ କୁକୁର ଦ୍ୱାରା ଯାଞ୍ଚ ମଧ୍ୟ କରାଯାଇଥିଲା । ଗୋପାଳପୁର ଆର୍ମି ଏଡି କଲେଜର ପାସିଂଆଉଟ୍‌ ସେରିମନିରେ ରାଷ୍ଟ୍ରପତି ଯୋଗଦେଇ କ୍ୟାଡେଟ୍‌ମାନଙ୍କୁ ସମ୍ମାନ ଜନକ ଫ୍ଲାଗ ପ୍ରଦାନ କରିବେ ା ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଶନିବାର ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ଥଳସେନା ମୁଖ୍ୟ ବିପିନ ରାୱତ୍‌, ଲ୍ୟୁଟନାଣ୍ଟ ଜେନେରାଲ ଅଶ୍ୱିନୀ କୁମାର ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଗୁରୁବାରରୁ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ସାଦା ପୋଷାକରେ ପୋଲିସ ପଇଁତରା ମାରୁଥିବା ଦେଖିବାକୁ ମଳିଛି। ସୁରକ୍ଷା ବ୍ୟବସ୍ଥା ଯେଭଳି କଡ଼ାକଡ଼ି ହେବ ସେନେଇ ଡିଆଇଜି ଭୋଇ ସ୍ବତନ୍ତ୍ର ଦୃଷ୍ଟି ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri