Posted inଫୁରସତ

ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ୮୦୦ କିମି ପଛୁଆ ଚାଲି ଚାଲି ଆସୁଛନ୍ତି ଏହି ବ୍ୟକ୍ତି

ଜାକର୍ତ୍ତା: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ମେଦି ବସ୍ତୋନୀ(୪୩ ବର୍ଷ) ନାମକ ଜଣେ ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ଏକ ଅଭିନବ ଉପାୟ ଆପଣାଇଛନ୍ତି। ପଛୁଆ ୮୦୦ କିମି ଚାଲି ଚାଲି ସେ ରାଷ୍ଟ୍ରପତି ଜୁକୋ ଓ୍ବିଡୋଡୋଙ୍କୁ ଭେଟିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରତିଦିନ ସେ ୩୦ କିମି ପଛୁଆ ଚାଲୁଛନ୍ତି। ଏକ ଖାସ୍‌ ମିଶନ୍‌ ପାଇଁ ସେ ଏହି ଯାତ୍ରା କରୁଛନ୍ତି ବୋଲି କହନ୍ତି ମେଦି। ରାଷ୍ଟ୍ରପତିଙ୍କୁ ଭେଟି ଜଙ୍ଗଲର ଏକ ଗଛ ବିଷୟରେ ପଚାରି ବୁଝିବେ ବୋଲି ସେ କହିଛନ୍ତି। ମେଦି ଜୁଲାଇ ୧୮ରୁ ଏହି ଯାତ୍ରା ଆରମ୍ଭ କରିଛନ୍ତି। ଅଗଷ୍ଟ ୧୭ରେ ସେ ଜାକର୍ତ୍ତାରେ ପହଞ୍ଚିଯିବେ ବୋଲି ଅନୁମାନ କରାଯାଉଛି। ଏହି ଯାତ୍ରାକୁ ସହଜ କରିବା ପାଇଁ ମେଦି ଏକ ଉପାୟ ଅବଲମ୍ବନ କରିଛନ୍ତି। ସେ ଏକ ଖାସ୍‌ ଷ୍ଟାଣ୍ଡ୍‌ ନିର୍ମାଣ କରିଛନ୍ତି, ସେଥିରେ ମିରର୍‌ ଲାଗିଛି। ଯେଉଁଥିରେ ପଛ ରାସ୍ତା ସବୁ ଦେଖାଯାଉଛି। ଫଳରେ ପଛରୁ ଆସୁଥିବା ଗାଡିମୋଟର ସହଜରେ ଦେଖିପାରୁଛନ୍ତି। ପ୍ରତିଦିନ ୩୦ କିମି ଯାତ୍ରା ଶେଷ କରି ମସ୍‌ଜିଦ୍‌, ଥାନା ଏବଂ ସିକ୍ୟୁରିଟି ପୋଷ୍ଟରେ ରାତ୍ରିଯାପନ କରନ୍ତି। ପରଦିନ ପୁଣି ଥରେ ବାହାରନ୍ତି ବୋଲି କହନ୍ତି ମେଦି।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri