ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୧୮%

ଭୁବନେଶ୍ୱର,୧।୬(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମାର୍ଚ୍ଚରେ ୩୦୯ ପଏଣ୍ଟ ଥିଲା। ଏହା ଏପ୍ରିଲରେ ୩ ପଏଣ୍ଟ ବୃଦ୍ଧି ଘଟି ୩୧୨ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୨୮ ପଏଣ୍ଟ ଥିଲା। ଏଥିରେ ୪ ପଏଣ୍ଟ ବଢି ଘଟି ୩୩୨ ପଏଣ୍ଟ ହୋଇଛି। ରାଉରକେଲାରେ ଏହା ୩୦୯ ପଏଣ୍ଟ ଥିବା ବେଳେ ଏଥିରେ ୭ ପଏଣ୍ଟ ବୃଦ୍ଧି ଘଟି ୩୧୬ ପଏଣ୍ଟ ଛୁଇଁଛି। ଜୁନରେ ରିଜର୍ଭ ବ୍ୟାଙ୍କର ବାର୍ଷିକ କ୍ଲୋଜିଂ ପାଇଁ କୌଣସି ମହଙ୍ଗା ଭତ୍ତାରେ କୌଣସି ପରିବର୍ତ୍ତନ ହୁଏ ନାହିଁ।
ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ବର୍ତ୍ତମାନ ୧୪୧.୪% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୪.୭୮% ବଢିି ୧୪୬.୧୮% ହୋଇଛି। ଏମାନେ ଏହି ବର୍ଦ୍ଧିତ ଡିଏ ଜୁଲାଇ ପହିଲାରୁ ପାଇବେ। ଅବସରପ୍ରାପ୍ତ ଓ କାର୍ଯ୍ୟରତ ସରକାରୀ କର୍ମଚାରୀମାନେ ୧୨% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୪% ବୃଦ୍ଧି ଘଟି ୧୬% ହୋଇଛି। ଏମାନେ ୨୦୧୯ ଜୁଲାଇ ପହିଲାରୁ ଏହି ବର୍ଦ୍ଧିତ ଡିଏ ପାଇବେ। ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ୍‌ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍‌ଡି ମାନେ ମଧ୍ୟ ୧୬% ମହଙ୍ଗା ଭତ୍ତା ପାଇବେ। ଏହା ଜୁଲାଇ ପହିଲାରୁ ଲାଗୁ ହେବ। ଜାନୁୟାରୀ ୮ ଏବଂ ୯ରେ ସିଜିଏମ୍‌ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧର୍ମଘଟ କରିଥିଲେ ସେମାନେ ବର୍ତ୍ତମାନ ୬୪.୫% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୨.୫% ବୃଦ୍ଧି ଘଟି ୬୭% ହୋଇଛି। ଏହା ଅଗଷ୍ଟ ପହିଲାରୁ ଏହା ଲାଗୁ ହେବ।
ଓଡ଼ିଶାରେ ୩ ଲକ୍ଷ ଅବସରପ୍ରାପ୍ତ ବ୍ୟାଙ୍କ ଅଫିସର ଓ କର୍ମଚାରୀ ୧୯୮୨ରୁ ପେନସନ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରି ଆସୁଛନ୍ତି। ଜାନୁୟାରୀ ୨୧ରେ ରାଜ୍ୟପାଳ ଗଣେଶୀ ଲାଲଙ୍କୁ ଏମାନେ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଶୁକ୍ରବାର ବିଭିନ୍ନ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀ ଅବସର ଗ୍ରହଣ କରିଛନ୍ତି। ବୀମା କର୍ମଚାରୀମାନେ ବର୍ତ୍ତମାନ ୫୭.୮% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୨.୫% ବୃଦ୍ଧି ଘଟି ୬୦.୩% ହୋଇଛି। ଏହି ବର୍ଦ୍ଧିତ ଡିଏ ଅଗଷ୍ଟ ପହିଲାରୁ ସେମାନେ ପାଇବେ।
ସେପ୍ଟେମ୍ବର ୪ ଏବଂ ୫ ଦୁଇ ଦିନ ଭାରତୀୟ ରିଜର୍ଭ ବ୍ୟାଙ୍କର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ପେନ୍‌ସନ ଏବଂ ପେନ୍‌ସନ ସଂଶୋଧନ ପାଇଁ ଯେଉଁ ଧର୍ମଘଟ ଡାକରା ଦେଇଥିଲେ ତାହା ସ୍ଥଗିତ ରହିଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୧ ହଜାର ଅବସରପ୍ରାପ୍ତ ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କର ପେନ୍‌ସନ ସଂଶୋଧନ କରାଯାଇଛି। ପ୍ରାୟ ୩,୦୦୦ ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ପେନଶନକୁ ଅପେକ୍ଷା କରିଛନ୍ତି। ଜୁନ ୩ରେ ହେବାକୁ ଥିବା ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri