ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୭%

ଭୁବନେଶ୍ୱର,୨୯-୬(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଧିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଏପ୍ରିଲରେ ୧୧୨ ପଏଣ୍ଟ ଥିଲା। ଏହା ମେ ମାସରେ ୨ ପଏଣ୍ଟ ବୃଦ୍ଧି ଘଟି ୩୧୪ ପଏଣ୍ଟ ହୋଇଛି। ଖବର ଆସିବା ପର୍ଯ୍ୟନ୍ତ ରାଜ୍ୟର ତାଳଚେର, ଅନୁଗୋଳ ଏବଂ ରାଉରକେଲାରେ ଖାଉଟି ମୂଲ୍ୟ ସୂଚୀ ହସ୍ତଗତ ହୋଇନାହିଁ। ଜୁନରେ ରିଜର୍ଭ ବ୍ୟାଙ୍କର ବାର୍ଷିକ କ୍ଲୋଜିଂ ପାଇଁ କୌଣସି ମହଙ୍ଗା ଭତ୍ତାରେ କୌଣସି ପରିବର୍ତ୍ତନ ହୁଏ ନାହିଁ।
ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ବର୍ତ୍ତମାନ ୧୪୧.୪% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୫.୩% ବଢିି ୧୪୬.୭% ହୋଇଛି। ଏମାନେ ଏହି ବର୍ଦ୍ଧିତ ଡିଏ ଜୁଲାଇ ପହିଲାରୁ ପାଇବେ। ଅବସରପ୍ରାପ୍ତ ଓ କାର୍ଯ୍ୟରତ ସରକାରୀ କର୍ମଚାରୀମାନେ ବର୍ତ୍ତମାନ ୧୨% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୫% ବୃଦ୍ଧି ଘଟି ୧୭% ହୋଇଛି। ଏମାନେ ୨୦୧୯ ଜୁଲାଇ ପହିଲାରୁ ଏହି ବର୍ଦ୍ଧିତ ଡିଏ ପାଇବେ। ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ୍‌ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍‌ଡିମାନେ ମଧ୍ୟ ୧୭% ମହଙ୍ଗା ଭତ୍ତା ପାଇବେ। ଏହା ଜୁଲାଇ ପହିଲାରୁ ଲାଗୁ ହେବ। ଜାନୁୟାରୀ ୮ ଏବଂ ୯ରେ ସିଜିଏମ୍‌ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧର୍ମଘଟ କରିଥିଲେ ସେମାନେ ବର୍ତ୍ତମାନ ୬୪.୫% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୩.୩% ବୃଦ୍ଧି ଘଟି ୬୭.୮% ହୋଇଛି। ଏହା ଅଗଷ୍ଟ ପହିଲାରୁ ଏହା ଲାଗୁ ହେବ।
ଓଡ଼ିଶାରେ ୩ ଲକ୍ଷ ଅବସରପ୍ରାପ୍ତ ବ୍ୟାଙ୍କ ଅଫିସର ଓ କର୍ମଚାରୀ ୧୯୮୨ରୁ ପେନଶନ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରି ଆସୁଛନ୍ତି। ଶନିବାର କିଛି ବ୍ୟାଙ୍କ କର୍ମଚାରୀ ଏବଂ ଅଧିକାରୀ ଅବସର ନେବେ। ଜାନୁୟାରୀ ୨୧ରେ ରାଜ୍ୟପାଳ ଗଣେଷି ଲାଲଙ୍କୁ ଏମାନେ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଶୁକ୍ରବାର ବିଭିନ୍ନ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀ ଅବସର ଗ୍ରହଣ କରିଛନ୍ତି। ବୀମା କର୍ମଚାରୀମାନେ ବର୍ତ୍ତମାନ ୫୭.୮% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୩.୩% ବୃଦ୍ଧି ଘଟି ୬୧.୧% ହୋଇଛି। ଏହି ବର୍ଦ୍ଧିତ ଡିଏ ଅଗଷ୍ଟ ପହିଲାରୁ ସେମାନେ ପାଇବେ।
ସେପ୍ଟେମ୍ବର ୪ ଏବଂ ୫ ଦୁଇ ଦିନ ଭାରତୀୟ ରିଜର୍ଭ ବ୍ୟାଙ୍କର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ପେନ୍‌ଶନ ଏବଂ ପେନ୍‌ଶନ ସଂଶୋଧନ ପାଇଁ ଯେଉଁ ଧର୍ମଘଟ ଡାକରା ଦେଇଥିଲେ ତାହା ସ୍ଥଗିତ ରହିଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୧ ହଜାର ଅବସରପ୍ରାପ୍ତ ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କର ପେନଶନ ସଂଶୋଧନ କରାଯାଇଛି। ପ୍ରାୟ ୩,୦୦୦ ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ପେନଶନକୁ ଅପେକ୍ଷା କରିଛନ୍ତି। ଜୁଲାଇ ପହିଲାରେ ହେବାକୁ ଥିବା ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri