ଭୁବନେଶ୍ୱର,୩୧-୮(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜୁନ ମାସରେ ୩୧୬ ପଏଣ୍ଟ ଥିଲା। ଏହା ଜୁଲାଇରେ ୩ ପଏଣ୍ଟ ବଢି ୩୧୯ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୩୫ ପଏଣ୍ଟ ଥିବା ବେଳେ ରାଉରକେଲାରେ ଅପରିବର୍ତ୍ତିତ ରହିଛି। ଆର୍ଥତ୍କ ଅର୍ଦ୍ଧବାର୍ଷିକ କ୍ଲୋଜିଂ ପାଇଁ ସେପ୍ଟେମ୍ବରରେ ମହଙ୍ଗା ଭତ୍ତାରେ କୌଣସି ପରିବର୍ତ୍ତନ ହୁଏ ନାହିଁ। ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ବର୍ତ୍ତମାନ ୧୪୬.୭% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୫.୦୨% ବଢିି ୧୫୧.୭୨% ହୋଇଛି। ଏମାନେ ଏହି ବର୍ଦ୍ଧିତ ଡିଏ ଅକ୍ଟୋବର ପହିଲାରୁ ପାଇବେ।
ଜାନୁୟାରୀ ୮ ଏବଂ ୯ରେ ସିଜିଏମ୍ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧର୍ମଘଟ କରିଥିଲେ, ସେମାନେ ବର୍ତ୍ତମାନ ୬୮.୧% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ୨.୯% ବୃଦ୍ଧି ଘଟି ୭୧% ହୋଇଛି। ନଭେମ୍ବର ପହିଲାରୁ ଏହା ଲାଗୁ ହେବ। ଶୁକ୍ରବାର ଅନେକ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀ ଅବସର ନେଇଛନ୍ତି। ଓଡ଼ିଶାରେ ୩ ଲକ୍ଷ ଅବସରପ୍ରାପ୍ତ ବ୍ୟାଙ୍କ ଅଫିସର ଓ କର୍ମଚାରୀ ୧୯୮୨ରୁ ପେନଶନ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରି ଆସୁଛନ୍ତି। ଜାନୁୟାରୀ ୨୧ରେ ରାଜ୍ୟପାଳ ଗଣେଷି ଲାଲଙ୍କୁ ଏମାନେ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ।
ବୀମା କର୍ମଚାରୀମାନେ ବର୍ତ୍ତମାନ ୬୧.୪ % ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୨.୯% ବୃଦ୍ଧି ଘଟି ୬୪.୩% ହୋଇଛି। ଏହି ବର୍ଦ୍ଧିତ ଡିଏ ନଭେମ୍ବର ପହିଲାରୁ ସେମାନେ ପାଇବେ। ଅବସରପ୍ରାପ୍ତ ଓ କାର୍ଯ୍ୟରତ ସରକାରୀ କର୍ମଚାରୀମାନେ ୧୨% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୮% ବୃଦ୍ଧି ଘଟି ୨୦% ହୋଇଛି। ୫% ଏମାନେ ୨୦୧୯ ଜୁଲାଇ ପହିଲାରୁ ଏବଂ ଅବଶିଷ୍ଟ ୩% ଜାନୁୟାରୀ ପହିଲାରୁ ଏହି ବର୍ଦ୍ଧିତ ଡିଏ ପାଇବେ। ଜୁନରେ ରିଜର୍ଭ ବ୍ୟାଙ୍କର ବାର୍ଷିକ କ୍ଲୋଜିଂ ପାଇଁ କୌଣସି ମହଙ୍ଗା ଭତ୍ତାରେ କୌଣସି ପରିବର୍ତ୍ତନ ହୁଏ ନାହିଁ।
ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ୍ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍ଡିମାନେ ମଧ୍ୟ ୨୦% ମହଙ୍ଗା ଭତ୍ତା ପାଇବେ। ଏହା ଜାନୁୟାରୀ ପହିଲାରୁ ଲାଗୁ ହେବ। ସେପ୍ଟେମ୍ବର ୪ ଏବଂ ୫ ଦୁଇ ଦିନ ଭାରତୀୟ ରିଜର୍ଭ ବ୍ୟାଙ୍କର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ପେନ୍ଶନ ଏବଂ ପେନ୍ଶନ ସଂଶୋଧନ ପାଇଁ ଯେଉଁ ଧର୍ମଘଟ ଡାକରା ଦେଇଥିଲେ ତାହା ସ୍ଥଗିତ ରହିଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୧ ହଜାର ଅବସରପ୍ରାପ୍ତ ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କର ପେନଶନ ସଂଶୋଧନ କରାଯାଇଛି। ପ୍ରାୟ ୩,୦୦୦ ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ପେନଶନକୁ ଅପେକ୍ଷା କରିଛନ୍ତି। ସୋମବାର ଅନୁଷ୍ଠିତ ହେବାକୁ ଥିବା ରିଜର୍ଭ ବ୍ୟାଙ୍କର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ।
ବ୍ୟାଙ୍କ୍ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍
ନୂଆଦିଲ୍ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…
ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା
ନୂଆଦିଲ୍ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…
ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା
ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…
ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି
ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…
୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ
ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…
ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ
ନୂଆଦିଲ୍ଲୀ,୫ା୯: ଅନ୍ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…
କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର
ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…
ଖିମଜୀ ଦୟାଭାଇ କୋ.ଗ୍ରୁପ୍ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା
ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…
Archives

