ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୨%

ଭୁବନେଶ୍ୱର,୧-୧୦(ବ୍ୟୁରୋ) : ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜୁଲାଇରେ ୩୧୯ ପଏଣ୍ଟ ଥିଲା। ଏହା ଅଗଷ୍ଟରେ ୧ ପଏଣ୍ଟ ବଢି ୩୨୦ ପଏଣ୍ଟ ହୋଇଛି। ତାଳଚେର ଅନୁଗୋଳରେ ଏବଂ ରାଉରକେଲାର ଖାଉଟି ମୂଲ୍ୟସୂଚୀ ବର୍ତ୍ତମାନ ସୁଦ୍ଧା ହସ୍ତଗତ ହୋଇନାହିଁ। ଆର୍ଥତ୍କ ଅର୍ଦ୍ଧବାର୍ଷିକ କ୍ଲୋଜିଂ ପାଇଁ ସେପ୍ଟେମ୍ବରରେ ମହଙ୍ଗା ଭତ୍ତାରେ କୌଣସି ପରିବର୍ତ୍ତନ ହୁଏ ନାହିଁ। ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ବର୍ତ୍ତମାନ ୧୪୬.୭% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୫.୩% ବଢିି ୧୫୨% ହୋଇଛି। ଏମାନେ ଏହି ବର୍ଦ୍ଧିତ ଡିଏ ଅକ୍ଟୋବର ପହିଲାରୁ ପାଇବେ।
ସେପ୍ଟେମ୍ବର ୨୬ ଏବଂ ୨୭ରେ ସିଜିଏମ୍‌ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧର୍ମଘଟ ଡାକରା ଦେଇଥିଲେ ସେମାନେ ଏବେ ୬୮.୧% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୩.୩% ବୃଦ୍ଧି ଘଟି ୭୧.୪% ହୋଇଛି। ନଭେମ୍ବର ପହିଲାରୁ ଏହା ଲାଗୁ ହେବ। ସୋମବାର ଅନେକ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀ ଅବସର ନେଇଛନ୍ତି। ଓଡ଼ିଶାରେ ୩ ଲକ୍ଷ ଅବସରପ୍ରାପ୍ତ ବ୍ୟାଙ୍କ ଅଫିସର ଓ କର୍ମଚାରୀ ୧୯୮୨ରୁ ପେନଶନ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରି ଆସୁଛନ୍ତି। ଜାନୁୟାରୀ ୨୧ରେ ରାଜ୍ୟପାଳ ଗଣେଶି ଲାଲଙ୍କୁ ଏମାନେ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ।
ବୀମା କର୍ମଚାରୀମାନେ ବର୍ତ୍ତମାନ ୬୧.୪ % ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୩.୩% ବୃଦ୍ଧି ଘଟି ୬୪.୭% ହୋଇଛି। ଏହି ବର୍ଦ୍ଧିତ ଡିଏ ନଭେମ୍ବର ପହିଲାରୁ ସେମାନେ ପାଇବେ। ଅବସରପ୍ରାପ୍ତ ଓ କାର୍ଯ୍ୟରତ ସରକାରୀ କର୍ମଚାରୀମାନେ ୧୨% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୮% ବୃଦ୍ଧି ଘଟି ୨୦% ହୋଇଛି। ୫% ଏମାନେ ଚଳିତ ବର୍ଷ ଜୁଲାଇ ପହିଲାରୁ ଏବଂ ଅବଶିଷ୍ଟ ୩% ୨୦୨୦ ଜାନୁୟାରୀ ପହିଲାରୁ ଏହି ବର୍ଦ୍ଧିତ ଡିଏ ପାଇବେ। ଡିସେମ୍ବରରେ ରିଜର୍ଭ ବ୍ୟାଙ୍କର ଅର୍ଦ୍ଧବାର୍ଷିକ କ୍ଲୋଜିଂ ପାଇଁ କୌଣସି ମହଙ୍ଗା ଭତ୍ତାରେ କୌଣସି ପରିବର୍ତ୍ତନ ହୁଏ ନାହିଁ।
ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ୍‌ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍‌ଡିମାନେ ମଧ୍ୟ ୨୦% ମହଙ୍ଗା ଭତ୍ତା ପାଇବେ। ଏହା ଜାନୁୟାରୀ ପହିଲାରୁ ଲାଗୁ ହେବ। ଗତ ବର୍ଷ ସେପ୍ଟେମ୍ବର ୪ ଏବଂ ୫ ଦୁଇ ଦିନ ଭାରତୀୟ ରିଜର୍ଭ ବ୍ୟାଙ୍କର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ପେନ୍‌ଶନ ଏବଂ ପେନ୍‌ଶନ ସଂଶୋଧନ ପାଇଁ ଯେଉଁ ଧର୍ମଘଟ ଡାକରା ଦେଇଥିଲେ ତାହା ସ୍ଥଗିତ ରହିଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୧ ହଜାର ଅବସରପ୍ରାପ୍ତ ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କର ପେନଶନ ସଂଶୋଧନ କରାଯାଇଛି। ପ୍ରାୟ ୩,୦୦୦ ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ପେନଶନକୁ ଅପେକ୍ଷା କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ହେବାକୁ ଥିବା ରିଜର୍ଭ ବ୍ୟାଙ୍କର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri