ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୫୭.୩%

ଭୁବନେଶ୍ୱର,୧-୧(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଅକ୍ଟୋବରରେ ୩୨୫ ପଏଣ୍ଟ ଥିଲା। ନଭେମ୍ବରରେ ଏଥିରେ ୩ ପଏଣ୍ଟ ବଢି ଏହା ୩୨୮ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୦ ପଏଣ୍ଟ ଥିଲା। ଏଥିରେ ୬ ପଏଣ୍ଟ ବୃଦ୍ଧି ପାଇ ୩୪୬ ପଏଣ୍ଟ ହୋଇଛି। ରାଉରକେଲାରେ ଏହା ୩୨୩ ପଏଣ୍ଟ ଥିବା ବେଳେ ଏଥିରେ ୧୪ ପଏଣ୍ଟ ବୃଦ୍ଧି ଘଟିଛି।
ବର୍ତ୍ତମାନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ୧୫୨% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୫.୩ % ବୃଦ୍ଧି ଘଟି ୧୫୭.୩% ହୋଇଛି। ଏମାନେ ଏହି ବର୍ଦ୍ଧିତ ଡିଏ ଜାନୁୟାରୀ ପହିଲାରୁ ପାଇବେ। ଓଡ଼ିଶା ବ୍ୟତୀତ ସାରା ଦେଶର ଅବସରପ୍ରାପ୍ତ ଓ କାର୍ଯ୍ୟରତ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ କର୍ମଚାରୀମାନେ ବର୍ତ୍ତମାନ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଏଥିରେ ୪% ବୃଦ୍ଧି ଘଟି ୨୧% ହୋଇଛି। ଏହା ଜାନୁୟାରୀ ପହିଲାରୁ ଲାଗୁ ହେବ। ଓଡ଼ିଶାର ୮ ଲକ୍ଷ ଅବସର ପ୍ରାପ୍ତ ଓ କାର୍ଯ୍ୟରତ ସରକାରୀ କର୍ମଚାରୀ ବର୍ତ୍ତମାନ ୧୨% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଭତ୍ତାରେ ୯% ବଢିଛି। ଏମାନେ ପିଛିଲା ଭାବେ ୫% ଜୁଲାଇ ପହିଲାରୁ ଏବଂ ଅବଶିଷ୍ଟ ୪% ଜାନୁୟାରୀ ପହିଲାରୁ ପାଇବେ।
ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍‌ଡିମାନେ ମଧ୍ୟ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଭତ୍ତା ୪% ବଢିଛି। ସେମାନେ ୨୧% ମହଙ୍ଗା ଭତ୍ତା ଜାନୁୟାରୀ ପହିଲାରୁ ପାଇବେ। ସିଜିଏମ୍‌ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧର୍ମଘଟ କରିଥିଲେ ସେମାନେ ବର୍ତ୍ତମାନ ୭୧.୮% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୩.୮% ବୃଦ୍ଧି ଘଟି ୭୫.୬% ହୋଇଛି। ଏହା ଫେବୃୟାରୀ ପହିଲାରୁ ଲାଗୁ ହେବ।
ଓଡ଼ିଶାରେ ୩ ଲକ୍ଷ ଅବସରପ୍ରାପ୍ତ ବ୍ୟାଙ୍କ ଅଫିସର ଓ କର୍ମଚାରୀ ୧୯୮୨ରୁ ପେନଶନ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରି ଆସୁଛନ୍ତି। ସେମାନେ ରାଜ୍ୟପାଳ ଗଣେଶୀ ଲାଲଙ୍କୁ ଜାନୁୟାରୀ ୨୧ରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ବୀମା କର୍ମଚାରୀମାନେ ବର୍ତ୍ତମାନ ୬୫.୧% ମହଙ୍ଗା ଭତ୍ତା ଲାଭ କରୁଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୩.୮% ବୃଦ୍ଧି ଘଟି ୬୮.୯ % ହୋଇଛି। ଏହି ବର୍ଦ୍ଧିତ ଡିଏ ସେମାନେ ଫେବୃୟାରୀ ପହିଲାରୁ ପାଇବେ। ମଙ୍ଗଳବାର ଅନେକ କର୍ମଚାରୀ ଅବସର ଗ୍ରହଣ କରିଛନ୍ତି। ୨୦୧୮ ସେପ୍ଟେମ୍ବର ୪ ଏବଂ ୫ ଦୁଇ ଦିନ ରିଜର୍ଭ ବ୍ୟାଙ୍କର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ପେନଶନ ଏବଂ ପେନଶନ ସଂଶୋଧନ ପାଇଁ ଧର୍ମଘଟ ଡାକରା ଦେଇଥିଲେ ତାହା ସ୍ଥଗିତ ରହିଛି। ବର୍ତ୍ତମାନ ସୁଦ୍ଧା ୩୧ ହଜାର ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କ ପେନଶନ ସଂଶୋଧନ କରାଯାଇଛି। ପ୍ରାୟ ୩ ହଜାର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ପେନଶନକୁ ଅପେକ୍ଷା କରିିଛନ୍ତି। ବୁଧବାର ଅନୁଷ୍ଠିତ ହେବାକୁ ଥିବା ରିଜର୍ଭ ବ୍ୟାଙ୍କର ଅବସର ପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri