ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୬୧.୨୨%

ଭୁବନେଶ୍ୱର,୨୯-୨(ବ୍ୟୁରୋ): ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଜାନୁୟାରୀରେ ଅପରିବର୍ତ୍ତିତ ୩୩୦ ପଏଣ୍ଟ ରହିଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୪୬ ପଏଣ୍ଟ ଥିଲା। ଏଥିରେ ୩ ପଏଣ୍ଟ ବୃଦ୍ଧି ପାଇ ୩୪୯ ପଏଣ୍ଟ ହୋଇଛି। ରାଉରକେଲାରେ ଏହା ୩୪୨ ପଏଣ୍ଟ ଥିବା ବେଳେ ଏଥିରେ ୭ ପଏଣ୍ଟ ହ୍ରାସ ଘଟିଛି। ବର୍ତ୍ତମାନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ୧୫୭.୩% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୩.୯୨ % ବୃଦ୍ଧି ଘଟି ୧୬୧.୨୨% ହୋଇଛି। ଆର୍ଥତ୍କ ବର୍ଷ ମାର୍ଚ୍ଚ କ୍ଲୋଜିଂ ଯୋଗୁ ସେମାନେ ଏହି ବର୍ଦ୍ଧିତ ଡିଏ ଏପ୍ରିଲ ପହିଲାରୁ ପାଇବେ।
ସିଜିଏମ୍‌ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଜାନୁୟାରୀ ୩୧ ଏବଂ ଫେବୃୟାରୀ ପହିଲାରେ ଧର୍ମଘଟ କରିଥିଲେ , ସେମାନେ ବର୍ତ୍ତମାନ ୭୫.୯% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୧.୪% ବୃଦ୍ଧି ଘଟି ୭୭.୩% ହୋଇଛି। ଏହା ମେ ମାସ ପହିଲାରୁ ଲାଗୁ ହେବ। ବୀମା କର୍ମଚାରୀମାନେ ବର୍ତ୍ତମାନ ୬୯.୨% ମହଙ୍ଗା ଭତ୍ତା ଲାଭ କରୁଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୧.୪% ବୃଦ୍ଧି ଘଟି ୭୦.୬ % ହୋଇଛି। ଏହି ବର୍ଦ୍ଧିତ ଡିଏ ସେମାନେ ମେ ମାସ ପହିଲାରୁ ପାଇବେ।
ସାରା ଦେଶର ଅବସରପ୍ରାପ୍ତ ଓ କାର୍ଯ୍ୟରତ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ କର୍ମଚାରୀମାନେ ବର୍ତ୍ତମାନ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଏଥିରେ ୮% ବୃଦ୍ଧି ଘଟି ୨୫% ହୋଇଛି। ଏହା ମଧ୍ୟରୁ ୪% ସେମାନେ ଜାନୁୟାରୀ ପହିଲାରୁ ପିଛିଲା ଭାବେ ପାଇବେ। ଅବଶିଷ୍ଟ ୪% ସେମାନେ ରିଜର୍ଭ ବ୍ୟାଙ୍କର ବାର୍ଷିକ ଜୁନ୍‌ କ୍ଲୋଜିଂ ପାଇଁ ଜୁଲାଇ ପହିଲାରେ ପାଇବେ।
ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍‌ଡିମାନେ ମଧ୍ୟ ୨୧% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ଭତ୍ତା ୪% ବଢିଛି। ସେମାନେ ୨୫% ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପାଇବେ। ସୋମବାର ଅନୁଷ୍ଠିତ ହେବାକୁ ଥିବା ରିଜର୍ଭ ବ୍ୟାଙ୍କର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri