ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୪୬.୧୮%

ଭୁବନେଶ୍ୱର,୧।୬(ବ୍ୟୁରୋ) – ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ମାର୍ଚ୍ଚରେ ୩୦୯ ପଏଣ୍ଟ ଥିଲା। ଏହା ଏପ୍ରିଲରେ ୩ ପଏଣ୍ଟ ବୃଦ୍ଧି ଘଟି ୩୧୨ ପଏଣ୍ଟ ହୋଇଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୨୮ ପଏଣ୍ଟ ଥିଲା। ଏଥିରେ ୪ ପଏଣ୍ଟ ବଢି ୩୩୨ ପଏଣ୍ଟ ହୋଇଛି। ରାଉରକେଲାରେ ଏହା ୩୦୯ ପଏଣ୍ଟ ଥିବା ବେଳେ ଏଥିରେ ୭ ପଏଣ୍ଟ ବୃଦ୍ଧି ଘଟି ୩୧୬ ପଏଣ୍ଟ ଛୁଇଁଛି। ଜୁନରେ ରିଜର୍ଭ ବ୍ୟାଙ୍କର ବାର୍ଷିକ କ୍ଲୋଜିଂ ପାଇଁ କୌଣସି ମହଙ୍ଗା ଭତ୍ତାରେ କୌଣସି ପରିବର୍ତ୍ତନ ହୁଏ ନାହିଁ।
ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ବର୍ତ୍ତମାନ ୧୪୧.୪% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୪.୭୮% ବଢିି ୧୪୬.୧୮% ହୋଇଛି। ଏମାନେ ଏହି ବର୍ଦ୍ଧିତ ଡିଏ ଜୁଲାଇ ପହିଲାରୁ ପାଇବେ। ଅବସରପ୍ରାପ୍ତ ଓ କାର୍ଯ୍ୟରତ ସରକାରୀ କର୍ମଚାରୀମାନେ ୧୨% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୪% ବୃଦ୍ଧି ଘଟି ୧୬% ହୋଇଛି। ଏମାନେ ୨୦୧୯ ଜୁଲାଇ ପହିଲାରୁ ଏହି ବର୍ଦ୍ଧିତ ଡିଏ ପାଇବେ। ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ନର, ଡେପୁଟି ଗଭର୍ନର, ସମସ୍ତ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଏବଂ ମହୀଶୂର ଓ ଶାଳବଣି ନୋଟ୍‌ ଛାପା କାରଖାନାର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ସମସ୍ତ ବ୍ୟାଙ୍କର ସିଏମ୍‌ଡିମାନେ ମଧ୍ୟ ୧୬% ମହଙ୍ଗା ଭତ୍ତା ପାଇବେ। ଏହା ଜୁଲାଇ ପହିଲାରୁ ଲାଗୁ ହେବ। ଜାନୁୟାରୀ ୮ ଏବଂ ୯ରେ ସିଜିଏମ୍‌ଙ୍କଠାରୁ ମେସେଞ୍ଜରଙ୍କ ପର୍ଯ୍ୟନ୍ତ ଯେଉଁ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧର୍ମଘଟ କରିଥିଲେ ସେମାନେ ବର୍ତ୍ତମାନ ୬୪.୫% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୨.୫% ବୃଦ୍ଧି ଘଟି ୬୭% ହୋଇଛି। ଅଗଷ୍ଟ ପହିଲାରୁ ଏହା ଲାଗୁ ହେବ।
ଓଡ଼ିଶାରେ ୩ ଲକ୍ଷ ଅବସରପ୍ରାପ୍ତ ବ୍ୟାଙ୍କ ଅଫିସର ଓ କର୍ମଚାରୀ ୧୯୮୨ରୁ ପେନସନ୍‌ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରି ଆସୁଛନ୍ତି। ଜାନୁୟାରୀ ୨୧ରେ ରାଜ୍ୟପାଳ ଗଣେଶୀ ଲାଲଙ୍କୁ ଏମାନେ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଶୁକ୍ରବାର ବିଭିନ୍ନ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀ ଅବସର ଗ୍ରହଣ କରିଛନ୍ତି। ବୀମା କର୍ମଚାରୀମାନେ ବର୍ତ୍ତମାନ ୫୭.୮% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୨.୫% ବୃଦ୍ଧି ଘଟି ୬୦.୩% ହୋଇଛି। ଏହି ବର୍ଦ୍ଧିତ ଡିଏ ଅଗଷ୍ଟ ପହିଲାରୁ ସେମାନେ ପାଇବେ।
ସେପ୍ଟେମ୍ବର ୪ ଏବଂ ୫ ଦୁଇ ଦିନ ଭାରତୀୟ ରିଜର୍ଭ ବ୍ୟାଙ୍କର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ପେନ୍‌ସନ ଏବଂ ପେନ୍‌ସନ ସଂଶୋଧନ ପାଇଁ ଯେଉଁ ଧର୍ମଘଟ ଡାକରା ଦେଇଥିଲେ ତାହା ସ୍ଥଗିତ ରହିଛି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୩୧ ହଜାର ଅବସରପ୍ରାପ୍ତ ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କର ପେନଶନ ସଂଶୋଧନ କରାଯାଇଛି। ପ୍ରାୟ ୩,୦୦୦ ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ପେନ୍‌ସନକୁ ଅପେକ୍ଷା କରିଛନ୍ତି। ଜୁନ ୩ରେ ହେବାକୁ ଥିବା ରିଜର୍ଭ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କ ମାସିକ ସଭାରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri