ରାସ୍ତା ଉପରେ ଘର ନିର୍ମାଣ ସାମଗ୍ରୀ: ଅସନ୍ତୋଷ ପରେ ଜରିମାନା ନେଲା ପୌରପାଳିକା

ଅନୁଗୋଳ ଅଫିସ, ୧୯।୭-ଘର ନିର୍ମାଣ ପାଇଁ ଜନୈକ ବ୍ୟକ୍ତି ରାସ୍ତା ଉପରେ ବିଭିନ୍ନ ସାମଗ୍ରୀ ଗଦାଇଥିବାରୁ ଅନୁଗୋଳ ସହରର ବଜାର ଛକ ରାସ୍ତାରେ ଗୁରୁବାର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୌର କର୍ତ୍ତୃପକ୍ଷ ଘଟଣା ସମ୍ପର୍କରେ ଅବଗତ ଥଲେ ବି ପଦକ୍ଷେପ ନ ନେବାରୁ ଏହାକୁ ନେଇ ସ୍ଥାନୀୟ ବ୍ୟବସାୟୀ ଓ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଫଳରେ ବାଧ୍ୟ ହୋଇ ପୌରପାଳିକା କର୍ତ୍ତୃପକ୍ଷ ବିଳମ୍ବରେ ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ଜରିମାନା ଆଦାୟ କରିଥିଲେ।
ସ୍ଥାନୀୟ ଅଞ୍ଚଳର କେତେଜଣ ବ୍ୟବସାୟୀଙ୍କ କହିବା ଅନୁଯାୟୀ, ବଜାର ଛକ ନିକଟରେ ଜନୈକ ବାହୁବଳୀ ବ୍ୟକ୍ତି ଘର ନିର୍ମାଣ କରୁଥିବାରୁ ୧୦୦ ମିଟର ରାସ୍ତା ଅବରୋଧ କରି ବାଲି, ଗୋଡି, ଇଟା, ସିମେଣ୍ଟ ଗଦେଇବା ସହ ନିର୍ମାଣ ସାମଗ୍ରୀ ଗୋଳା ମେଶିନ ରଖିଥିଲେ। ଏଥିଯୋଗୁ ଉକ୍ତ ରାସ୍ତାରେ ଗାଡ଼ି ଚଳାଚଳରେ ବାଧା ଉପୁଜିଥିଲା। ଏପରି କି ସେହି ରାସ୍ତା ଦେଇ ଆମ୍ବୁଲାନ୍ସ ମଧ୍ୟ ମେଡିକାଲ ମଧ୍ୟକୁ ଯାଇପାରି ନ ଥିଲା। ବ୍ୟବସାୟୀମାନେ ପୌରପାଳିକାକୁ ଏ ନେଇ ଖବର ଦେଇଥିଲେ ମଧ୍ୟ କର୍ତ୍ତୃପକ୍ଷ ଜାଣି ନ ଜାଣିବା ବୋଲି ଅଭିନୟ କରିଥିଲେ। ପୌର ପ୍ରଶାସନ ଓ ପୋଲିସ ସହ ସମ୍ପୃକ୍ତ ବାହୁବଳୀଙ୍କ ଭଲ ସମ୍ପର୍କ ଥିବାରୁ ତାଙ୍କର କାହାକୁ ଭୟ ନ ଥିଲା। ଫଳରେ ଅନୁମତି ନ ଆଣି ମଧ୍ୟ ସେ ରାସ୍ତାକୁ ଅବରୋଧ କରିଥିଲେ। ଏ ନେଇ ବାରମ୍ବାର ଅଭିଯୋଗ ହେବା ପରେ ଶେଷରେ ପୌର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନା କର୍ମଚାରୀଙ୍କୁ ଘଟଣା ସ୍ଥଳକୁ ପଠାଇବା ସହ ଜବରଦଖଲ କରିଥିବା ରାସ୍ତାରୁ ସମସ୍ତ ସାମଗ୍ରୀ ହଟାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ସମ୍ପୃକ୍ତ ବାହୁବଳୀଙ୍କଠାରୁ ୨ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri