ରାସ୍ତା ଉପରେ ପାଣି, ଯୋଗାଯୋଗ ବିଚ୍ଛିନ୍ନ

ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ବ୍ଲକ ନେଡିପଦରଠାରୁ ଜାର୍ଗିପଦର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା(ପିଏମ୍‌ଜିଏସ୍‌ୱାଇ)ରେ ହୋଇଥିବା ରାସ୍ତା ପାର୍ଶ୍ୱ ବର୍ଷାରେ ଧୋଇ ଯାଇଥିଲା। ଏବେ ଏହି ରାସ୍ତା ବୁଡିଯାଇଛି। ଫଳରେ ଏହି ରାସ୍ତା ଦେଇ ଯାତାୟତ ବନ୍ଦ ହୋଇଯାଇଛି। ନେଡିପଦରରୁ-ଜାର୍ଗିପଦର ପର୍ଯ୍ୟନ୍ତ ହୋଇଥିବା ୨ କିମି ରାସ୍ତା ମଧ୍ୟରେ ସିକବାଡି, ତେଲଙ୍ଗରଣା, କାନ୍ଦୁପଦର, ରୁଗୁଡିସାହି, ଜାର୍ଗିପଦର, ପାଣ୍ଡୁପଦର ଆଦି ଗ୍ରାମ ରହିଛି। ପାଖାପାଖି ୧୦୦୦ରୁ ଊର୍ଦ୍ଧ୍ୱ ଲୋକେ ଏବେ ବର୍ଷା ପ୍ରଭାବରେ ହଇରାଣ ହେଉଛନ୍ତି। ସେହିପରି ସଲାଗୁଡାଠାରୁ ନେଡିପଦର ରାସ୍ତାରେ ପୁଡେଣୀ ନାଳ ଉପରେ ଥିବା ପୋଲ ଭଶୁଡି ଯାଇଥିବାରୁ ସଲାଗୁଡା ପଞ୍ଚାୟତ ଲୋକେ ଗୋଚ୍ଛାପଡା, ଫିରିଙ୍ଗିଆ ଆସି ପାରୁନାହାନ୍ତି। ଡିଣ୍ଡିରାଗାଁ ପଞ୍ଚାୟତର ସିକୁଲିପଦର ଗ୍ରାମରେ ଥିବା ଶଙ୍ଖ ଉପରେ ପାଣି ଚାଲି ଥିବାରୁ ଯାତାୟାତ ବନ୍ଦ ହୋଇଯାଇଛି। ସେହିପରି ପବିଙ୍ଗଆ ପଞ୍ଚାୟତ ମଗମୁଣ୍ଡାରାସ୍ତା ଉପରେ ପାଣି ଚାଲିଛି। ରତଙ୍କ ପଞ୍ଚାୟତରେ ମଧ୍ୟ ସମାନ ଅବସ୍ଥା। ଡାଙ୍ଗେଡିକିଆ ଶଙ୍ଖ ଉପରେ ୪ ଫୁଟରୁ ଅଧିକ ପାଣି ଚାଲିଛି। ଜଇଲାମ୍ବା, କୁଟିବାରୀ, ସେସ୍କାଯୋଡି ଏବଂ ଡାଙ୍ଗେଡିକିଆର ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମଖୀନ ହେଉଛନ୍ତି। ବ୍ଲକର ଅନ୍ୟ ପଞ୍ଚାୟତରେ ମଧ୍ୟ ଏପରି ସମସ୍ୟା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri