ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଝାରସୁଗୁଡା ଅଫିସ୍‌/ଲଖନପୁର,୧୩ା୯(ଡି.ଏନ୍‌.ଏ.):ଝାରସୁଗୁଡା ଜିଲା ଚନ୍ଦନୀମାଲ ଗ୍ରାମର ଜନୈକ ମହିଳା ଗୁରୁବାର କାମରେ ଯାଉଥିବାବେଳେ ଚିଚିନ୍ଦା ଗ୍ରାମ ବ୍ରିଜ୍‌ ନିକଟରେ ଏକ ନବଜାତ ଶିଶୁ କାନ୍ଦୁଥିବା ଶୁଣି ପାଖକୁ ଯାଇଥିଲେ। ସେଠାରେ ଏକ ସିମେଣ୍ଟ ବସ୍ତା ଉପରେ ନବଜାତ ଶିଶୁ ଶୋଇଛି ଓ ତା’ଉପରେ ଏକ ଗାମୁଛା ଘୋଡାଯାଇଛି। ଏ ଦୃଶ୍ୟ ଦେଖି ମହିଳା ଜଣକ ପାଟିକରି ଆଖପାଖ ଲୋକଙ୍କୁ ଡାକିଥିଲେ। କେହି ନ ଆସିବାରୁ ମହିଳା ଜଣକ ନବଜାତ ଶିଶୁକୁ ଧରି ଘରକୁ ଆସିଥିଲେ। ଶିଶୁକୁ ନିଜେ ଘରେ ରଖିବା ପାଇଁ ଚାହିଁଥିଲେ କିନ୍ତୁ ଘଟଣା ସମ୍ପର୍କରେ କେହିଜଣେ ବ୍ୟକ୍ତି ଫୋନ୍‌ରେ ଚାଇଲ୍ଡ ଲାଇନ୍‌କୁ ଖବର ଦେଇଥିଲେ। ଖବରପାଇ ଚାଇଲ୍ଡ ଲାଇନ୍‌ କେନ୍ଦ୍ର ସଂଯୋଜକ ଆଶିଷ କୁମାର ପଣ୍ଡା, ସଦସ୍ୟ ଡୋଳାମଣି ସେଠ୍‌ ଓ ଝରଣା ଦୀପ୍‌ ପ୍ରମୁଖ ଅଧିକାରୀମାନେ ଚନ୍ଦନୀମାଲ ଗ୍ରାମରେ ପହଞ୍ଚତ୍ ଜନୈକ ମହିଳାଙ୍କଠାରୁ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରିଥିଲେ। ଏ ସମ୍ପର୍କରେ ଚାଇଲ୍ଡ ଲାଇନ୍‌ ତରଫରୁ ବ୍ରଜରାଜନଗର ପୋଲିସକୁ ଖବର ଦିଆଯାଇଥିଲା। ପରେ ଚାଇଲ୍ଡ ଲାଇନ୍‌ ତରଫରୁ ନବଜାତ ଶିଶୁକୁ ଜିଲା ମୁଖ୍ୟ ଚିକିସତ୍ାଳୟର ଏସ୍‌ଏନ୍‌ସିୟୁରେ ଭର୍ତ୍ତିକରି ଚିକିସତ୍ା କରାଯାଉଛି। ଏବେ ଶିଶୁର ସ୍ବାସ୍ଥ୍ୟାବସ୍ଥା ଠିକ୍‌ଥିବା ଚାଇଲ୍ଡ ଲାଇନ୍‌ ତରଫରୁ କୁହାଯାଇଛି। ଉଦ୍ଧାର କରାଯାଇଥିବା ଶିଶୁପତ୍ର ଗୋଟିଏ ଦିନ ପୂର୍ବରୁ ଜନ୍ମ ହୋଇଥିବା କୁହାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri