ରାସ୍ତା କଡ଼ରେ ଜଣଙ୍କୁ ଜାଳିଦେଲେ ଦୁର୍ବୃତ୍ତ

ଗୋପାଳପୁର,୮ା୫(ଡି.ଏନ୍‌.ଏ.)- ବ୍ରହ୍ମପୁର ପୋଲିସର ଦିଗପହଣ୍ଡି ଓ ଗୋଳନ୍ଥରା ଥାନା ସୀମାବର୍ତ୍ତୀ ଅଞ୍ଚଳରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତା କଡ଼ରେ ଜଣଙ୍କୁ ଦୁର୍ବୃତ୍ତମାନେ ପୋଡି ଦେଇଛନ୍ତି। ଗୁରୁବାର ସନ୍ଧ୍ୟାରେ ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ଗୋଳନ୍ଥରା ଥାନା ଅନ୍ତର୍ଗତ ଟାମଣା ଛକଠାରୁ ୫ଶହ ମିଟର ଦୂର ମୁଖ୍ୟରାସ୍ତା କଡରେ ଗୁରୁବାର ସକାଳେ ନିଅଁା ଜଳୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ପାଖକୁ ଯିବାରୁ ଟାୟାର ଓ କାଠରେ ଏକ ମୃତଦେହ ପୋଡାଯାଇଥିବା ବେଳେ ନିଅଁା ଜଳୁଥିଲା। ଏନେଇ ସେମାନେ ଦିଗପହଣ୍ଡି ଥାନାକୁ ଖବର ଦେଇଥିଲେ। ଥାନା ଅଧିକାରୀ ବସନ୍ତ ସେଠୀ ସାଇଣ୍ଟିଫିକ୍‌ ଟିମ୍‌ ଓ ଡଗ୍‌ସ୍କ୍ବାଡ ସହ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଘଟଣା ଘଟିଥିବା ସ୍ଥାନଟି ତାଙ୍କ ଅଞ୍ଚଳର ହୋଇ ନ ଥିବାରୁ ସେ ଗୋଳନ୍ଥରା ଥାନାକୁ ଖବର ଦେଇଥିଲେ। ଗୋଳନ୍ଥରା ଥାନା ଅଧିକାରୀ ବାବୁଲି ନାୟକ ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ସନ୍ଧ୍ୟାରେ ସେଠାରେ ପହଞ୍ଚତ୍ଥିଲେ। ପରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଅତିରିକ୍ତ ଏସ୍‌ପି ପ୍ରଶାନ୍ତ କୁମାର ମିଶ୍ର, ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ ପହଞ୍ଚତ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ କରିଥିଲେ। ଘଟଣାସ୍ଥଳଟି କେଉଁ ଥାନା ଅଞ୍ଚଳରେ ଯାଉଛି ସ୍ପଷ୍ଟ ହୋଇ ନ ଥିବାରୁ ମାମଲା ରୁଜୁ ହୋଇନାହଁ। ଅନ୍ୟପକ୍ଷରେ ରାତି ହୋଇଥିବାରୁ ଶୁକ୍ରବାର ସକାଳୁ ସାଇଣ୍ଟିଫିକ୍‌ ଟିମ୍‌ ତଦନ୍ତ କରିବ ବୋଲି ଜଣାପଡିଛି। ଘଟଣାସ୍ଥଳରେ ୨ଟି ଥାନା ପକ୍ଷରୁ ପୋଲିସ ଜଗି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri