ହାଟଡିହୀ,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀଠାରୁ ପନ୍ଦାଡୋ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତା କାମରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି ା ହାଟଡିହୀ ହାଇସ୍କୁଲ ଛକଠାରେ ଥିବା ନାମଫଳକରେ ଲିଖିତ ନିୟମ ଅନୁସାରେ କାମ ହେଉନାହିଁ । ହାଟଡିହୀଠାରୁ ରାସ୍ତାକାମ ଆରମ୍ଭହୋଇ ପନ୍ଦାଡୋରେ ଶେଷ ହେବାକୁଥିଲା ବେଳେ ଠିକାଦାର ପନ୍ଦାଡୋରୁ କାର୍ଯ୍ୟ ଆରମ୍ଭ କରିଛନ୍ତି। ଲିଖିତ ନିୟମ ଅନୁଯାୟୀ ସିମେଣ୍ଟ, ବାଲି, ଚିପ୍ସ ଦିଆଯାଇ ନ ଥିବାବେଳେ ପିଚୁକାମ ଠିକ୍ରେ ହୋଇନାହିଁ । ମୋରମ ଓ ମେଣ୍ଟାଲ ନିର୍ଦ୍ଧାରିତ ପରିମାଣରେ ପକାଯାଇନାହିଁ ନିର୍ମାଣକାମ ଗତ ୧୬ ଜାନୁୟାରୀ ୨୦୧୯ରେ ସଂପୂର୍ଣ୍ଣ ହେବାକୁ ଥିଲା ବେଳେ ତାହା ଏଯାବତ୍ ସମାପ୍ତ ହୋଇପାରି ନାହିଁ । ଏଯାବତ୍ ହାଟଡିହୀ ଠାରୁ ପ୍ରାୟ ୧ କି.ମି ରାସ୍ତା କାର୍ଯ୍ୟ ଆରମ୍ଭ ହୋଇନାହିଁ, ଯାହା ବର୍ତ୍ତମାନ ମରଣ ଯନ୍ତା ପାଲଟିଛି । ରାସ୍ତା ନିର୍ମାଣ ପାଇଁ ଗଚ୍ଛିତ ଥିବା ବାଲି,ଚିପ୍ସ ଓ ମୋରମକୁ ଠିକାଦାର ରାତାରାତି ନେଇଯାଇଥିବା ଅଭିଯୋଗ ହେଉଛି । ଠିକାଦାର ଜଗଦୀଶ ବେହେରା ବାହାର ଲୋକ ହୋଇଥିବାବେଳେ ସେ ଏଠାକାର ଜଣେ ସ୍ଥାନୀୟ ବ୍ୟକ୍ତିଙ୍କୁ ଦାୟିତ୍ୱ ଦେଇଥିଲେ । ଉକ୍ତ ବ୍ୟକ୍ତିଙ୍କ ମନମୁଖି କାର୍ଯ୍ୟ ପାଇଁ ରାସ୍ତାକାମ ବିଳମ୍ବିତ ଓ ଅଧାପନ୍ତରିଆ ହୋଇ ପଡିରହିଛି ।
ପ୍ରକାଶ ଥାଉ କି, ଉକ୍ତ ରାସ୍ତା ହାଟଡିହୀ ଓ ପନ୍ଦାଡୋ ପଞ୍ଚାୟତର ପ୍ରାୟ ୧୫ଟି ଗାଁର ମୁଖ୍ୟ ରାସ୍ତା। ଉକ୍ତ ରାସ୍ତାଦେଇ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଯାଇଥାନ୍ତି । ଏ ନେଇ ଅନେକ ସମସ୍ୟ ଉପୁଜୁଥିବାରୁ ସ୍ଥାନୀୟ ଲୋକେ ଭିଜିଲାନ୍ସ ତଦନ୍ତ ଦାବି କରିଛନ୍ତି।
ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…
ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…
ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା
ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…
ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…
ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍ ଷ୍ଟପ୍ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…
ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା
ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…
ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…
ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…
ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର
ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…
ଟ୍ରେନ ଉପରେ ପଡ଼ିଲା କ୍ରେନ୍
ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍ ଲୋଡିଂ ବେଳେ କ୍ରେନ୍ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…
ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ
ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…
Archives

