ରାସ୍ତା ଦବିଲା : ରାଇକିଆ-ଦାରିଙ୍ଗବାଡ଼ି ଯାତାୟାତ ବନ୍ଦ

ରାଇକିଆ,୨୬।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆ ବ୍ଲକ ମୁରୁଡିକୁପୁଡ଼ା ନିକଟରେ ଏକ ଡାଇଭର୍ସନ ରାସ୍ତା ଦବି ଯିବା ଫଳରେ ସୋମବାର ରାଇକିଆରୁ ଦାରିଙ୍ଗବାଡ଼ି ଅଞ୍ଚଳକୁ ଯାନବାହନ ଚଳାଚଳ ବନ୍ଦ ରହିଛି । ଗତ ତିତ୍‌ଲି ପ୍ରଭାବରେ ମୁରୁଡିକୁପୁଡ଼ା ନିକଟରେ ପୋଲ ସମ୍ପୂର୍ଣ୍ଣ ଧୋଇ ଯାଇଥିଲା। ସେବେଠାରୁ ସେଠାରେ ଅସ୍ଥାୟୀ ଭାବେ ମାଟି ପକାଯାଇ ଡାଇଭର୍ସନ ନିର୍ମାଣ କରାଯାଇଥିଲା। ଚଳିତ ବର୍ଷାରେ ଏହି ରାସ୍ତା ବାରମ୍ବାର କ୍ଷତିଗ୍ରସ୍ତ ହେଉଛି । ସାମାନ୍ୟ ବର୍ଷା ହେଲେ ରାସ୍ତାରେ ଗର୍ତ୍ତ ସୃଷ୍ଟି ହେବା ସହ ମାଟି ଅତଡ଼ା ଖସୁଛି । ସୋମବାର ପୁଣି ଥରେ ଏଭଳି ପରିସ୍ଥିତି ସୃଷ୍ଟି ହେବାରୁ ଯାନବାହନ ଚଳାଚଳ ହୋଇ ନ ପାରି ଉଭୟ ପାଶର୍‌ବରେ ଅଟକି ରହିଛି। ଏ ନେଇ ପୂର୍ତ୍ତ ବିଭାଗ ଯନ୍ତ୍ରୀଙ୍କୁ ପଚାରିବାରୁ ଆମେ ଉକ୍ତ ଡାଇଭର୍ସନ ମରାମତି କାମ ଆରମ୍ଭ କରିଛୁ । ଖୁବ୍‌ଶୀଘ୍ର ଏହା ସ୍ବାଭାବିକ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri