ରାସ୍ତା, ପାଣି ପାଇଁ ହୀନସ୍ତା

ବଅଁରପାଳ, ୨୭ା୨(ଡି.ଏନ.ଏ.) – ପାନୀୟଜଳଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ସୁବିଧାରୁ ବଞ୍ଚିତ ଅନୁଗୋଳ ଜିଲା ବଅଁରପାଳ ବ୍ଳକ ବଳରାମପ୍ରସାଦ ଆଶପଣ୍ଡ ନିକଟରେ ଥିବା ଲକ୍ଷ୍ମଣପୁର ଗ୍ରାମବାସୀ। ୬ ଶହରୁ ଊର୍ଦ୍ଧ୍ୱ ଲୋକ ବାସ କରୁଥିବା ଏହି ଗ୍ରାମ ସମସ୍ୟା ଘେରରେ ଥିଲେ ବି ପ୍ରଶାସନର ଦୃଷ୍ଟି ପଡୁ ନ ଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ। ସରକାରୀ ଯୋଜନା ତ ଦୂରର କଥା ମୌଳିକ ଆବଶ୍ୟକତା ମଧ୍ୟ ପୂରଣ ହେଉ ନ ଥିବାରୁ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।
ଗ୍ରାମବାସୀଙ୍କ କହିବା ମୁତାବକ, ପାନୀୟ ଜଳ ଗ୍ରାମର ପ୍ରମୁଖ ସମସ୍ୟା ହୋଇଥିବାବେଳେ ଲୋକଙ୍କୁ ପାଣି ଯୋଗାଇ ଦିଆଯାଉନାହିଁ। ୬ଟି ନଳକୂଅରୁ ୨ଟି ଅଚଳ ହୋଇପଡିଥିବାବେଳେ ଖୋଲାକୂଅରେ ସ୍ଥାନୀୟ ପ୍ରକଳ୍ପର ଆଶ୍‌ପଣ୍ଡ ପାଉଁଶ ଉଡି ମିଶୁଛି। ଫଳରେ ତାହା ବ୍ୟବହାର ଉପଯୋଗୀ ହୋଇପାରୁନାହିଁ। ଗ୍ରାମ୍ୟ ଜଳଯୋଗାଣ ବିଭାଗ ପକ୍ଷରୁ ଗ୍ରାମରେ ପ୍ରକଳ୍ପ ନିର୍ମାଣ ସହ ପାଇପ ଖଞ୍ଜା ଯାଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହେଉନାହିଁ। ତେଣୁ ବର୍ଷସାରା ଲୋକେ ପାଣି ପାଇଁ ବହୁ ହଇରାଣ ହେଉଛନ୍ତି। ସେହିପରି ଗ୍ରାମର ମୁଖ୍ୟରାସ୍ତାର ଅବସ୍ଥା ମଧ୍ୟ ଶୋଚନୀୟ। ଗାଡ଼ିମୋଟର ତ ଦୂର କଥା ସେଥିରେ ଚାଲିକରି ଯିବା ମଧ୍ୟ କଷ୍ଟକର। ସାମାନ୍ୟ ବର୍ଷା ହେଲେ ତାହା ପାଣି କାଦୁଅରେ ଭର୍ତ୍ତି ହୋଇଯାଉଛି। ଫଳରେ ଯାତାୟାତରେ ଲୋକେ ଅସୁବିଧା ଭୋଗୁଛନ୍ତି। ଶିକ୍ଷା ବ୍ୟବସ୍ଥାରେ ମଧ୍ୟ ସୁଧାର ଆସିପାରୁନାହିଁ। ଗ୍ରାମ ବିଦ୍ୟାଳୟରେ ୫ଟି ଶ୍ରେଣୀରେ ମାତ୍ର ୨ ଜଣ ଶିକ୍ଷୟିତ୍ରୀ ଶିକ୍ଷାଦାନ କରୁଛନ୍ତି। ସ୍କୁଲ ପାଚେରି ନ ଥିବାବେଳେ ଶ୍ରେଣୀଗୃହଗୁଡିକର ମଧ୍ୟ ମରାମତି କରାଯାଉନାହିଁ। ବିଦ୍ୟାଳୟ ପରିସରରେ ଥିବା ନଳକୂଅ ଅଚଳ ହୋଇପଡିଥିବାରୁ ପିଲାମାନେ ପାଣି ପାଇଁ ହଇରାଣ ହେଉଛନ୍ତି। ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରର ସ୍ଥାୟୀ ଗୃହ ନ ଥିବାରୁ ପିଲାମାନେ ସ୍କୁଲ ବାରଣ୍ଡାରେ ବସୁଛନ୍ତି। ସେହିପରି କୌଣସି ସ୍ବାସ୍ଥ୍ୟ କର୍ମଚାରୀ ଗ୍ରାମବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଆସୁ ନ ଥିବା ଗ୍ରାମର ନାଲଟୁ ସାହୁ, ଦୁଷ୍ମନ୍ତ ସାହୁଙ୍କ ସମେତ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ରମା ଦେବୀ କୁହନ୍ତି, ବିଦ୍ୟଳୟର ଶ୍ରେଣୀଗୃହ ଭଲ ଅବସ୍ଥାରେ ନାହିଁ। ପିଇବା ପାଣିର ମଧ୍ୟ କୌଣସି ବ୍ୟବସ୍ଥା ନାହିଁ। ସେହିପରି ସ୍କୁଲରେ ବିଦ୍ୟୁତ ସଂଯୋଗ ନ ଥିବାରୁ ଅନେକ ସମୟରେ ଅସୁବିଧା ଉପୁଜୁଛି। ଏ ସମ୍ପର୍କରେ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ରଶ୍ମିରେଖା ନାୟକ କୁହନ୍ତି, ଯଦି ଗ୍ରାମରେ କୌଣସି ସମସ୍ୟା ରହିଥାଏ ତେବେ ଲୋକେ ସିଧାସଳଖ ବ୍ଲକ କାର୍ଯ୍ୟାଳୟକୁ ଆସି ଅଭିଯୋଗ କରନ୍ତୁ। ନିଶ୍ଚିତ ଭାବେ ସେମାନଙ୍କ ସମସ୍ୟା ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri