ରାସ୍ତା ପାର ହେଉଥିବା ବେଳେ ଧକ୍କା ଦେଲା ଡମ୍ପର: ୬ ବର୍ଷ ନାବାଳିକାଙ୍କ ମୃତ୍ୟୁ

ବସ୍ତା, ୩୧।୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ଅମର୍ଦାରୋଡ ଛକ ନିକଟରେ ବୁଧବାର ସକାଳେ ଡମ୍ପର ଧକ୍କାରେ ଜଣେ ୬ ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସ୍ଥାନୀୟ ବାଗଲଡ଼ିହା ଗ୍ରାମର ବିପ୍ଲବ ଗାଣଙ୍କ ଝିଅ ଖୁସି(୬)।
ପ୍ରକାଶ ଯେ, ଖୁସି ମା’ଙ୍କ ସହ ୬୦ ନଂ. ଜାତୀୟ ରାଜପଥରେ ଏକ ବସ୍‌ରୁ ଓହ୍ଲାଇଥିଲେ। ସେଠାରୁ ଅମର୍ଦାରୋଡ ଛକକୁ ଯାଉଥିବାବେଳେ ଡମ୍ପର (ଓଡି୨୨କେ-୦୫୨୫) ତାଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଖୁସିଙ୍କୁ ଉଦ୍ଧାରକରି ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା। ଉତ୍ତ୍ୟକ୍ତ ଲୋକେ ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡିମୋଟର ଅଟକି ରହିଥିଲା। ଖବର ପାଇ ସ୍ଥାନୀୟ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଡମ୍ପରକୁ ଜବତ କରିବା ସହ ଲୋକଙ୍କୁ ବୁଝାସୁଝା କରିଥିଲା। ପରେ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri