ରାସ୍ତା ମରାମତି ଲାଗି ଜିଲାପାଳଙ୍କୁ ଜଣାଇଲେ ଗ୍ରାମବାସୀ

ବ୍ରହ୍ମପୁର ଅଫିସ୍‌,୨୮।୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ତଥା କୁକୁଡ଼ାଖଣ୍ଡି ବ୍ଲକର ଆଙ୍କୁଶପୁର ଛକଠାରୁ ପ୍ରତାପକୃଷ୍ଣଚନ୍ଦପୁର ଭାୟା ମଶିଆାଲି ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏ ନେଇ ସୋମବାର ଗ୍ରାମବାସୀ ମିଳିତ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିକଟରେ ଅଭିଯୋଗ କରିବା ସହ ତୁରନ୍ତ ରାସ୍ତା ମରାମତି ପାଇଁ ଦାବି କରିଛନ୍ତି ।
ପ୍ରାୟ ସାଢ଼େ ୩ କି.ମି. ରାସ୍ତାରେ ଯାନବାହନ ଚଳାଚଳ ତ ଦୂରର କଥା ଏପରିକି ଚାଲିକି ମଧ୍ୟ ଯିବାଆସିବା କରିବା କଷ୍ଟକର ହୋଇପଡ଼ୁଛି। ଆର୍‌ଡି ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ ସତ୍ତ୍ୱେ କୌଣସି ପଦକ୍ଷେପ ନିଆଯାଇନାହିଁ। ପରେ ଏହାକୁ ନେଇ ପୂର୍ବରୁ ବହୁଥର ଆନ୍ଦୋଳନ ମଧ୍ୟ କରାଯାଇଛି । ହେଲେ କୌଣସି ସୁଫଳ ନ ମିଳିବାରୁ ଜିଲାପାଳଙ୍କୁ ଅଭିଯୋଗ କରାଯାଇଛି। ତୁରନ୍ତ ଏହି ରାସ୍ତା ମରାମତି ଦିଗରେ ପଦକ୍ଷେପ ନେବାକୁ ମଶିଆଖାଲି ସରପଞ୍ଚ ସଜନୀ ମହାରଣା, ସମିତି ସଭ୍ୟ ନରସିଂହ ସାହୁ, ନାଏବ ସରପଞ୍ଚ ଜାରା ପ୍ରଧାନ, ଗ୍ରାମବାସୀ ଶିବରାମ ମହାରଣା, ଗୌତମ ମହାରଣାଙ୍କ ସମେତ ବହୁ ଗ୍ରାମବାସୀ ଦାବି କରିଛନ୍ତି । ଦାବିପତ୍ର ଗ୍ରହଣ କରିବା ପରେ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri