ରାସ୍ତା ସଂପ୍ରସାରଣ ପାଇଁ ଗଛକଟା, ବିରୋଧ ପରେ ବନ୍ଦ

ବ୍ରହ୍ମପୁର ଅଫିସ,୧୪।୭ : ବାତ୍ୟା ପ୍ରଭାବିତ ଗଞ୍ଜାମ ଜିଲାରେ ସବୁଜିମା ପାଇଁ ସରକାରୀ ଏବଂ ବେସରକାରୀସ୍ତରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସ୍କୁଲ ପିଲାଙ୍କୁ ‘ପିଲାଟିଏ ଗଛଟିଏ’ କାର୍ଯ୍ୟକ୍ରମ ସହ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବୃକ୍ଷରୋପଣ ମଧ୍ୟ କରାଯାଉଛି। ମାତ୍ର ଜିଲା ପ୍ରଶାସନ ନିଜେ ଗଛ କାଟି ପକାଉଛି। ରାସ୍ତା ସଂପ୍ରସାରଣ ପାଇଁ ମେଡିକାଲ୍‌ ରାସ୍ତାର ଉଭୟ ପାର୍ଶ୍ୱରୁ ରବିବାର ଗଛ କଟାଯାଉଥିବା ଦେଖିବାକୁ ମିଳିଛି। ସାମାଜିକ କର୍ମୀମାନେ ପହଞ୍ଚି ଏହାକୁ ବିରୋଧ କରିବା ପରେ ଗଛକଟା ବନ୍ଦ ରହିଛି।
ମିଳିଥିବା ସୂଚନା ଅନୁଯାୟୀ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ଦୁଇ ଫାଟକକୁ ସଂଯୋଗ କରୁଥିବା ରାସ୍ତାର ସଂପ୍ରସାରଣ ଏବଂ ଡିଭାଇଡର୍‌ ନିର୍ମାଣ ସହ ଲାଇଟ୍‌ ଲଗାଇବା ପାଇଁ ଚିକିତ୍ସାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିଲେ। ଏନେଇ ସେମାନେ ପୂର୍ତ୍ତବିଭାଗକୁ ଅନୁରୋଧ କରିଥିଲେ । ପୂର୍ତ୍ତ ବିଭାଗ ପକ୍ଷରୁ ୮ କୋଟି ଟଙ୍କାର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଥିଲା । ବର୍ତ୍ତମାନ ରାସ୍ତାର ଚଉଡ଼ା ୫ ମିଟର ଥିବାବେଳେ ତାହାକୁ ୧୫ ମିଟର ଚଉଡ଼ା କରାଯିବ। ତେବେ ରାସ୍ତାରେ ପ୍ରାୟ ୧୮୮ ପ୍ରକାରର ଗଛ ରହିଛି। ରାସ୍ତା ଚଉଡ଼ା ପାଇଁ ଉଭୟ ପଟରୁ ଗଛ କାଟିବାର ଆବଶ୍ୟକତା ରହିଥିଲା। ଏନେଇ ପୂର୍ତ୍ତବିଭାଗ ପକ୍ଷରୁ ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ ଅନୁମତି ମଗାଯାଇଥିଲା। ବନବିଭାଗ ପକ୍ଷରୁ ଗଛ କାଟିବା ଦାୟିତ୍ୱ ଓଡ଼ିଶା ବନ ଉନ୍ନୟନ ନିଗମ(ଓଏଫ୍‌ଡିସି)କୁ ପ୍ରଦାନ କରିଥିଲା। ରବିବାର ଓଏଫ୍‌ଡିସିର କର୍ମଚାରୀମାନେ ସେଠାରେ ପହଞ୍ଚି ୮ଟି ବଡ଼ ଗଛ କାଟିଥିଲେ। ଖବର ପାଇ ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ପୂର୍ବତନ ବିଡିଏ ଅଧ୍ୟକ୍ଷ ସୁବାସ ମହାରଣା, ବ୍ରହ୍ମପୁର ସବୁଜବାହିନୀର ସଭାପତି ଶିବରାମ ପାଣିଗ୍ରାହୀ, ସଂପାଦକ ଏମ୍‌.ଦିଲ୍ଲୀପ କୁମାର, ମାନବ ଅଧିକାର ସୁରକ୍ଷା ମଞ୍ଚର ଆବାହକ ଅବନୀ କୁମାର ଗୟାଙ୍କ ସମେତ ବହୁ ପରିବେଶ କର୍ମୀ ପହଞ୍ଚି ଗଛକଟାକୁ ବିରୋଧ କରିବା ସହ କୁରାଢ଼ି, କଟର୍‌କୁ ଛଡ଼ାଇ ରଖିଥିଲେ। ଓଏଫ୍‌ଡିସି ଏବଂ ପୂର୍ତ୍ତବିଭାଗର ଅଧିକାରୀଙ୍କ ସହ ଯୁକ୍ତିତର୍କ ହୋଇଥିଲା ବିଏନ୍‌ପୁର ଥାନା ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri