ରାସ୍ତା ସଂପ୍ରସାରଣ ପାଇଁ ବେଆଇନ ବ୍ଲାଷ୍ଟିଂ: ପଥର ପଡ଼ି ଘର ଆଜବେଷ୍ଟସ ଭାଙ୍ଗିଲା

ଦାରିଙ୍ଗବାଡି,୧୧ା୧୨(ଡି.ଏନ୍‌.ଏ.)-ଦାରିଙ୍ଗବାଡି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତକୁ ସଂଯୋଗ କରିବା ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନାରେ ରାସ୍ତା କାର୍ଯ୍ୟ ଚାଲିଛି । ତେବେ ଉକ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ ପାଇଁ ପୂର୍ବରୁ ସୂଚନା ନ ଦେଇ ବେଆଇନ ଭାବେ ପଥର ବ୍ଲାଷ୍ଟିଂ କରାଯାଉଛି । କୌଣସି ସୁରକ୍ଷା ବ୍ୟବସ୍ଥା ନ କରି ଏଭଳି ବ୍ଲାଷ୍ଟିଂ କରାଯାଉଥିବାରୁ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଏପରିକି ପଥର ଛିଟିକି ଗ୍ରାମର ପୀତାମ୍ବର ମଲ୍ଲିକଙ୍କ ଘର ଆଜବେଷ୍ଟସ୍‌ ଭାଙ୍ଗି ଯାଇଥିବା ସେ କହିଛନ୍ତି । ସେହିପରି ବ୍ଲାଷ୍ଟି ଯୋଗୁ ଏକାଧିକ ଲୋକଙ୍କ ଘର କାନ୍ଥରେ ଫାଟ ସୃଷ୍ଟି ହୋଇଛି। ବହୁ ଦୂର ପର୍ଯ୍ୟନ୍ତ ଚାଷ ଜମିରେ ଓ ରାସ୍ତାରେ ପଥର ଖଣ୍ଡ ପଡ଼ିରହୁଛି । ପଥର ପଡ଼ିଥିବା ରାସ୍ତାରେ ଯାତାୟାତ ପାଇଁ ଲୋକେ ଭୟ କରୁଛନ୍ତି । ଠିକା କମ୍ପାନୀ ନିଜ ଇଚ୍ଛାରେ ବ୍ଲାଷ୍ଟିଂ କରୁଥିବାରୁ ଜନ ଅସନ୍ତୋଷ ଦେଖାଯାଇଛି । ପୂର୍ବରୁ ଉକ୍ତ ରାସ୍ତାରେ ଏକାଧିକ ବାର ବ୍ଲାଷ୍ଟିଂ କରାଯାଇଥିଲେ ମଧ୍ୟ ପୋଲିସ ନିକଟରେ କୌଣସି ସୂଚନା ନାହିଁ। ଘଟଣାର ତଦନ୍ତ ପରେ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରିବେ ବୋଲି ଆଇଆଇସି କୌଶିକ ମାଝି କହିଛନ୍ତି। ସୂଚନାଯ୍ୟେ, କନ୍ଦୁବାଡି ଠାରୁ ସିକନବାଡି ୩ କିମି ରାସ୍ତାକୁ ପ୍ରାୟ ୧କୋଟିରୁ ଉର୍ଦ୍ଧ ଟଙ୍କା ବିନିମୟରେ ସଂପ୍ରସାରଣ କରାଯାଉଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ନିମୁରାମ ତୁଡୁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri