ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଭୁବନ, ୪।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୧ନଂ. ଓ୍ବାର୍ଡରେ ରହୁଥିବା ଜ୍ଞାନରଞ୍ଜନ ପତି(୪୦)ଙ୍କ ମୃତଦେହକୁ ପୋଲିସ ମଙ୍ଗଳବାର ରାସ୍ତାପାର୍ଶ୍ୱରୁ ଉଦ୍ଧାର କରିଛି। ମୃତକଙ୍କ ବାପା ବ୍ରଜକିଶୋର ପତି ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି। ପୋଲିସ ସନ୍ଧାନୀ କୁକୁର ଏବଂ ଫୋରେନ୍‌ସିକ ଟିମ୍‌ ସହାୟତାରେ ଘଟଣାର ତଦନ୍ତ ଆରମ୍ଭ କରିଛି।
ନୂଆ ଭୁବନଠାରୁ ବୁଦ୍ଧେଶ୍ୱର ମନ୍ଦିରକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ (ନଂ. ଓଡି ୦୬ ଏ୨୧୦୭) ଏବଂ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା କେତେଜଣ ପଥଚାରୀ ଦେଖି ପୋଲିସକୁ ସୂଚନା ଦେଇଥିଲେ। ବାଇକ୍‌ ନମ୍ବର ଯାଞ୍ଚ କରିବା ପରେ ଏହା ମୃତକଙ୍କ ସ୍ତ୍ରୀଙ୍କ ନାମରେ ରେଜିଷ୍ଟ୍ରେଶନ୍‌ ହୋଇଥିବା ଜଣାପଡ଼ିଥିଲା। ଛାନ୍‌ଭିନ୍‌ ପରେ ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ମିଳିଥିଲା। ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଚିହ୍ନଟ କରିଥିଲେ।
ବ୍ରଜକିଶୋରଙ୍କ କହିବା କଥା, ସୋମବାର ସକାଳେ ଘରୁ ଯିବାପରେ ଜ୍ଞାନରଞ୍ଜନ ଆଉ ଫେରି ନ ଥିଲେ। ପୋଲିସଠାରୁ ସୂଚନା ପାଇ ଘଟଣାସ୍ଥଳକୁ ଯିବା ବେଳକୁ ପୁଅର ମୃତଦେହ ରାସ୍ତାକଡ଼ରେ ପଡ଼ିଥିଲା। ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଥିଲା। ମୃତଦେହ ନିକଟରେ ବାଇକ୍‌ ପଡ଼ିଥିବାବେଳେ ଘଟଣାସ୍ଥଳରୁ ଦେଢ଼କିମି ଦୂରରେ ବାଇକ୍‌ ଚାବି, ଚପଲ ପଡ଼ିଥିଲା। ପାରିପାର୍ଶ୍ୱିକ ସ୍ଥିତିରୁ ପୁଅକୁ ହତ୍ୟା କରାଯାଇଥିବା ସନ୍ଦେହ କରି ସେ ପୋଲିସର ଦ୍ୱାରସ୍ଥ ହୋଇଥିବା କହିଛନ୍ତି। ଏସ୍‌ପି ଅନୁପମା ଜେମ୍‌ସ, କାମାକ୍ଷାନଗର ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ, ଥାନାଧିକାରୀ ନିର୍ମଳା ଗୋଚ୍ଛାୟତ ପହଞ୍ଚତ୍ ତଦନ୍ତ କରିଛନ୍ତି। ଏ ନେଇ ନଂ. ୨୦୨/୧୯, ଦଫା ୩୦୨ରେ ମାମଲା ରୁଜୁ କରାଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କେଉଁ କାରଣରୁ ଜ୍ଞାନରଞ୍ଜନଙ୍କ ମୃତ୍ୟୁ ହୋଇଛି ତାହା ସ୍ପଷ୍ଟ ହେବ ବୋଲି ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri